ବନ୍ୟାଞ୍ଚଳରେ ଜନ୍ମ ହୋଇଛନ୍ତି ୨୫୫ ଶିଶୁ

ଭୁବନେଶ୍ୱର, ୨୪।୮(ବ୍ୟୁରୋ): ରାଜ୍ୟର ୧୩ ଜିଲା ଏବେ ବନ୍ୟା ପ୍ରଭାବିତ ହୋଇଛି। କେଉଁଠି ଘରେ ପାଣି ପଶିଛି ତ ଆଉ କେଉଁଠାରେ ପୂରା ଗାଁ ଜଳଘେରରେ ରହିଛି। ସେହିପରି ବହୁ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି। ଏପରି ସ୍ଥିତିରେ ଗର୍ଭବତୀଙ୍କୁ ସୁରକ୍ଷା ଦେବା ରାଜ୍ୟ ସରକାରଙ୍କ ପାଇଁ ବଡ଼ ଆହ୍ବାନ ହୋଇଛି। ଏଥର ବନ୍ୟା ସମୟରେ ବିଭିନ୍ନ ଆଶ୍ରୟସ୍ଥଳୀକୁ ୫୮୨ଜଣ ଗର୍ଭବତୀଙ୍କୁ ସ୍ଥାନାନ୍ତର କରାଯାଇଥିଲା। ଏହି ସମୟରେ ୨୫୫ଜଣ ଶିଶୁ ଜନ୍ମ ହୋଇଥିବା ଜଣାପଡ଼ିଛି। ପରିବାର କଲ୍ୟାଣ ବିଭାଗ ସୂଚନାନୁସାରେ, ଏହି ବନ୍ୟାରେ ୨୫୫ଜଣ ଶିଶୁ ଜନ୍ମ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୩୦ ଜଣ ଶିଶୁକନ୍ୟା ଥିବା ବେଳେ ୧୨୫ଜଣ ଶିଶୁପୁତ୍ର ରହିଛନ୍ତି। ତେବେ ପୁରୀ ଜିଲାର କଣାସ, ଡେଲାଙ୍ଗ ଓ ପିପିଲି ବ୍ଲକରେ ସର୍ବାଧିକ ୫୯ ଶିଶୁ ଜନ୍ମ ହୋଇଛନ୍ତି। କଣାସ ବ୍ଲକରୁ ୭୪, ଡେଲାଙ୍ଗରୁ ୧୨ ଓ ପିପିଲିରୁ ୧୩ ଜଣ ଗର୍ଭବତୀ ଉଦ୍ଧାର ହୋଇଥିଲେ। ବହୁ ବାଧାବିଘ୍ନକୁ ସାମ୍ନା କରି ପାଣିଘେରରୁ ଡଙ୍ଗା ସାହାଯ୍ୟରେ ଶିଶୁ ପ୍ରକଳ୍ପ ଅଧିକାରୀ, ଅଙ୍ଗନଓ୍ବାଡ଼ି କର୍ମୀ ଏବଂ ଆଶାକର୍ମୀମାନେ ଏମାନଙ୍କୁ ଉଦ୍ଧାର କରି ଆଶ୍ରୟସ୍ଥଳରେ ରଖିଥିଲେ। ଇନ୍‌ଷ୍ଟିଚ୍ୟୁଶନାଲ ଡେଲିଭରି ଅର୍ଥାତ୍‌ ହସ୍ପିଟାଲରେ ପ୍ରସବ କରାଇବା ଉପରେ ରାଜ୍ୟ ସରକାର ବାରମ୍ବାର ଗୁରୁତ୍ୱ ଦେଇଆସୁଛନ୍ତି। ମାତୃ ଓ ଶିଶୁ ମୃତ୍ୟୁହାର ରୋକିବା ପାଇଁ ଏହା ଜରୁରୀ। କିନ୍ତୁ ବନ୍ୟା, ବାତ୍ୟା ଭଳି ପ୍ରାକୃତିକ ଦୁର୍ବିପାକ ସମୟରେ ଏହି ସେବା ଯୋଗାଇବା ସରକାରଙ୍କ ପକ୍ଷେ ଏକ ଆହ୍ବାନ ହେଉଛି। ଏହାକୁ ମୁକାବିଲା କରିବା ପାଇଁ ରାଜ୍ୟ ସରକାର ସବୁ ପ୍ରକାର ଉଦ୍ୟମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri