ଆଜି ୫ ଜିଲାରେ ଗଡ଼ିଲା ୨୫୫ ବସ୍‌, ୯୫% ପଞ୍ଚାୟତକୁ ଯୋଡ଼ିଲା ‘ଲକ୍ଷ୍ମୀ’

ଭୁବନେଶ୍ୱର,୨୧ା୨(ଅସମାପିକା ସାହୁ): ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବାଲେଶ୍ୱର, ଜଗତସିଂହପୁର, ଗଞ୍ଜାମ, ନୂଆପଡ଼ା ଓ ବୌଦ୍ଧ ଜିଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଲକ୍ଷ୍ମୀ ବସ୍‌ ରାଜ୍ୟର ସବୁ ଗାଁରେ ସାମାଜିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରିବା ସହିତ ବ୍ୟାପକ ଅର୍ଥନୈତିକ ଅଭିବୃଦ୍ଧି ଆଣିବ । ଗାଁ ଲୋକମାନେ ଲକ୍ଷ୍ମୀ ବସ୍‌ ଜରିଆରେ ସୁବିଧାରେ ଏବଂ କମ୍‌ ଖର୍ଚ୍ଚରେ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟ କରିପାରିବେ। ଲକ୍ଷ୍ମୀ ବସ୍‌ ଆମର ଜୀବନ ଯାତ୍ରାକୁ ସହଜ କରିବ।
ଆଜି ୫ଟି ଜିଲା ୧୦୫୭ଟି ପଞ୍ଚାୟତରେ ୨୫୫ଟି ବସ୍‌ ଚାଲିଛି। ଏହା ଦ୍ୱାରା ୭୧ ଲକ୍ଷରୁ ଅଧିକ ଲୋକ ଉପକୃତ ହୋଇଛନ୍ତି। ବାଲେଶ୍ୱର ଜିଲାର ୩୧୫ଟି ପଞ୍ଚାୟତରେ ୪୮ଟି ବସ୍‌ ଗଡ଼ିଥିବା ବେଳେ ୨୦ଲକ୍ଷ ୪୨ ହଜାର ଲୋକ ଉପକୃତ ହୋଇଛନ୍ତି। ନୂଆପଡ଼ାର ୧୨୩ଟି ପଞ୍ଚାୟତରେ ୨୫ଟି ବସ ଚାଲିଛି ଓ ୫ ଲକ୍ଷ ୭୪ ହଜାର ଲୋକ ଉପକୃତ ହୋଇଛନ୍ତି। ବୌଦ୍ଧର ୫୫ଟି ପଞ୍ଚାୟତରେ ୧୦ଟି ବସ୍‌ ଚାଲିଛି ଏବଂ ୩ ଲକ୍ଷ ୫୩ ହଜାର ଲୋକ ଉପକୃତ ହୋଇଛନ୍ତି। ଗଞ୍ଜାମର ୪୩୩ଟି ପଞ୍ଚାୟତରେ ୧୩୦ଟି ବସ୍‌ ଚାଲିଛି ଏବଂ ୩୪ ଲକ୍ଷ ୪୭ ହଜାର ଲୋକ ଉପକୃତ ହୋଇଛନ୍ତି। ସେହିପରି ଜଗତସିଂହପୁରର ୧୩୧ଟି ପଞ୍ଚାୟତରେ ୪୨ଟି ବସ୍‌ ଚାଲିବା ସହିତ ୭ ଲକ୍ଷ ୫୦ ହଜାର ଲୋକ ଉପକୃତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri