ଜନତା ହାଇସ୍କୁଲରେ ମାତୃଭାଷା ପରୀକ୍ଷା ଦେଲେ ୨୫୧ ଛାତ୍ରୀଛାତ୍ର

ବେଗୁନିଆପଡ଼ା,୧୦ା୩(ଡି.ଏନ୍‌.ଏ.): ଶୁକ୍ରବାରଠାରୁ ରାଜ୍ୟରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ପ୍ରଥମ ଦିନରେ ପରୀକ୍ଷାର୍ଥୀମାନେ ମାତୃଭାଷା ପରୀକ୍ଷା ଦେଇଛନ୍ତି। ପ୍ରଥମ ଦିନରେ ପରୀକ୍ଷାର୍ଥୀ ୧ ଘଣ୍ଟା ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିଥିଲେ। ପରୀକ୍ଷା ସକାଳ ୮ଟାରୁ ଆରମ୍ଭ ହୋଇ ପୂର୍ବାହ୍ନ ୧୦ଟାରେ ସରିଛି। ଆସନ୍ତା ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ପରୀକ୍ଷା କେନ୍ଦ୍ରକୁ ପରୀକ୍ଷାର୍ଥୀ କେବଳ ଆଡମିଟ କାର୍ଡ, ପେନ୍‌, ପେନସିଲ ଓ ଜୋମେଟ୍ରି ବକ୍ସ ନେବାର ଅନୁମତି ରହିଛି। ଗଞ୍ଜାମ ଜିଲା ବେଗୁନିଆପଡ଼ା ଜନତା ନୋଡାଲ ଉଚ୍ଚ ବିଦ୍ୟାଳୟରେ ଶାନ୍ତି ଶୃଙ୍ଖଳାର ସହ ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି। ମୋଟ୍‌ ୨୫୬ ଜଣ ଛାତ୍ରୀଛାତ୍ର ୪ଟି ବିଦ୍ୟାଳୟରୁ ଆସି ଏଠାରେ ପରୀକ୍ଷା ଦେବା ପାଇଁ ଆଲର୍ଟ ରହିଥିବା ବେଳେ ୫ ଜଣ ଅନୁପସ୍ଥିତ ରହିଛନ୍ତି। ତେଣୁ ୨୫୧ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା କହିଛନ୍ତି ପରୀକ୍ଷା କେନ୍ଦ୍ର ପରିଚାଳକ। ପରୀକ୍ଷାର୍ଥୀଙ୍କ ପାଇଁ ସକାଳ ୭ଟାରୁ ପରୀକ୍ଷା କେନ୍ଦ୍ର ଖୋଲା ରହିଥିଲା। ମାଟ୍ରିକ ରେଗୁଲାର, ଏକ୍ସରେଗୁଲାର, ପତ୍ରବିନିମୟ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ପ୍ରଶ୍ନପତ୍ର ସବୁ ପରୀକ୍ଷାର୍ଥୀଙ୍କ ପାଇଁ ସମାନ ରହିଛି । ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ବେଶ୍‌ ଭଲ କରିଥିବା ଏବଂ କରୋନା କଟକଣା ନ ଥିବାରୁ ଚଳିତ ବର୍ଷ ପରୀକ୍ଷା ଦେଇ ବେଶ୍‌ ଖୁସି ଅନୁଭବ କରୁଥିବାର ଛାତ୍ରୀଛାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri