ଓଏମ୍‌ବିଏଡିସି ଜିଲା ପାଇଁ ୨୫୭ କୋଟି ଅନୁମୋଦନ

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ଖଣିଜ ସମ୍ପଦ ଅଞ୍ଚଳ ନିଗମ (ଓଏମ୍‌ବିଏଡିସି) ଜିଲାଗୁଡ଼ିକ ପାଇଁ ୮ଟି ପ୍ରକଳ୍ପ ବାବଦରେ ୨୫୭ କୋଟି ଟଙ୍କା ଖର୍ଚ୍ଚ ହେବ। ବୁଧବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଅସିତ୍‌ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୋର୍ଡ ଅଫ୍‌ ଡାଇରେକ୍ଟର ବୈଠକରେ ଏହାକୁ ଅନୁମୋଦନ କରାଯାଇଛି।
ବୈଠକରେ ଓଏମବିଏଡିସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଉମା ନନ୍ଦୁରୀ ପ୍ରକଳ୍ପ ଗୁଡିକ ସମ୍ବନ୍ଧରେ ସୂଚନା ଦେବା ସହ ପ୍ରସ୍ତାବ ଉପସ୍ଥାପନ କରିଥିଲେ। ଅନୁମୋଦିତ ଅର୍ଥରୁ ଭୟୂରଭଞ୍ଜ ଜିଲାର ସ୍ବାସ୍ଥ୍ୟ ସେବାର ଉନ୍ନତୀକରଣ, ପ୍ରାଥମିକ ଚିକିତ୍ସାଳୟ , ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ନିର୍ମାଣ ଏବଂ ଜିଲାର ଦୁଇଟି ବ୍ଲକର ସବଡିଭିଜନାଲ ହେଡକ୍ୱାଟର୍ସ ହସ୍ପିଟାଲ ନିର୍ମାଣ ପାଇଁ ୪୭.୨୫ କୋଟି ଟଙ୍କା ଖର୍ଚ୍ଚ ହେବ। ସେହିପରି କେନ୍ଦୁଝର ଠାରେ ଥିବା ଇଞ୍ଜିନିୟରିଂ କଲେଜର ଲାଇବ୍ରେରୀ, ଲାବୋରେଟୋରୀ ଏବଂ ଶିକ୍ଷା ଭିତ୍ତିଭୁମି ନିର୍ମାଣ ପାଇଁ ୩୪ କୋଟି, ୬ ଜିଲାରେ ଆଇଟିଆଇ ଏବଂ ପଲିଟେକ୍ନିକରେ ସେଣ୍ଟର ଅଫ ଏକ୍ସିଲେନ୍ସ ଖୋଲିବା ପାଇଁ ୧୨୩.୪୫ କୋଟି, ହସ୍ପିଟାଲ ଓ ସ୍କୁଲ ଗୁଡିକରେ ବ୍ରଡବ୍ୟାଣ୍ଡ ସଂଯୋଗ ପାଇଁ ୩ କୋଟି, ଯାଜପୁର ଜିଲାରେ ଦୁଗ୍ଧ ସଂଗ୍ରହ ସୁବିଧା ଫାଇଁ ୨୦.୪୮ କୋଟି ଖର୍ଚ୍ଚ କରାଯିବ। ସେହିପରି କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ ଓ ଯାଜପୁର ଜିଲାରେ ୪ଟି ମେଗା ନର୍ସରୀର ବିକାଶ ପାଇଁ ୧୧.୭୧ କୋଟି, ଆଦିବାସୀ ଯୁବତୀ ଯୁବକଙ୍କୁ ପଞ୍ଚକର୍ମ ଓ ନେରପ୍ୟାଥିରେ ସାର୍ଟିଫିକେଟ କୋର୍ଷ ଦେବା ଲାଗି ୦.୧୬ କୋଟି ଏବଂ ଶଙ୍କରଜାତୀୟ ବାଛୁରି ପାଇଁ ୧୬.୯୩ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି।
ଉଲ୍ଲେଖଯୋଗ୍ୟ ଓଏମବିଏଡିସି ଜିଲାଗୁଡିକର ମେଗା ପାଇପ ଜଳ ଯୋଗାଣ, ସ୍ବାସ୍ଥ୍ୟ ସେବାର ଉନ୍ନତୀକରଣଳ,ଦକ୍ଷତା ବିକାଶ, ସମନ୍ବିତ ଶିଶୁ ବିକାଶ ଯୋଜନାର ଉନ୍ନତୀକରଣ, ପରିବେଶ ସୁରକ୍ଷା ଆଦି ପାଇଁ ୧୩,୨୩୩.୨୫ କୋଟି ଟଙ୍କା ଅନୁମୋଦନ କରାଯାଇଥିଲା। ଏହି ବୈଠକରେ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri