ବନ୍ୟାଞ୍ଚଳରେ ଜନ୍ମ ହୋଇଛନ୍ତି ୨୫୫ ଶିଶୁ

ଭୁବନେଶ୍ୱର, ୨୪।୮(ବ୍ୟୁରୋ): ରାଜ୍ୟର ୧୩ ଜିଲା ଏବେ ବନ୍ୟା ପ୍ରଭାବିତ ହୋଇଛି। କେଉଁଠି ଘରେ ପାଣି ପଶିଛି ତ ଆଉ କେଉଁଠାରେ ପୂରା ଗାଁ ଜଳଘେରରେ ରହିଛି। ସେହିପରି ବହୁ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି। ଏପରି ସ୍ଥିତିରେ ଗର୍ଭବତୀଙ୍କୁ ସୁରକ୍ଷା ଦେବା ରାଜ୍ୟ ସରକାରଙ୍କ ପାଇଁ ବଡ଼ ଆହ୍ବାନ ହୋଇଛି। ଏଥର ବନ୍ୟା ସମୟରେ ବିଭିନ୍ନ ଆଶ୍ରୟସ୍ଥଳୀକୁ ୫୮୨ଜଣ ଗର୍ଭବତୀଙ୍କୁ ସ୍ଥାନାନ୍ତର କରାଯାଇଥିଲା। ଏହି ସମୟରେ ୨୫୫ଜଣ ଶିଶୁ ଜନ୍ମ ହୋଇଥିବା ଜଣାପଡ଼ିଛି। ପରିବାର କଲ୍ୟାଣ ବିଭାଗ ସୂଚନାନୁସାରେ, ଏହି ବନ୍ୟାରେ ୨୫୫ଜଣ ଶିଶୁ ଜନ୍ମ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୩୦ ଜଣ ଶିଶୁକନ୍ୟା ଥିବା ବେଳେ ୧୨୫ଜଣ ଶିଶୁପୁତ୍ର ରହିଛନ୍ତି। ତେବେ ପୁରୀ ଜିଲାର କଣାସ, ଡେଲାଙ୍ଗ ଓ ପିପିଲି ବ୍ଲକରେ ସର୍ବାଧିକ ୫୯ ଶିଶୁ ଜନ୍ମ ହୋଇଛନ୍ତି। କଣାସ ବ୍ଲକରୁ ୭୪, ଡେଲାଙ୍ଗରୁ ୧୨ ଓ ପିପିଲିରୁ ୧୩ ଜଣ ଗର୍ଭବତୀ ଉଦ୍ଧାର ହୋଇଥିଲେ। ବହୁ ବାଧାବିଘ୍ନକୁ ସାମ୍ନା କରି ପାଣିଘେରରୁ ଡଙ୍ଗା ସାହାଯ୍ୟରେ ଶିଶୁ ପ୍ରକଳ୍ପ ଅଧିକାରୀ, ଅଙ୍ଗନଓ୍ବାଡ଼ି କର୍ମୀ ଏବଂ ଆଶାକର୍ମୀମାନେ ଏମାନଙ୍କୁ ଉଦ୍ଧାର କରି ଆଶ୍ରୟସ୍ଥଳରେ ରଖିଥିଲେ। ଇନ୍‌ଷ୍ଟିଚ୍ୟୁଶନାଲ ଡେଲିଭରି ଅର୍ଥାତ୍‌ ହସ୍ପିଟାଲରେ ପ୍ରସବ କରାଇବା ଉପରେ ରାଜ୍ୟ ସରକାର ବାରମ୍ବାର ଗୁରୁତ୍ୱ ଦେଇଆସୁଛନ୍ତି। ମାତୃ ଓ ଶିଶୁ ମୃତ୍ୟୁହାର ରୋକିବା ପାଇଁ ଏହା ଜରୁରୀ। କିନ୍ତୁ ବନ୍ୟା, ବାତ୍ୟା ଭଳି ପ୍ରାକୃତିକ ଦୁର୍ବିପାକ ସମୟରେ ଏହି ସେବା ଯୋଗାଇବା ସରକାରଙ୍କ ପକ୍ଷେ ଏକ ଆହ୍ବାନ ହେଉଛି। ଏହାକୁ ମୁକାବିଲା କରିବା ପାଇଁ ରାଜ୍ୟ ସରକାର ସବୁ ପ୍ରକାର ଉଦ୍ୟମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି...

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଏହୁ ସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଗୁରୁବାର ଦିନ ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ...

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri