ଅଧାରେ ଥିଲା, ପୁଣି କାମ ଆରମ୍ଭ

କଟକ ଅଫିସ,୨୪ା୬: ଦୀର୍ଘଦିନ ଧରି ଅଧାପନ୍ତରିଆ ଭାବେ ପଡ଼ି ରହିଥିବା ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟର ଛାତ୍ରୀ ନିବାସ ନିର୍ମାଣ କାର୍ଯ୍ୟ ପୁଣିଥରେ ଆରମ୍ଭ ହୋଇଛି। ଛାତ୍ରୀ ନିବାସ ପରିସର ସଫା କରାଯାଇଛି। ବୁଧବାରଠାରୁ ବିଲ୍ଡିଂ ନିର୍ମାଣ କାମ ଆରମ୍ଭ କରାଯିବ। ମାତ୍ର ଛାତ୍ରୀ ନିବାସ ପାଚେରି ପାଇଁ କୌଣସି ଅନୁଦାନ ଆସିନାହିଁ। ୨୦୦୯ରେ ୟୁନିର୍ଭସିଟି ଗ୍ରାଣ୍ଟ କମିଶନ (ୟୁଜିସି) ୧୦୦ ଶଯ୍ୟାବିଶିଷ୍ଟ ଛାତ୍ରୀ ନିବାସ ନିର୍ମାଣ ପାଇଁ ୮୦ ଲକ୍ଷ ଟଙ୍କା ଅନୁଦାନ ଦେଇଥିଲା। ୨୦୧୦ରେ ପ୍ରଥମ କିସ୍ତିରେ ମହାବିଦ୍ୟାଳୟକୁ ୪୦ ଲକ୍ଷ ଟଙ୍କା ଆସିଥିଲା। ନିର୍ଦ୍ଧାରିତ ସମୟ ମଧ୍ୟରେ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ନ ହେବାରୁ ବାକି ୪୦ ଲକ୍ଷ ଟଙ୍କା ଫେରିଯାଇଥିଲା। ପରେ ମହାବିଦ୍ୟାଳୟ କର୍ତ୍ତୃପକ୍ଷ ଉଚ୍ଚଶିକ୍ଷା ବିଭାଗ ନିକଟରେ ନିର୍ମାଣ କାର୍ଯ୍ୟ ପୁଣିଥରେ ଆରମ୍ଭ କରିବାକୁ ଦାବି ଜଣାଇଥିଲେ। ଉଚ୍ଚଶିକ୍ଷା ବିଭାଗ ଛାତ୍ରୀ ନିବାସ ପାଇଁ ୨୦୧୫ରେ ୧କୋଟି ୪୨ ଲକ୍ଷ ଟଙ୍କା ଅନୁଦାନ ଦେଇଥିଲେ। ଏଥିସହ ନିର୍ମାଣ କାର୍ଯ୍ୟ ଶୀଘ୍ର ସାରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶନାମାକୁ ୫ବର୍ଷ ପୂରିସାରିଥିଲେ ମଧ୍ୟ ନିର୍ମାଣ କାର୍ଯ୍ୟ ଅଧାପନ୍ତରିଆ ପଡ଼ିଛି। କେବଳ ବିଲ୍ଡିଂର ଭିତ୍ତିପ୍ରସ୍ତର ଦିଆଯାଇଛି। ବାକି କାର୍ଯ୍ୟ କେବେ ସରିବ, ତାହା ପ୍ରଶ୍ନବାଚୀ ହୋଇ ରହିଛି। ତେବେ ମଧୁସୂଦନ ଆଇନ ମହାବିଦ୍ୟାଳୟ ବିଶ୍ୱବିଦ୍ୟାଳୟ ମାନ୍ୟତା ପାଇବା ପରେ କର୍ତ୍ତୃପକ୍ଷ ତତ୍ପର ହୋଇପଡ଼ିଛନ୍ତି। ଛାତ୍ରୀ ନିବାସର ନିର୍ମାଣ କାର୍ଯ୍ୟ ପୁଣିଥରେ ଆରମ୍ଭ କରାଯାଇଛି। ଛାତ୍ରୀ ନିବାସ ପାଇଁ ଅନୁଦାନ ଆସିଥିଲେ ମଧ୍ୟ ପାଚେରି ପାଇଁ ଅର୍ଥ ଆସିନାହିଁ। ଜାନୁୟାରୀ ସୁଦ୍ଧା କାର୍ଯ୍ୟ ସାରିବାକୁ ଲକ୍ଷ୍ୟ ରଖାଯାଇଛି। ପାଚେରି ପାଇଁ ଉଚ୍ଚଶିକ୍ଷା ବିଭାଗକୁ ଅବଗତ କରାଯିବ ବୋଲି ମହାବିଦ୍ୟାଳୟ ଅଧ୍ୟକ୍ଷ ସୁକାନ୍ତ ନନ୍ଦ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ବଡ଼ ଆକ୍ସନ: ଦରମା ବନ୍ଦ ସହ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍‌ ପରେ କାର୍ଯ୍ୟରୁ ନିବୃତ୍ତ ପାଇଁ ନିର୍ଦ୍ଦେଶ !

ଭୁବନେଶ୍ୱର, ୨ା୭: ରାଜ୍ୟରେ ଚାଲିଥିବା ଡାକ୍ତରୀ ଆନ୍ଦୋଳନକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଏବଂ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ମେଡିକାଲ ସର୍ଭିସେସ୍‌…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri