Posted inଜାତୀୟ

ବିଦାହେଲେ ୨୫,୭୫୩ ଶିକ୍ଷକ: ନିଯୁକ୍ତି ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ/କୋଲକାତା,୪।୪ (ପି.ଟି.):ପଶ୍ଚିମବଙ୍ଗର ସରକାରୀ ଏବଂ ରାଜ୍ୟ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକର ୨୫,୭୫୩ ଶିକ୍ଷକ ଓ ଅନ୍ୟାନ୍ୟ କର୍ମଚାରୀଙ୍କ ନିଯୁକ୍ତିକୁ ସୁପ୍ରିମକୋର୍ଟ ଗୁରୁବାର ରଦ୍ଦ କରିଛନ୍ତି। ଶିକ୍ଷକ ଓ ଅଣଶିକ୍ଷକ ନିଯୁକ୍ତି ଲାଗି ପଶ୍ଚିମବଙ୍ଗ ସ୍କୁଲ୍‌ ସର୍ଭିସ୍‌ କମିଶନଙ୍କ ଅଧୀନରେ ହୋଇଥିବା ସମ୍ପୂର୍ଣ୍ଣ ଚୟନ ପ୍ରକ୍ରିୟା କଳୁଷିତ ଓ ଭ୍ରଷ୍ଟ ବୋଲି ସର୍ବୋଚ୍ଚ ଅଦାଲତ କହିଥିବାବେଳେ ମମତା ବାନାର୍ଜୀଙ୍କ ସରକାରଙ୍କୁ ବଡ଼ ଝଟକା ଲାଗିଛି।
ସିଜେଆଇ ସଞ୍ଜୀବ ଖାନ୍ନା ଏବଂ ଜଷ୍ଟିସ୍‌ ସଞ୍ଜୟ କୁମାରଙ୍କ ଖଣ୍ଡପୀଠ କୋଲକାତା ହାଇକୋର୍ଟଙ୍କ ୨୦୨୪ ଏପ୍ରିଲ ୨୨ ତାରିଖର ରାୟକୁ ବଳବତ୍ତର ରଖିବା ସହ ୩ ମାସ ମଧ୍ୟରେ ସାନି ଚୟନ ପ୍ରକ୍ରିୟା ଆରମ୍ଭ କରିବାକୁ ତୃଣମୂଳ କଂଗ୍ରେସ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟଙ୍କ ରାୟରେ ହସ୍ତକ୍ଷେପ କରିବାର କୌଣସି କାରଣ ନାହିଁ। ଠକାମି କରି ଏଭଳି ନିଯୁକ୍ତି ଦିଆଯାଇଥିବାରୁ ତାହା ରଦ୍ଦ ହେଲା ବୋଲି ଖଣ୍ଡପୀଠ ସ୍ପଷ୍ଟ କରିଦେଇଛନ୍ତି। ଖଣ୍ଡପୀଠଙ୍କ ମତରେ ସମ୍ପୂର୍ଣ୍ଣ ପ୍ରକ୍ରିୟା କଳୁଷିତ। ଏଥିରେ ବ୍ୟାପକ ଜାଲିଆତି ହୋଇଥିବା ବେଳେ ତାହାକୁ ଘୋଡ଼ାଇବାକୁ ଉଦ୍ୟମ ହୋଇଥିଲା। ଫଳରେ ଚୟନ ପ୍ରକ୍ରିୟା ପୂର୍ଣ୍ଣ ମାତ୍ରାରେ ନଷ୍ଟ ହୋଇଯାଇଛି, ଯାହାକୁ ସୁଧାରି ହେବ ନାହିଁ। ଯେଉଁ ପ୍ରାର୍ଥୀମାନେ ନିର୍ଦ୍ଦିଷ୍ଟ ଭାବେ ଦୋଷୀ ପ୍ରମାଣିତ ହୋଇନାହାନ୍ତି, ସେମାନେ ବହୁବର୍ଷ ଧରି ପାଇଥିବା ବେତନ ଫେରାଇବାକୁ ପଡ଼ିବ ନାହିଁ। ତେବେ ସେମାନଙ୍କୁ ସେବାରୁ ବହିଷ୍କାର କରାଯିବ। ସମ୍ପୂର୍ଣ୍ଣ ପରୀକ୍ଷା ପ୍ରକ୍ରିୟା ଏବଂ ଫଳାଫଳ ବ୍ୟର୍ଥ ଘୋଷିତ ହୋଇଥିବାରୁ କୌଣସି ପ୍ରାର୍ଥୀ ନିଯୁକ୍ତ ହୋଇପାରିବେ ନାହିଁ।
ହାଇକୋର୍ଟଙ୍କ ପୂର୍ବ ରାୟକୁ ମମତା ବାନାର୍ଜୀଙ୍କ ସରକାର ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ସର୍ବୋଚ୍ଚ ଅଦାଲତ ଉକ୍ତ ରାୟକୁ ଗୁରୁବାର କାଏମ ରଖିଥିବାବେଳେ ଏହାକୁ ଗ୍ରହଣ କରାଯାଇପାରିବ ନାହିଁ ବୋଲି ମମତା କହିଛନ୍ତି। ମମତା କହିଛନ୍ତି, ୨୫,୭୫୩ ଶିକ୍ଷକଙ୍କ ନିଯୁକ୍ତିକୁ ରଦ୍ଦ କରାଯିବା ରାୟ ଗ୍ରହଣୀୟ ନୁହେଁ। ଅନ୍ୟପକ୍ଷରେ ରାଜ୍ୟ ସରକାରଙ୍କ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାକୁ ସର୍ବୋଚ୍ଚ ଅଦାଲତ ରଦ୍ଦ କରିବା ଫଳରେ ପାଖାପାଖି ୨୬ ହଜାର ଶିକ୍ଷକ ଓ ଅନ୍ୟ କର୍ମଚାରୀଙ୍କ ଅଡ଼ୁଆ ବଢ଼ିଛି। ଏଭଳି ସ୍ଥିତି ପାଇଁ ଦାୟୀ ମୁଖ୍ୟମନ୍ତ୍ରୀ ମମତା ତୁରନ୍ତ ଇସ୍ତଫା ଦିଅନ୍ତୁ ଓ ତାଙ୍କୁ ଗିରଫ କରାଯାଉ ବୋଲି ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀ T20: ମ୍ୟାଚ୍ ଦେଖବାକୁ ଆସୁଥିଲେ ଏସବୁ ସ୍ଥାନରେ କରନ୍ତୁ ପାର୍କିଂ

କଟକ,୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା କ୍ରିକେଟ ଟିମ୍ ବାରବାଟୀରେ ଆୟୋଜିତ ହେବାକୁ ଥିବା T20 ମ୍ୟାଚ୍ ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଉଭୟ ଦଳକୁ କଡ଼ା...

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

ବାରବାଟୀରେ ହେବ ଜୋର୍‌ଦାର ଲଢ଼େଇ: ଭୁବନେଶ୍ୱରରେ ଭାରତ-ଦକ୍ଷିଣ ଆଫ୍ରିକା ଟିମ୍‌

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଟିମ୍‌ର ଖେଳାଳିମାନେ। ଆସନ୍ତା ୯ ତାରିଖ ଅର୍ଥାତ୍‌ ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଉଭୟ ଦେଶର ଖେଳାଳିଙ୍କ...

ଭାରତର ଟପ୍‌ ୭ଟିି ସରକାରୀ ଚାକିରି, IAS ଭଳି ଦରମା, କମ୍‌ ପରିଶ୍ରମରେ…

ନୂଆଦିଲ୍ଲୀ,୭।୧୨: ସରକାରୀ ଚାକିରି ପାଇବା ଲକ୍ଷ ଲକ୍ଷ ଯୁବକ ଯୁବତୀଙ୍କ ସ୍ୱପ୍ନ। ତଥାପି, ଅଧିକାଂଶ ଲୋକ କେବଳ କିଛି ହାଇ-ପ୍ରୋଫାଇଲ ପଦବୀ ବିଷୟରେ ଜାଣନ୍ତି –...

ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍‌ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ...

ରାଜନୀତି ଭୁଲି ଗୋଟିଏ ମଞ୍ଚରେ ଏକାଠି ନାଚିଲେ କଙ୍ଗନା, ମହୁଆ, ସୁପ୍ରିୟା, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୭।୧୨: ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି ଯାହା ଲୋକଙ୍କୁ ଆଶ୍ଚର୍ଯ୍ୟ କରିଛି। ବିଜେପି ସାଂସଦ ଏବଂ ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ, ଟିଏମସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri