Posted inଜାତୀୟ

ଦିଲ୍ଲୀରେ ପହଞ୍ଚିଲା ୨୬/୧୧ ଆତଙ୍କବାଦୀ ଆକ୍ରମଣ ମାଷ୍ଟରମାଇଣ୍ଡ୍‌ ତହଉର ରାଣା

ନୂଆଦିଲ୍ଲୀ, ୧୦।୪: ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ଅଭିଯୁକ୍ତ ତହଉର ହୁସେନ ରାଣା ରାଣାକୁ ଭାରତ ଅଣାଯାଇଛି। ତାଙ୍କୁ ନେଇ ଆସୁଥିବା ସ୍ୱତନ୍ତ୍ର ଗାଡ଼ିଟି ଦିଲ୍ଲୀ ବିମାନବନ୍ଦରରେ ଅବତରଣ କରିଛି। ଖୁବ୍‌ଶୀଘ୍ର, ତାଙ୍କୁ ବିମାନବନ୍ଦରରୁ ଜାତୀୟ ତଦନ୍ତ ସଂସ୍ଥା (NIA) ମୁଖ୍ୟାଳୟକୁ ନିଆଯିବ, ଯେଉଁଠାରେ ତଦନ୍ତ ସଂସ୍ଥାଗୁଡ଼ିକର ଏକ ଦଳ ତାଙ୍କୁ ପଚରାଉଚରା କରିବେ। ଏହା ପରେ, ତାଙ୍କୁ ରାଜଧାନୀର ତିହାର ଜେଲରେ ରଖାଯିବ, ଯେଉଁଠାରେ ତାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।

୨୦୦୮ ମୁମ୍ବାଇ ଆକ୍ରମଣର ଅନ୍ୟତମ ମାଷ୍ଟରମାଇଣ୍ଡ୍‌ ତହଉର ହୁସେନ୍‌ ରାଣାଙ୍କ ସବୁ ପ୍ରକାର ଆଇନଗତ ବିକଳ୍ପ ଶେଷ ହୋଇଯିବା ପରେ ଆମେରିକା ତାଙ୍କୁ ଭାରତକୁ ପ୍ରତ୍ୟର୍ପଣ କରିଥିଲା। ରାଣାଙ୍କୁ ଏକ ସ୍ବତନ୍ତ୍ର ବିମାନରେ ଭାରତକୁ ବୁଧବାର ଆମେରିକାରୁ ଅଣାଯାଇଥିଲା।

ରାଣାଙ୍କ ପ୍ରତ୍ୟର୍ପଣ ଉପରେ ସ୍ଥଗିତାଦେଶ ଜାରି କରିବାକୁ ଆମେରିକାର ପ୍ରଧାନ ବିଚାରପତି ସୋମବାର ମନା କରିଦେଇଥିଲେ। ଏହା ପୂର୍ବରୁ ମଧ୍ୟ ସେ ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ପିଟିଶନ ଦାଖଲ କରିଥିଲେ, ଯାହାକି ଗତ ମାର୍ଚ୍ଚରେ ଖାରଜ ହୋଇଯାଇଥିଲା। ଉକ୍ତ ପିଟିଶନରେ ସେ ଜାତୀୟତା, ଧର୍ମୀୟ ଓ ସାଂସ୍କୃତିକ ଶତ୍ରୁତାର ଶିକାର ହୋଇ ଭାରତରେ ପ୍ରାଣ ହରାଇପାରନ୍ତି ବୋଲି ଆଶଙ୍କା ପ୍ରକାଶ କରିଥିଲେ।

ତେବେ ଆମେରିକା ସୁପ୍ରିମକୋର୍ଟ ଭାରତକୁ ପ୍ରତ୍ୟର୍ପଣ ବିରୋଧୀ ଆବେଦନକୁ ଖାରଜ କରିଦେବା ପରେ ତାଙ୍କ ବର୍ତ୍ତିବା ବାଟ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଥିଲା। ଏହା ପୂର୍ବରୁ ଫେବୃଆରୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓ୍ବାଶିଂଟନ୍‌ ଗସ୍ତବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ରାଣାଙ୍କୁ ଭାରତକୁ ପ୍ରତ୍ୟର୍ପଣ କରିବା ନେଇ ପ୍ରତିଶ୍ରୁତି ଦେଇଥିଲେ।

୨୦୦୮ ନଭେମ୍ବର ୨୬ରେ ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଲଶ୍କର-ଇ-ତୋଇବା (ଏଲ୍‌ଇଟି) ଆତଙ୍କବାଦୀମାନେ ଭାରତର ଆର୍ଥିକ ରାଜଧାନୀ ମୁମ୍ବାଇରେ ଅତର୍କିତ ଆକ୍ରମଣ କରିଥିଲେ। ୩ ଦିନ ଧରି ଚାଲିଥିବା ଏହି ଆକ୍ରମଣରେ ୧୬୬ ଜଣଙ୍କ ମୃତ୍ୟୁ ଘଟିଥିଲା। ରାଣା ହେଉଛନ୍ତି ଆକ୍ରମଣର ମୁଖ୍ୟ ଷଡ଼ଯନ୍ତ୍ରକାରୀ ପାକିସ୍ତାନୀ-ଆମେରିକୀୟ ଆତଙ୍କବାଦୀ ଡେଭିଡ୍‌ କୋଲ୍‌ମ୍ୟାନ୍‌ ହେଡ୍‌ଲିଙ୍କ ସହଯୋଗୀ। ଆକ୍ରମଣ ସମୟରେ ସେ ହେଡ୍‌ଲିଙ୍କ ସହ ୨୩୧ ଥର ଟେଲିଫୋନ୍‌ରେ କଥା ହୋଇଥିଲେ ବୋଲି ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ତଦନ୍ତରୁ ଜାଣିବାକୁ ପାଇଛି। ଇତିମଧ୍ୟରେ ଉକ୍ତ ଆକ୍ରମଣରେ ପ୍ରାଣ ହରାଇଥିବା ମହାରାଷ୍ଟ୍ର ଏସ୍‌ଆର୍‌ପିଏଫ୍‌ କନ୍‌ଷ୍ଟେବଲ ରାହୁଲ ଶିନ୍ଦେଙ୍କ ବାପା ସୁଭାଷ ଶିନ୍ଦେ ରାଣାଙ୍କୁ ମୃତ୍ୟୁଦଣ୍ଡ ଦିଆଯାଉ ବୋଲି ଦାବି କରିଛନ୍ତି। ରାଣାଙ୍କୁ ଫାଶୀ ଦିଆଗଲେ ହିଁ ତାଙ୍କ ପୁଅଙ୍କ ପ୍ରତି ଉପଯୁକ୍ତ ଶ୍ରଦ୍ଧାଞ୍ଜଳି ହେବ ବୋଲି ସୁଭାଷ କହିଛନ୍ତି। ରାଣା ଜଣେ ପାକିସ୍ତାନୀ ବଂଶୋଦ୍ଭବ ବ୍ୟବସାୟୀ, ଡାକ୍ତର ଓ ଆପ୍ରବାସନ ଉଦ୍ୟୋକ୍ତା। ଏହି ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ଚାଲିଥିବାବେଳେ ସେ ଏଲ୍‌ଇଟି ଏବଂ ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ଇଣ୍ଟର-ସର୍ଭିସେସ୍‌ ଇଣ୍ଟେଲିଜେନ୍ସ (ଆଇଏସ୍‌ଆଇ) ସହ ଯୋଗସୂତ୍ରରେ ରହିଥିଲେ ବୋଲି ଭାରତ ସରକାରଙ୍କ ପକ୍ଷରୁ ଆମେରିକାକୁ ପ୍ରତ୍ୟର୍ପଣ ସକାଶେ ଦିଆଯାଇଥିବା ଡୋଜିଅରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

ଏବେ ବି ଟଳିନି ସଙ୍କଟ, ୩୦୦ରୁ ଅଧିକ ବିମାନ ବାତିଲ କଲା ଇଣ୍ଡିଗୋ, ଆଡଭାଇଜରୀ ଜାରି…

ନୂଆଦିଲ୍ଲୀ,୧୦।୧୨: ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ରାମ ମୋହନ ନାଇଡୁ ସଂସଦରେ ସ୍ପଷ୍ଟ ଭାବରେ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ହେଉଛି, ଦାୟୀ ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

ତାମିଲ ବାବୁଙ୍କୁ ଧର…ମୋହନ ସରକାରଙ୍କୁ କାହିଁକି ଏମିତି କହିଲେ ରଣେନ୍ଦ୍ର

ଭୁବନେଶ୍ୱର,୧୦।୧୨(ରବି ନାରାୟଣ ଜେନା):ନିର୍ବାଚନ ବେଳେ ତାମିଲ ବାବୁ ଚାବି ନେଇଗଲେ ବୋଲି କହୁଥିଲ। ଏବେ ତାମିଲ ବାବୁଙ୍କୁ ଧର ବୋଲି ବିଜେଡିର ବରିଷ୍ଠ ସଦସ୍ୟ ରଣେନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri