ଓଏମ୍‌ବିଏଡିସି ଜିଲା ପାଇଁ ୨୫୭ କୋଟି ଅନୁମୋଦନ

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ଖଣିଜ ସମ୍ପଦ ଅଞ୍ଚଳ ନିଗମ (ଓଏମ୍‌ବିଏଡିସି) ଜିଲାଗୁଡ଼ିକ ପାଇଁ ୮ଟି ପ୍ରକଳ୍ପ ବାବଦରେ ୨୫୭ କୋଟି ଟଙ୍କା ଖର୍ଚ୍ଚ ହେବ। ବୁଧବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଅସିତ୍‌ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୋର୍ଡ ଅଫ୍‌ ଡାଇରେକ୍ଟର ବୈଠକରେ ଏହାକୁ ଅନୁମୋଦନ କରାଯାଇଛି।
ବୈଠକରେ ଓଏମବିଏଡିସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଉମା ନନ୍ଦୁରୀ ପ୍ରକଳ୍ପ ଗୁଡିକ ସମ୍ବନ୍ଧରେ ସୂଚନା ଦେବା ସହ ପ୍ରସ୍ତାବ ଉପସ୍ଥାପନ କରିଥିଲେ। ଅନୁମୋଦିତ ଅର୍ଥରୁ ଭୟୂରଭଞ୍ଜ ଜିଲାର ସ୍ବାସ୍ଥ୍ୟ ସେବାର ଉନ୍ନତୀକରଣ, ପ୍ରାଥମିକ ଚିକିତ୍ସାଳୟ , ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ନିର୍ମାଣ ଏବଂ ଜିଲାର ଦୁଇଟି ବ୍ଲକର ସବଡିଭିଜନାଲ ହେଡକ୍ୱାଟର୍ସ ହସ୍ପିଟାଲ ନିର୍ମାଣ ପାଇଁ ୪୭.୨୫ କୋଟି ଟଙ୍କା ଖର୍ଚ୍ଚ ହେବ। ସେହିପରି କେନ୍ଦୁଝର ଠାରେ ଥିବା ଇଞ୍ଜିନିୟରିଂ କଲେଜର ଲାଇବ୍ରେରୀ, ଲାବୋରେଟୋରୀ ଏବଂ ଶିକ୍ଷା ଭିତ୍ତିଭୁମି ନିର୍ମାଣ ପାଇଁ ୩୪ କୋଟି, ୬ ଜିଲାରେ ଆଇଟିଆଇ ଏବଂ ପଲିଟେକ୍ନିକରେ ସେଣ୍ଟର ଅଫ ଏକ୍ସିଲେନ୍ସ ଖୋଲିବା ପାଇଁ ୧୨୩.୪୫ କୋଟି, ହସ୍ପିଟାଲ ଓ ସ୍କୁଲ ଗୁଡିକରେ ବ୍ରଡବ୍ୟାଣ୍ଡ ସଂଯୋଗ ପାଇଁ ୩ କୋଟି, ଯାଜପୁର ଜିଲାରେ ଦୁଗ୍ଧ ସଂଗ୍ରହ ସୁବିଧା ଫାଇଁ ୨୦.୪୮ କୋଟି ଖର୍ଚ୍ଚ କରାଯିବ। ସେହିପରି କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ ଓ ଯାଜପୁର ଜିଲାରେ ୪ଟି ମେଗା ନର୍ସରୀର ବିକାଶ ପାଇଁ ୧୧.୭୧ କୋଟି, ଆଦିବାସୀ ଯୁବତୀ ଯୁବକଙ୍କୁ ପଞ୍ଚକର୍ମ ଓ ନେରପ୍ୟାଥିରେ ସାର୍ଟିଫିକେଟ କୋର୍ଷ ଦେବା ଲାଗି ୦.୧୬ କୋଟି ଏବଂ ଶଙ୍କରଜାତୀୟ ବାଛୁରି ପାଇଁ ୧୬.୯୩ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି।
ଉଲ୍ଲେଖଯୋଗ୍ୟ ଓଏମବିଏଡିସି ଜିଲାଗୁଡିକର ମେଗା ପାଇପ ଜଳ ଯୋଗାଣ, ସ୍ବାସ୍ଥ୍ୟ ସେବାର ଉନ୍ନତୀକରଣଳ,ଦକ୍ଷତା ବିକାଶ, ସମନ୍ବିତ ଶିଶୁ ବିକାଶ ଯୋଜନାର ଉନ୍ନତୀକରଣ, ପରିବେଶ ସୁରକ୍ଷା ଆଦି ପାଇଁ ୧୩,୨୩୩.୨୫ କୋଟି ଟଙ୍କା ଅନୁମୋଦନ କରାଯାଇଥିଲା। ଏହି ବୈଠକରେ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri