ଆଜି ରାଜ୍ୟରୁ ୨୫୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୮ା୮(ବ୍ୟୁରୋ): ରାଜ୍ୟରୁ ଗୁରୁବାର ୨୫୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୬,୯୨୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୫୧ ଜଣ ଚିହ୍ନଟ ହୋଇଥିବା ବେଳେ ୧୦୬ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୪୩ ଜଣ ଶିଶୁ ବି ଅଛନ୍ତି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୫୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୩୪, ବଲାଙ୍ଗୀର ଏବଂ କଟକରୁ ୨୨ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ବାଲେଶ୍ୱରରୁ ୫, ବରଗଡ଼ ୧୦, ଭଦ୍ରକ ୧, ଦେବଗଡ଼ ୨, ଗଜପତି ୩, ଜଗତସିଂହପୁର ୧, ଯାଜପୁର ୮, ଝାରସୁଗୁଡ଼ା ୨, କଳାହାଣ୍ଡି ୮, କନ୍ଧମାଳ ୪, କେନ୍ଦ୍ରାପଡ଼ା ୨, କେନ୍ଦୁଝର ୬, ମୟୂରଭଞ୍ଜ ୧୨, ନବରଙ୍ଗପୁର ୭, ନୟାଗଡ଼ ୬, ନୂଆପଡ଼ା ୬, ପୁରୀ ୬, ରାୟଗଡ଼ାରୁ ୧୦ ଏବଂ ସମ୍ବଲପୁରରୁ ୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୭।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୬,୯୨୯ରେ ପହଞ୍ଚିଥିବା ବେଳେ ୧୩,୧୫,୭୨୪ ଜଣ ସୁସ୍ଥ ହୋଇଛନ୍ତି। ୧୯୮୦ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?