Posted inଜାତୀୟ

୨୬/୧୧ ଭଳି ହେବ ବିସ୍ଫୋରଣ: ତାଜ୍‌ ହୋଟେଲକୁ ପାକିସ୍ତାନରୁ ଫୋନ୍‌ରେ ଧମକ

ମୁମ୍ବାଇ, ୩୦।୬: ମୁମ୍ବାଇର ତାଜ୍‌ ହୋଟେଲକୁ ପାକିସ୍ତାନରୁ ଫୋନ୍‌ରେ ଧମକ ମିଳିଛି। ୨୬/୧୧ ଭଳି ପୁଣି ହୋଟେଲରେ ବିସ୍ଫୋରଣ ହେବ ବୋଲି ଫୋନ୍‌ରେ କେହି ଜଣେ ଧମକ ଦେଇଥିବା ପୋଲିସ କହିଛି। ମୁମ୍ବାଇ ପୋଲିସ ପକ୍ଷରୁ ସୁରକ୍ଷା ଦୃଷ୍ଟିରୁ ହୋଟେଲ ପରିସରରେ ବ୍ୟାପକ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି। ଏହା ସହିତ ଦକ୍ଷିଣ ମୁମ୍ବାଇ ଏବଂ ସମୁଦ୍ର କୂଳବର୍ତ୍ତୀ ଅଞ୍ଚଳରେ ପାଟ୍ରୋଲିଂକୁ ବଢ଼ାଇ ଦିଆଯାଇଥିବା ପୋଲିସ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଫୋନ୍‌ କଲ୍‌ ମିଳିବା ପରେ ପୋଲିସ ବୋମା ନିଷ୍କ୍ରିୟ ବାହିନୀ ସହାୟତାରେ ହୋଟେଲର ଯାଞ୍ଚ୍‌ କରିଛନ୍ତି। ହୋଟେଲରେ ବିସ୍ଫୋରଣ ହେବ ବୋଲି ୨ଥର କଲ୍‌ କରାଯାଇଥିଲା। ପ୍ରଥମ କଲ୍‌ କୋଲାବାସ୍ଥିତ ତାଜ୍‌ ହୋଟେଲକୁ ରାତ୍ର ୧୨ଟାରେ ଆସିଥିବା ବେଳେ ଦ୍ୱିତୀୟ କଲ୍‌ ବାନ୍ଦ୍ରାଠାରେ ଥିବା ହୋଟେଲ ତାଜ୍‌ ଲାଣ୍ଡସ୍‌ ଏଣ୍ଡ୍‌କୁ ଆସିଥିଲା। କଲ୍‌ କରିଥିବା ବ୍ୟକ୍ତି ନିଜକୁ ଲଶ୍କର-ଇ-ତୋଏବା ଆତଙ୍କବାଦୀ ସଂଗଠନ ସଦସ୍ୟ ବୋଲି ପରିଚୟ ଦେଇଥିବା ପୋଲିସ କହିଛି। ସୂଚନାଯୋଗ୍ୟ, ୨୦୦୮ ନଭେମ୍ବର ୨୬ରେ ହୋଇଥିବା ମୁମ୍ବାଇ ବିସ୍ଫୋରଣରେ ୧୬୬ ଜଣ ଲୋକଙ୍କ ମୃତ୍ୟୁ ଘଟିଥିଲା। ୩୦୦ରୁ ଅଧିକ ଲୋକ ଆହତ ହୋଇଥିଲେ। ୬୦ ଘଣ୍ଟା ଧରି ପୋଲିସ ଅପରେଶନ୍‌ ପରେ ସମସ୍ତ ଆତଙ୍କବାଦୀ ନିହତ ହୋଇଥିବାବେଳେ ଅଜମଲ କସବ ପୋଲିସ ହାତରେ ଧରାପଡ଼ିଥିଲେ। ପରେ ତାଙ୍କୁ ଫାଶୀ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri