Posted inଜାତୀୟ

ବିଦାହେଲେ ୨୫,୭୫୩ ଶିକ୍ଷକ: ନିଯୁକ୍ତି ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ/କୋଲକାତା,୪।୪ (ପି.ଟି.):ପଶ୍ଚିମବଙ୍ଗର ସରକାରୀ ଏବଂ ରାଜ୍ୟ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକର ୨୫,୭୫୩ ଶିକ୍ଷକ ଓ ଅନ୍ୟାନ୍ୟ କର୍ମଚାରୀଙ୍କ ନିଯୁକ୍ତିକୁ ସୁପ୍ରିମକୋର୍ଟ ଗୁରୁବାର ରଦ୍ଦ କରିଛନ୍ତି। ଶିକ୍ଷକ ଓ ଅଣଶିକ୍ଷକ ନିଯୁକ୍ତି ଲାଗି ପଶ୍ଚିମବଙ୍ଗ ସ୍କୁଲ୍‌ ସର୍ଭିସ୍‌ କମିଶନଙ୍କ ଅଧୀନରେ ହୋଇଥିବା ସମ୍ପୂର୍ଣ୍ଣ ଚୟନ ପ୍ରକ୍ରିୟା କଳୁଷିତ ଓ ଭ୍ରଷ୍ଟ ବୋଲି ସର୍ବୋଚ୍ଚ ଅଦାଲତ କହିଥିବାବେଳେ ମମତା ବାନାର୍ଜୀଙ୍କ ସରକାରଙ୍କୁ ବଡ଼ ଝଟକା ଲାଗିଛି।
ସିଜେଆଇ ସଞ୍ଜୀବ ଖାନ୍ନା ଏବଂ ଜଷ୍ଟିସ୍‌ ସଞ୍ଜୟ କୁମାରଙ୍କ ଖଣ୍ଡପୀଠ କୋଲକାତା ହାଇକୋର୍ଟଙ୍କ ୨୦୨୪ ଏପ୍ରିଲ ୨୨ ତାରିଖର ରାୟକୁ ବଳବତ୍ତର ରଖିବା ସହ ୩ ମାସ ମଧ୍ୟରେ ସାନି ଚୟନ ପ୍ରକ୍ରିୟା ଆରମ୍ଭ କରିବାକୁ ତୃଣମୂଳ କଂଗ୍ରେସ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟଙ୍କ ରାୟରେ ହସ୍ତକ୍ଷେପ କରିବାର କୌଣସି କାରଣ ନାହିଁ। ଠକାମି କରି ଏଭଳି ନିଯୁକ୍ତି ଦିଆଯାଇଥିବାରୁ ତାହା ରଦ୍ଦ ହେଲା ବୋଲି ଖଣ୍ଡପୀଠ ସ୍ପଷ୍ଟ କରିଦେଇଛନ୍ତି। ଖଣ୍ଡପୀଠଙ୍କ ମତରେ ସମ୍ପୂର୍ଣ୍ଣ ପ୍ରକ୍ରିୟା କଳୁଷିତ। ଏଥିରେ ବ୍ୟାପକ ଜାଲିଆତି ହୋଇଥିବା ବେଳେ ତାହାକୁ ଘୋଡ଼ାଇବାକୁ ଉଦ୍ୟମ ହୋଇଥିଲା। ଫଳରେ ଚୟନ ପ୍ରକ୍ରିୟା ପୂର୍ଣ୍ଣ ମାତ୍ରାରେ ନଷ୍ଟ ହୋଇଯାଇଛି, ଯାହାକୁ ସୁଧାରି ହେବ ନାହିଁ। ଯେଉଁ ପ୍ରାର୍ଥୀମାନେ ନିର୍ଦ୍ଦିଷ୍ଟ ଭାବେ ଦୋଷୀ ପ୍ରମାଣିତ ହୋଇନାହାନ୍ତି, ସେମାନେ ବହୁବର୍ଷ ଧରି ପାଇଥିବା ବେତନ ଫେରାଇବାକୁ ପଡ଼ିବ ନାହିଁ। ତେବେ ସେମାନଙ୍କୁ ସେବାରୁ ବହିଷ୍କାର କରାଯିବ। ସମ୍ପୂର୍ଣ୍ଣ ପରୀକ୍ଷା ପ୍ରକ୍ରିୟା ଏବଂ ଫଳାଫଳ ବ୍ୟର୍ଥ ଘୋଷିତ ହୋଇଥିବାରୁ କୌଣସି ପ୍ରାର୍ଥୀ ନିଯୁକ୍ତ ହୋଇପାରିବେ ନାହିଁ।
ହାଇକୋର୍ଟଙ୍କ ପୂର୍ବ ରାୟକୁ ମମତା ବାନାର୍ଜୀଙ୍କ ସରକାର ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ସର୍ବୋଚ୍ଚ ଅଦାଲତ ଉକ୍ତ ରାୟକୁ ଗୁରୁବାର କାଏମ ରଖିଥିବାବେଳେ ଏହାକୁ ଗ୍ରହଣ କରାଯାଇପାରିବ ନାହିଁ ବୋଲି ମମତା କହିଛନ୍ତି। ମମତା କହିଛନ୍ତି, ୨୫,୭୫୩ ଶିକ୍ଷକଙ୍କ ନିଯୁକ୍ତିକୁ ରଦ୍ଦ କରାଯିବା ରାୟ ଗ୍ରହଣୀୟ ନୁହେଁ। ଅନ୍ୟପକ୍ଷରେ ରାଜ୍ୟ ସରକାରଙ୍କ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାକୁ ସର୍ବୋଚ୍ଚ ଅଦାଲତ ରଦ୍ଦ କରିବା ଫଳରେ ପାଖାପାଖି ୨୬ ହଜାର ଶିକ୍ଷକ ଓ ଅନ୍ୟ କର୍ମଚାରୀଙ୍କ ଅଡ଼ୁଆ ବଢ଼ିଛି। ଏଭଳି ସ୍ଥିତି ପାଇଁ ଦାୟୀ ମୁଖ୍ୟମନ୍ତ୍ରୀ ମମତା ତୁରନ୍ତ ଇସ୍ତଫା ଦିଅନ୍ତୁ ଓ ତାଙ୍କୁ ଗିରଫ କରାଯାଉ ବୋଲି ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?