ବନ୍ୟାଞ୍ଚଳରେ ଜନ୍ମ ହୋଇଛନ୍ତି ୨୫୫ ଶିଶୁ

ଭୁବନେଶ୍ୱର, ୨୪।୮(ବ୍ୟୁରୋ): ରାଜ୍ୟର ୧୩ ଜିଲା ଏବେ ବନ୍ୟା ପ୍ରଭାବିତ ହୋଇଛି। କେଉଁଠି ଘରେ ପାଣି ପଶିଛି ତ ଆଉ କେଉଁଠାରେ ପୂରା ଗାଁ ଜଳଘେରରେ ରହିଛି। ସେହିପରି ବହୁ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି। ଏପରି ସ୍ଥିତିରେ ଗର୍ଭବତୀଙ୍କୁ ସୁରକ୍ଷା ଦେବା ରାଜ୍ୟ ସରକାରଙ୍କ ପାଇଁ ବଡ଼ ଆହ୍ବାନ ହୋଇଛି। ଏଥର ବନ୍ୟା ସମୟରେ ବିଭିନ୍ନ ଆଶ୍ରୟସ୍ଥଳୀକୁ ୫୮୨ଜଣ ଗର୍ଭବତୀଙ୍କୁ ସ୍ଥାନାନ୍ତର କରାଯାଇଥିଲା। ଏହି ସମୟରେ ୨୫୫ଜଣ ଶିଶୁ ଜନ୍ମ ହୋଇଥିବା ଜଣାପଡ଼ିଛି। ପରିବାର କଲ୍ୟାଣ ବିଭାଗ ସୂଚନାନୁସାରେ, ଏହି ବନ୍ୟାରେ ୨୫୫ଜଣ ଶିଶୁ ଜନ୍ମ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୩୦ ଜଣ ଶିଶୁକନ୍ୟା ଥିବା ବେଳେ ୧୨୫ଜଣ ଶିଶୁପୁତ୍ର ରହିଛନ୍ତି। ତେବେ ପୁରୀ ଜିଲାର କଣାସ, ଡେଲାଙ୍ଗ ଓ ପିପିଲି ବ୍ଲକରେ ସର୍ବାଧିକ ୫୯ ଶିଶୁ ଜନ୍ମ ହୋଇଛନ୍ତି। କଣାସ ବ୍ଲକରୁ ୭୪, ଡେଲାଙ୍ଗରୁ ୧୨ ଓ ପିପିଲିରୁ ୧୩ ଜଣ ଗର୍ଭବତୀ ଉଦ୍ଧାର ହୋଇଥିଲେ। ବହୁ ବାଧାବିଘ୍ନକୁ ସାମ୍ନା କରି ପାଣିଘେରରୁ ଡଙ୍ଗା ସାହାଯ୍ୟରେ ଶିଶୁ ପ୍ରକଳ୍ପ ଅଧିକାରୀ, ଅଙ୍ଗନଓ୍ବାଡ଼ି କର୍ମୀ ଏବଂ ଆଶାକର୍ମୀମାନେ ଏମାନଙ୍କୁ ଉଦ୍ଧାର କରି ଆଶ୍ରୟସ୍ଥଳରେ ରଖିଥିଲେ। ଇନ୍‌ଷ୍ଟିଚ୍ୟୁଶନାଲ ଡେଲିଭରି ଅର୍ଥାତ୍‌ ହସ୍ପିଟାଲରେ ପ୍ରସବ କରାଇବା ଉପରେ ରାଜ୍ୟ ସରକାର ବାରମ୍ବାର ଗୁରୁତ୍ୱ ଦେଇଆସୁଛନ୍ତି। ମାତୃ ଓ ଶିଶୁ ମୃତ୍ୟୁହାର ରୋକିବା ପାଇଁ ଏହା ଜରୁରୀ। କିନ୍ତୁ ବନ୍ୟା, ବାତ୍ୟା ଭଳି ପ୍ରାକୃତିକ ଦୁର୍ବିପାକ ସମୟରେ ଏହି ସେବା ଯୋଗାଇବା ସରକାରଙ୍କ ପକ୍ଷେ ଏକ ଆହ୍ବାନ ହେଉଛି। ଏହାକୁ ମୁକାବିଲା କରିବା ପାଇଁ ରାଜ୍ୟ ସରକାର ସବୁ ପ୍ରକାର ଉଦ୍ୟମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri