ଭିତରକନିକା ବୁଲିଲେ ୨୫୧୯ ପର୍ଯ୍ୟଟକ

ରାଜନଗର, ୨୫ା୧୨ (ଭାସ୍କର ରାଉତରାୟ): ଏବେ ପର୍ଯ୍ୟଟନ ଋତୁ ଚାଲିଛି। ଦେଶ ବିଦେଶର ପର୍ଯ୍ୟଟକମାନେ ଭିତରକନିକା ଜାତୀୟ ଉଦ୍ୟାନ ପରିଭ୍ରମଣରେ ଆସୁଛନ୍ତି। ରବିବାର ଛୁଟିଦିନ ଥିବାରୁ ଭିତରକନିକାର ବିଭବକୁ ଉପଭୋଗ କରିବାକୁ ପର୍ଯ୍ୟଟକଙ୍କ ଭିଡ ଦେଖିବାକୁ ମିଳିଛି। ଗୋଟିଏ ଦିନରେ ୧୬୧ଟି ବୋଟରେ ୧୯୩୪ଜଣ ପର୍ଯ୍ୟଟକ ନୌବିହାର କରିଥିବାବେଳେ ମୋଟ ୨୫୧୯ ପର୍ଯ୍ୟଟକ ଭିତରକନିକା ବୁଲିଛନ୍ତି। ଜଳପଥରେ ଆସିଥିବା ପର୍ଯ୍ୟଟକମାନେ ଭିତରକନିକାର ଶୋଭାକୁ ନୌବିହାର ମାଧ୍ୟମରେ ଉପଭୋଗ କରିବା ବେଳେ ନଦୀର ଉଭୟ ପାର୍ଶ୍ୱରେ ଖରା ପୋଉଁଥିବା କୁମ୍ଭୀରଙ୍କୁ ଦେଖିବା ସହ ଜଳ ଭିତରେ କୁମ୍ଭୀରଙ୍କ ଜଳକ୍ରୀଡ଼ା ଦେଖି ବିମୋହିତ ହୋଇଥିଲେ। ଡାଙ୍ଗମାଳରେ ପହଞ୍ଚତ୍ ଆବଦ୍ଧ ପୋଖରୀରେ ଥିବା ଗୋରୀ ଓ ମଲ୍ଲୀକୁ ଦେଖିଥିଲେ। କୁମ୍ଭୀର ପ୍ରଜନନ କେନ୍ଦ୍ର ବୁଲିବା ସହ ପ୍ରଜନନ କେନ୍ଦ୍ରରେ ଥିବା ଧଳା କୁମ୍ଭୀର ଶ୍ୱେତା, ଡାଙ୍ଗମାଳଠାରେ ଲୁଣା ଜଙ୍ଗଲ ନର୍ସରି, ମ୍ୟୁଜିୟମ, ଶହୀଦ୍‌ ସ୍ତମ୍ଭ ସମେତ ବୋଟ ଲାଇବ୍ରେରୀ ଦେଖି ବିମୋହିତ ହୋଇଥିଲେ। ଭିତରକନିକାରେ ଥିବା ବିରଳ ବଉଳା କୁମ୍ଭୀର, ଡଲଫିନ୍‌, ଅଲିଭ୍‌ ରିଡ୍‌ଲେ କଇଁଛ, ହରିଣ, ବାର୍‌ହା, ସମ୍ବର, ଫିଶିଂକ୍ୟାଟ୍‌, ହାଏନା, ଝିଙ୍କ ସହ ପାଣିଗୋଧି, ଅଜଗର, ଅହିରାଜ ଆଦି ସରୀସୃପ ଭଳି ବିରଳ ପ୍ରାଣୀ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ। ଏଥିସହ ଅଭୟାରଣ୍ୟରେ ହେନ୍ତାଳବଣ ଓ ୬୩ ପ୍ରକାରର ଲୁଣା ଜଙ୍ଗଲ ରହିଛି। ହେନ୍ତାଳ, ସୁନ୍ଦରୀ, ଶିଶୁମାର, କେରୁଆଁ, ରାଇ, ବଣି, ଗରଣି, ଖରସି, ବନ୍ଦରୀ, ପାଣିଆମ୍ବ, ସିଙ୍ଗଡା, ପୀତାମ୍ବରି, ପିତକୋରୁଆ ଭଳି ବିରଳ ଉଦ୍ଭିଦ ସହିତ ମନୋରମ ପ୍ରକୃତି ଓ ପରିବେଶ କେବଳ ପଶୁପକ୍ଷୀଙ୍କୁ ସୁହାଉନି, ଏହା ପର୍ଯ୍ୟଟକଙ୍କ ମନ ମଧ୍ୟ କିଣି ନେଇଛି। ସବୁଠୁ ଅଧିକ କେନ୍ଦ୍ରବିନ୍ଦୁ ପାଲଟିଛି ଡାଙ୍ଗମାଳ କୁମ୍ଭୀର ପ୍ରଜନନ କେନ୍ଦ୍ର ମଧ୍ୟରେ ଥିବା ୨ ଫୁଟର ଆଉ ଏକ ଧଳା କୁମ୍ଭୀର। ଏହାବାଦ୍‌ ମ୍ୟୁଜିୟମ୍‌ରେ ୧୯ ଫୁଟ୍‌ ଓ ୧୭ ଫୁଟ୍‌ ଲମ୍ବର ବିରାଟକାୟ ଦୁଇଟି ବଉଳା କୁମ୍ଭୀରଙ୍କ କଙ୍କାଳ ସହିତ ଭିତରକନିକାରେ ଥିବା ପ୍ରାୟ ସମସ୍ତ ସ୍ତନ୍ୟପାୟୀ ଓ ସରୀସୃପ ପ୍ରାଣୀଙ୍କ କଙ୍କାଳ। ପ୍ରକୃତି ଓ ପରିବେଶ ମଧ୍ୟରେ ଭିତରକନିକାକୁ ପାଖରେ ଦେଖିବା ପାଇଁ ଏବେ ପ୍ରତିଦିନ ଶହ ଶହ ସଂଖ୍ୟାରେ ପର୍ଯ୍ୟଟକ ଭିଡ ଜମାଉଛନ୍ତି। ଖୋଳା ଏଣ୍ଟ୍ରି ପଏଣ୍ଟ ଦେଇ ୭୮ଟି ବୋଟରେ ୮୮୯ଜଣ ପର୍ଯ୍ୟଟକ ଭିତରକନିକାର ଶୋଭା ଉପଭୋଗ କରିଥିବା ବେଳେ ଗୁପ୍ତି ଏଣ୍ଟ୍ରି ପଏଣ୍ଟ ଦେଇ ୨୭ଟି ବୋଟରେ ୩୬୯ଜଣ, ଚାନ୍ଦବାଲି ଏଣ୍ଟ୍ରି ପଏଣ୍ଟ ଦେଇ ୧୫ଟି ବୋଟରେ ୧୬୮ଜଣ, ଡାଙ୍ଗମାଳ ଏଣ୍ଟ୍ରି ପଏଣ୍ଟ ଦେଇ ୧୦୮୩ଜଣ ଭିତରକନିକାର ଶୋଭା ଉପଭୋଗ କରିଛନ୍ତି। ଡାଙ୍ଗମାଳ ଏଣ୍ଟ୍ରି ପଏଣ୍ଟ ଦେଇ ଆସିଥିବା ୧୦୮୩ ଜଣଙ୍କ ମଧ୍ୟରୁ ୪୧ଟି ବୋଟରେ ୫୧୦ଜଣ ପର୍ଯ୍ୟଟକ ଡାଙ୍ଗମାଳରୁ ଜଳପଥରେ ଭିତରକନିକାର ଶୋଭା ଉପଭୋଗ କରିଛନ୍ତି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ନଦୀର ତ୍ରିକୋଣଭୂମି ପାଲଟି ଯାଇଛି ଏବେ ପର୍ଯ୍ୟଟକମାନଙ୍କର ଭୂସ୍ବର୍ଗ। ଜାତୀୟ ଉଦ୍ୟାନରେ ଭିଡ଼ ଜମାଇଥିବା ଅଷ୍ଟ୍ରେଲିଆ, ଆଫ୍‌ଗାନିସ୍ତାନ, ଆମେରିକା, ପାକିସ୍ତାନ, ଜାପାନ, ଶ୍ରୀଲଙ୍କା, ବାଂଲାଦେଶ ଆଦି ବିଦେଶୀ ପକ୍ଷୀମାନଙ୍କ ସହ ଦେଶୀୟ ପକ୍ଷୀଙ୍କ କାକଳିରେ ପର୍ଯ୍ୟଟକ ବିମୋହିତ ହୋଇପଡ଼ୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିପିଙ୍କ କଡ଼ା ନିର୍ଦ୍ଦେଶ: ସକାଳ ୯ଟା ପୂର୍ବରୁ ଥାନାରେ ହେବ ବ୍ରିଫିଂ ପରେଡ୍‌

ଭୁବନେଶ୍ୱର,୧୦।୫: ଭୁବନେଶ୍ୱର ଡିଜିପିଙ୍କ କ୍ୟାମ୍ପ ଅଫିସ୍‌ରେ ରବିବାର ପୋଲିସ ଅଧିକାରୀଙ୍କ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିଲା। ବୈଠକ ପରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ କଡ଼ା…

ବୁର୍ଲାରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ବୁର୍ଲା,୧୦।୫: ସମ୍ୱଲପୁର ଜିଲା ବୁର୍ଲା ଜଗନ୍ନାଥ ମନ୍ଦିର ନିକଟରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଛି। ପୂର୍ୱ ଶତ୍ରୁତାକୁ ନେଇ ଯୁବକଙ୍କୁ ଆକ୍ରମଣ କରାଯାଇଥିବା ଜଣାପଡିଛି। ଆକ୍ରମଣରେ…

ସରକାର ଗଠନ ପାଇଁ ହିମନ୍ତଙ୍କୁ ମିଳିଲା ଆମନ୍ତ୍ରଣ: ୧୨ରେ ଶପଥ ଗ୍ରହଣ

ଗୁଆହାଟୀ,୧୦ା୫: ଆସାମରେ ପରବର୍ତ୍ତୀ ସରକାର ଗଠନ ପାଇଁ ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ରବିବାର ମୁଖ୍ୟମନ୍ତ୍ରୀ ନିର୍ବାଚିତ ହିମନ୍ତ ବିଶ୍ୱଶର୍ମାଙ୍କୁ ଆମନ୍ତ୍ରଣ କରିଛନ୍ତି। ଫଳରେ ଆସାମରେ ଏନ୍‌ଡିଏ…

ବଡ଼ ଧରଣର ବିସ୍ଫୋରଣ, ୧୫ ପୋଲିସ ନିହତ

ପେଶଓ୍ବାର,୧୦।୫: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର ଏକ ପୋଲିସ ପୋଷ୍ଟ ଉପରେ ଆତ୍ମଘାତୀ ଆକ୍ରମ ହୋଇଛି । ଏଥିରେ ପନ୍ଦର ଜଣ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି…

ହୃଦଘାତରେ ଚାଲିଗଲା କ୍ରୀଡ଼ା ଶିକ୍ଷକଙ୍କ ଜୀବନ

ପାତ୍ରପୁର,୧୦ା୫(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୁରଙ୍ଗି ହାଇସ୍କୁଲର କ୍ରୀଡା ଶିକ୍ଷକ ଶିଖର ମାଝୀଙ୍କ ରବିବାର ହୃଦଘାତରେ ମୃତ୍ୟୁ ଘଟିଛି। ସେ ନିଜ ଗ୍ରାମ…

ମଦ ପିଇବାକୁ ପଇସା ନ ଦେବାରୁ ସ୍ତ୍ରୀଙ୍କୁ ଆକ୍ରମଣ, ଆଉ ତା’ପରେ…

ବୁଗୁଡା,୧୦।୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ସୋରଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଦ ପିଇବାକୁ ପଇସା ନ…

ଯୁଦ୍ଧର ପ୍ରଭାବକୁ କମ୍ କରିବାକୁ ମୋଦିଙ୍କ ବଡ଼ ଆହ୍ବାନ; ପେଟ୍ରୋଲ-ଡିଜେଲର ବ୍ୟବହାର ହ୍ରାସ, ବର୍ଷେ ସୁନା….

ନୂଆଦିଲ୍ଲୀ,୧୦ା୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତବାସୀଙ୍କୁ ବଡ଼ ପରାମର୍ଶ ଦେଇଛନ୍ତି । ସଂଯମତାର ସହିତ ପେଟ୍ରୋଲିୟମ ଉତ୍ପାଦ ବ୍ୟବହାର କରିବାକୁ…

ବାଂଲାଦେଶର ନିୟନ୍ତ୍ରଣରେ ପ୍ରଥମ ଟେଷ୍ଟ

ଢାକା,୧୦ା୫: ସ୍ଥାନୀୟ ଶେର-ଇ-ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପାକିସ୍ତାନ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟ ବର୍ତ୍ତମାନ ବାଂଲାଦେଶ ନିୟନ୍ତ୍ରଣରେ ରହିଛି। ଅଫ୍‌-ସ୍ପିନର ମେହିଦି ହସନ (୫/୧୦୨)ଙ୍କ ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri