Posted inଜାତୀୟ

୨୬/୧୧ ଭଳି ହେବ ବିସ୍ଫୋରଣ: ତାଜ୍‌ ହୋଟେଲକୁ ପାକିସ୍ତାନରୁ ଫୋନ୍‌ରେ ଧମକ

ମୁମ୍ବାଇ, ୩୦।୬: ମୁମ୍ବାଇର ତାଜ୍‌ ହୋଟେଲକୁ ପାକିସ୍ତାନରୁ ଫୋନ୍‌ରେ ଧମକ ମିଳିଛି। ୨୬/୧୧ ଭଳି ପୁଣି ହୋଟେଲରେ ବିସ୍ଫୋରଣ ହେବ ବୋଲି ଫୋନ୍‌ରେ କେହି ଜଣେ ଧମକ ଦେଇଥିବା ପୋଲିସ କହିଛି। ମୁମ୍ବାଇ ପୋଲିସ ପକ୍ଷରୁ ସୁରକ୍ଷା ଦୃଷ୍ଟିରୁ ହୋଟେଲ ପରିସରରେ ବ୍ୟାପକ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି। ଏହା ସହିତ ଦକ୍ଷିଣ ମୁମ୍ବାଇ ଏବଂ ସମୁଦ୍ର କୂଳବର୍ତ୍ତୀ ଅଞ୍ଚଳରେ ପାଟ୍ରୋଲିଂକୁ ବଢ଼ାଇ ଦିଆଯାଇଥିବା ପୋଲିସ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଫୋନ୍‌ କଲ୍‌ ମିଳିବା ପରେ ପୋଲିସ ବୋମା ନିଷ୍କ୍ରିୟ ବାହିନୀ ସହାୟତାରେ ହୋଟେଲର ଯାଞ୍ଚ୍‌ କରିଛନ୍ତି। ହୋଟେଲରେ ବିସ୍ଫୋରଣ ହେବ ବୋଲି ୨ଥର କଲ୍‌ କରାଯାଇଥିଲା। ପ୍ରଥମ କଲ୍‌ କୋଲାବାସ୍ଥିତ ତାଜ୍‌ ହୋଟେଲକୁ ରାତ୍ର ୧୨ଟାରେ ଆସିଥିବା ବେଳେ ଦ୍ୱିତୀୟ କଲ୍‌ ବାନ୍ଦ୍ରାଠାରେ ଥିବା ହୋଟେଲ ତାଜ୍‌ ଲାଣ୍ଡସ୍‌ ଏଣ୍ଡ୍‌କୁ ଆସିଥିଲା। କଲ୍‌ କରିଥିବା ବ୍ୟକ୍ତି ନିଜକୁ ଲଶ୍କର-ଇ-ତୋଏବା ଆତଙ୍କବାଦୀ ସଂଗଠନ ସଦସ୍ୟ ବୋଲି ପରିଚୟ ଦେଇଥିବା ପୋଲିସ କହିଛି। ସୂଚନାଯୋଗ୍ୟ, ୨୦୦୮ ନଭେମ୍ବର ୨୬ରେ ହୋଇଥିବା ମୁମ୍ବାଇ ବିସ୍ଫୋରଣରେ ୧୬୬ ଜଣ ଲୋକଙ୍କ ମୃତ୍ୟୁ ଘଟିଥିଲା। ୩୦୦ରୁ ଅଧିକ ଲୋକ ଆହତ ହୋଇଥିଲେ। ୬୦ ଘଣ୍ଟା ଧରି ପୋଲିସ ଅପରେଶନ୍‌ ପରେ ସମସ୍ତ ଆତଙ୍କବାଦୀ ନିହତ ହୋଇଥିବାବେଳେ ଅଜମଲ କସବ ପୋଲିସ ହାତରେ ଧରାପଡ଼ିଥିଲେ। ପରେ ତାଙ୍କୁ ଫାଶୀ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘୨୦୨୫ ସୁଦ୍ଧା ଭାଜପା ସଂରକ୍ଷଣ ଉଚ୍ଛେଦ କରିବ’: ରେବନ୍ଥ ରେଡ୍ଡୀଙ୍କ ବଡ଼ ଦାବି

ହାଇଦ୍ରାବାଦ,୨୫।୪: ମୁସଲମାନମାନଙ୍କ ପାଇଁ କୋଟାକୁ ନେଇ ଭାଜପା ଏବଂ କଂଗ୍ରେସ ମଧ୍ୟରେ ଚାଲିଥିବା ରାଜନୈତିକ ଵାକଯୁଦ୍ଧ ମଧ୍ୟରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ ଅଭିଯୋଗ କରିଛନ୍ତି...

ପ୍ରଥମେ ଖବରଦାତା ସମ୍ମିଳନୀ-ପରେ ରାଲି, ଏବେ ରୋଡ ଶୋ’…ଏଏପିର ପ୍ରଚାର ସମ୍ଭାଳିବେ ସୁନୀତା କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଗିରଫ ହୋଇ ଜେଲ୍‌ ଯିବା ପରେ ତାଙ୍କ ପତ୍ନୀ ସୁନୀତା କେନ୍ଦ୍ର ସରକାରଙ୍କୁ ସମାଲୋଚନା କରି ଆସୁଛନ୍ତି। ସେ...

ହୋଟେଲରେ ନିଆଁ ଲାଗି ୬ ମୃତ, ୧୨ ଆଇସିୟୁରେ ଭର୍ତ୍ତିି

ପାଟନା,୨୫ା୪: ଗୁରୁବାର ପାଟନାରେ ଥିବା ଏକ ହୋଟେଲରେ ନିଆଁ ଲାଗିବାରୁ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ଏହି...

ଭାଜପାରେ ଯୋଗଦେଲେ ପ୍ରସିଦ୍ଧ ୟୁଟ୍ୟୁବର: ମା’ଙ୍କ କଥାରେ ଧରିଲେ ପଦ୍ମ

ନୂଆଦିଲ୍ଲୀ,୨୫।୪: ବିହାରର ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କାଶ୍ୟପ ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ସେ ଦିଲ୍ଲୀରେ ଦଳର ଜାତୀୟ ସଭାପତି ଜେପି ନଡାଙ୍କୁ ଭେଟି ପଦ୍ମ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂରେ ନଜର ଆସିବେ ହେଭିଓ୍ବେଟ ନେତା, ଭାଗ୍ୟ ପରୀକ୍ଷା କରିବେ ରାହୁଲ-ଶଶୀ ଥରୁର୍‌

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନକୁ ନେଇ ଦେଶରେ ସୃଷ୍ଟି ହୋଇଛି ଏକ ଭିନ୍ନ ପରିବେଶ । ପ୍ରଥମ ପର୍ଯ୍ୟାୟ ପରେ ସବୁ ରାଜନୈତିକ ଦଳ ଏବେ...

ପ୍ରଧାନ ବିଚାରପତି କଲେ ବଡ଼ ଘୋଷଣା, ହ୍ବାଟ୍ସଆପ୍‌ରେ ଓକିଲଙ୍କୁ ମାମଲା ସମ୍ପର୍କିତ ସୂଚନା ପ୍ରଦାନ କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୫।୪: ଭାରତର ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୁଡ଼ ଘୋଷଣା କରିଛନ୍ତି ଯେ ସୁପ୍ରିମକୋର୍ଟ ହ୍ବାଟ୍ସଆପ୍‌ ଜରିଆରେ ଓକିଲଙ୍କ ସହ ଶୁଣାଣି ହେବାକୁ ଥିବା ମାମଲା, ମାମଲା...

ପରଦା ପଛରେ ଚାଇନା ସହ କଥାବାର୍ତ୍ତା କରୁଛି ତିବ୍ବତ: ଭାରତକୁ କଲା ଏମିତି ଅପିଲ୍‌

ଧର୍ମଶାଳା,୨୫।୪: ତିବ୍ଦତ ସରକାର ପରଦା ପଛରେ ଚାଇନା ସରକାରଙ୍କ ସହ କଥାବାର୍ତ୍ତା କରୁଛନ୍ତି। ଉଭୟ ପକ୍ଷ ଦୀର୍ଘ ବିଚାରାଧୀନ ଦ୍ୱିପାକ୍ଷିକ ଆଲୋଚନାକୁ ପୁଣି ଆରମ୍ଭ କରିବାକୁ...

ମୋଦି, ରାହୁଲଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୨୫ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ନିର୍ବାଚନ ଆୟୋଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ମୋଦି ଏବଂ ରାହୁଲଙ୍କ ଭାଷଣକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri