Posted inଜାତୀୟ

ଦିଲ୍ଲୀରେ ପହଞ୍ଚିଲା ୨୬/୧୧ ଆତଙ୍କବାଦୀ ଆକ୍ରମଣ ମାଷ୍ଟରମାଇଣ୍ଡ୍‌ ତହଉର ରାଣା

ନୂଆଦିଲ୍ଲୀ, ୧୦।୪: ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ଅଭିଯୁକ୍ତ ତହଉର ହୁସେନ ରାଣା ରାଣାକୁ ଭାରତ ଅଣାଯାଇଛି। ତାଙ୍କୁ ନେଇ ଆସୁଥିବା ସ୍ୱତନ୍ତ୍ର ଗାଡ଼ିଟି ଦିଲ୍ଲୀ ବିମାନବନ୍ଦରରେ ଅବତରଣ କରିଛି। ଖୁବ୍‌ଶୀଘ୍ର, ତାଙ୍କୁ ବିମାନବନ୍ଦରରୁ ଜାତୀୟ ତଦନ୍ତ ସଂସ୍ଥା (NIA) ମୁଖ୍ୟାଳୟକୁ ନିଆଯିବ, ଯେଉଁଠାରେ ତଦନ୍ତ ସଂସ୍ଥାଗୁଡ଼ିକର ଏକ ଦଳ ତାଙ୍କୁ ପଚରାଉଚରା କରିବେ। ଏହା ପରେ, ତାଙ୍କୁ ରାଜଧାନୀର ତିହାର ଜେଲରେ ରଖାଯିବ, ଯେଉଁଠାରେ ତାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।

୨୦୦୮ ମୁମ୍ବାଇ ଆକ୍ରମଣର ଅନ୍ୟତମ ମାଷ୍ଟରମାଇଣ୍ଡ୍‌ ତହଉର ହୁସେନ୍‌ ରାଣାଙ୍କ ସବୁ ପ୍ରକାର ଆଇନଗତ ବିକଳ୍ପ ଶେଷ ହୋଇଯିବା ପରେ ଆମେରିକା ତାଙ୍କୁ ଭାରତକୁ ପ୍ରତ୍ୟର୍ପଣ କରିଥିଲା। ରାଣାଙ୍କୁ ଏକ ସ୍ବତନ୍ତ୍ର ବିମାନରେ ଭାରତକୁ ବୁଧବାର ଆମେରିକାରୁ ଅଣାଯାଇଥିଲା।

ରାଣାଙ୍କ ପ୍ରତ୍ୟର୍ପଣ ଉପରେ ସ୍ଥଗିତାଦେଶ ଜାରି କରିବାକୁ ଆମେରିକାର ପ୍ରଧାନ ବିଚାରପତି ସୋମବାର ମନା କରିଦେଇଥିଲେ। ଏହା ପୂର୍ବରୁ ମଧ୍ୟ ସେ ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ପିଟିଶନ ଦାଖଲ କରିଥିଲେ, ଯାହାକି ଗତ ମାର୍ଚ୍ଚରେ ଖାରଜ ହୋଇଯାଇଥିଲା। ଉକ୍ତ ପିଟିଶନରେ ସେ ଜାତୀୟତା, ଧର୍ମୀୟ ଓ ସାଂସ୍କୃତିକ ଶତ୍ରୁତାର ଶିକାର ହୋଇ ଭାରତରେ ପ୍ରାଣ ହରାଇପାରନ୍ତି ବୋଲି ଆଶଙ୍କା ପ୍ରକାଶ କରିଥିଲେ।

ତେବେ ଆମେରିକା ସୁପ୍ରିମକୋର୍ଟ ଭାରତକୁ ପ୍ରତ୍ୟର୍ପଣ ବିରୋଧୀ ଆବେଦନକୁ ଖାରଜ କରିଦେବା ପରେ ତାଙ୍କ ବର୍ତ୍ତିବା ବାଟ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଥିଲା। ଏହା ପୂର୍ବରୁ ଫେବୃଆରୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓ୍ବାଶିଂଟନ୍‌ ଗସ୍ତବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ରାଣାଙ୍କୁ ଭାରତକୁ ପ୍ରତ୍ୟର୍ପଣ କରିବା ନେଇ ପ୍ରତିଶ୍ରୁତି ଦେଇଥିଲେ।

୨୦୦୮ ନଭେମ୍ବର ୨୬ରେ ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଲଶ୍କର-ଇ-ତୋଇବା (ଏଲ୍‌ଇଟି) ଆତଙ୍କବାଦୀମାନେ ଭାରତର ଆର୍ଥିକ ରାଜଧାନୀ ମୁମ୍ବାଇରେ ଅତର୍କିତ ଆକ୍ରମଣ କରିଥିଲେ। ୩ ଦିନ ଧରି ଚାଲିଥିବା ଏହି ଆକ୍ରମଣରେ ୧୬୬ ଜଣଙ୍କ ମୃତ୍ୟୁ ଘଟିଥିଲା। ରାଣା ହେଉଛନ୍ତି ଆକ୍ରମଣର ମୁଖ୍ୟ ଷଡ଼ଯନ୍ତ୍ରକାରୀ ପାକିସ୍ତାନୀ-ଆମେରିକୀୟ ଆତଙ୍କବାଦୀ ଡେଭିଡ୍‌ କୋଲ୍‌ମ୍ୟାନ୍‌ ହେଡ୍‌ଲିଙ୍କ ସହଯୋଗୀ। ଆକ୍ରମଣ ସମୟରେ ସେ ହେଡ୍‌ଲିଙ୍କ ସହ ୨୩୧ ଥର ଟେଲିଫୋନ୍‌ରେ କଥା ହୋଇଥିଲେ ବୋଲି ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ତଦନ୍ତରୁ ଜାଣିବାକୁ ପାଇଛି। ଇତିମଧ୍ୟରେ ଉକ୍ତ ଆକ୍ରମଣରେ ପ୍ରାଣ ହରାଇଥିବା ମହାରାଷ୍ଟ୍ର ଏସ୍‌ଆର୍‌ପିଏଫ୍‌ କନ୍‌ଷ୍ଟେବଲ ରାହୁଲ ଶିନ୍ଦେଙ୍କ ବାପା ସୁଭାଷ ଶିନ୍ଦେ ରାଣାଙ୍କୁ ମୃତ୍ୟୁଦଣ୍ଡ ଦିଆଯାଉ ବୋଲି ଦାବି କରିଛନ୍ତି। ରାଣାଙ୍କୁ ଫାଶୀ ଦିଆଗଲେ ହିଁ ତାଙ୍କ ପୁଅଙ୍କ ପ୍ରତି ଉପଯୁକ୍ତ ଶ୍ରଦ୍ଧାଞ୍ଜଳି ହେବ ବୋଲି ସୁଭାଷ କହିଛନ୍ତି। ରାଣା ଜଣେ ପାକିସ୍ତାନୀ ବଂଶୋଦ୍ଭବ ବ୍ୟବସାୟୀ, ଡାକ୍ତର ଓ ଆପ୍ରବାସନ ଉଦ୍ୟୋକ୍ତା। ଏହି ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ଚାଲିଥିବାବେଳେ ସେ ଏଲ୍‌ଇଟି ଏବଂ ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ଇଣ୍ଟର-ସର୍ଭିସେସ୍‌ ଇଣ୍ଟେଲିଜେନ୍ସ (ଆଇଏସ୍‌ଆଇ) ସହ ଯୋଗସୂତ୍ରରେ ରହିଥିଲେ ବୋଲି ଭାରତ ସରକାରଙ୍କ ପକ୍ଷରୁ ଆମେରିକାକୁ ପ୍ରତ୍ୟର୍ପଣ ସକାଶେ ଦିଆଯାଇଥିବା ଡୋଜିଅରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

ଉଚ୍ଚ ଦରମାରେ ଚାକିରି ସୁଯୋଗ ଆଣିଛି SBI, ଜାଣନ୍ତୁ କେମିତି କରିବେ ଆବେଦନ, ଶେଷ ତାରିଖ ରହିଛି…

ନୂଆଦିଲ୍ଲୀ,୨୦ା୯: ଆଜିକାଲି ସମସ୍ତେ ଭଲ ଦରମା ପାଇବା ପାଇଁ ଗୋଟିଏ ଭଲ ଚାକିରି ଖୋଜୁଛନ୍ତି। ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ’ (SBI)…

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?