୨୬ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ

ଛତ୍ରପୁର,୧୧।୮(ଡି.ଏନ.ଏ.): ଛତ୍ରପୁରସ୍ଥିତ ଆଇସିଡିଏସ କାର୍ଯ୍ୟାଳୟ ପରିସରରେ ଗୁରୁବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଉକ୍ତ କାର୍ଯ୍ୟାଳୟରେ କର୍ମଚାରୀମାନଙ୍କୁ କେତେଜଣ ଅଙ୍ଗନଓ୍ବାଡି କର୍ମୀ ତାଲା ପକାଇ ରଖିଥିଲେ। ଖବରପାଇ ଛତ୍ରପୁର ଥାନା ପୋଲିସ ଓ ଜିଲା ସମାଜ ମଙ୍ଗଳ ଅଧିକାରୀ ପହଞ୍ଚିବା ପରେ ସେମାନଙ୍କ ଉପସ୍ଥିତିରେ ତାଲା ଖୋଲାଯାଇଥିଲା। ଆଇସିଡିଏସ କାର୍ଯ୍ୟାଳୟରେ କାର୍ଯ୍ୟରତ ଗୀତାଞ୍ଜଳି ବେହେରା ଛତ୍ରପୁର ଏନଏସିର କିଛି ଅଙ୍ଗନଓ୍ବାଡି କର୍ମୀ ଓ ବିପୁଳିଙ୍ଗି ସେକ୍ଟର ଅଙ୍ଗନଓ୍ବାଡି କର୍ମୀଙ୍କ ନାଁରେ ଥାନାରେ ଏତଲା ଦେଇଛନ୍ତି। ଆଇସିଡିଏସ କାର୍ଯ୍ୟାଳୟରେ ବାହାରୁ ତାଲା ପକାଯିବାରୁ ଭିତରେ ଜଣେ କର୍ମଚାରୀ ଅସୁସ୍ଥ ହୋଇଥିଲେ। ତାଙ୍କୁ ଛତ୍ରପୁର ମେଡିକାଲ ନିଆଯାଇଥିଲା।
ଆଇସିଡିଏସ କାର୍ଯ୍ୟାଳୟ କର୍ମଚାରୀ ଗୀତାଞ୍ଜଳି ବେହେରା ଥାନାରେ ଅଭିଯୋଗ କରିଥିବା ଛତ୍ରପୁର ଥାନା ଅଧିକାରୀ ସତ୍ୟ ରଞ୍ଜନ ପ୍ରଧାନ ସୂଚନା ଦେଇଛନ୍ତି । ଏତଲାକୁ ଭିତ୍ତି କରି ପୋଲିସ ଏକ ମାମଲା ୪୫୨/୨୨ ରୁଜୁ କରି ତଦନ୍ତ ଜାରି ରଖିଛି । ଅନ୍ୟପକ୍ଷରେ ଅଙ୍ଗନଓ୍ବାଡି କର୍ମୀମାନେ କିଛି ଦାବି ନେଇ ଧାରଣାରେ ବସିବା ସହ ଗୁରୁବାର ବାଧ୍ୟ ହୋଇ ଆଇସିଡିସି ଅଫିସ ତାଲା ପକାଇଥିଲେ । ଭତ୍ତା, ଘର ଭଡା ଆଦି ଦାବି ନେଇ ଅଙ୍ଗନଓ୍ବାଡି କର୍ମୀ ସଂଘ ପକ୍ଷରୁ ୧ ତାରିଖରୁ ଆଇସିଡ଼ିଏସ କାର୍ଯ୍ୟାଳୟ ଆଗରେ ଧାରଣା ଦିଆଯାଇଛି । ଫଳରେ ଗତ ୧୧ ଦିନ ହେଲା ଛତ୍ରପୁର ଏନଏସିର ସମସ୍ତ ୨୬ଟି ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ ରହିଛି। ଅପରପକ୍ଷରେ ଅଙ୍ଗନଓ୍ବାଡି କର୍ମୀଙ୍କ ବିରୋଧରେ ଜିଲା ପ୍ରଶାସନ ନିକଟରେ ଫେରାଦ ହୋଇଛନ୍ତି ଛତ୍ରପୁରର କାଉନସିଲର। ଛତ୍ରପୁର ଏନଏସି ନିର୍ବାଚନ ହେବାର ୪ମାସ ବିତିଯାଇଥିଲେ ସୁଦ୍ଧା କାଉନସିଲମାନେ ନିଜ ନିଜ ଅଞ୍ଚଳରେ ରହିଥିବା କେନ୍ଦ୍ରରେ କେତେ ସଂଖ୍ୟକ ଛାତ୍ରଛାତ୍ରୀ ପାଠ ପଢୁଛନ୍ତି, କେତେ ସଂଖ୍ୟକ ଗର୍ଭବତୀ ମହିଳା ଓ ପ୍ରସୂତି ରହିଛନ୍ତି ତାର ତଥ୍ୟ ମାଗିଲେ କର୍ମୀମାନେ ଦେବାକୁ କୁଣ୍ଠାବୋଧ କରିବା ସହ ତଥ୍ୟ ଦେବାକୁ ନାରାଜ ହେଉଛନ୍ତି । ଏପରିକି ଠିକରେ କେନ୍ଦ୍ର ଖୋଲାଯାଉନାହିଁ। ଏଭଳି ନାନାପ୍ରକାର ଅଭିଯୋଗ ନେଇ କାଉନସିଲରମାନେ ଅତିରିକ୍ତ ଜିଲାପାଳ ଲିନା କୁମାରୀ ଖେସକୁ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ପିଲାମାନଙ୍କୁ ପୃଷ୍ଟିକର ଖାଦ୍ୟ, ଅଣ୍ଡା ଓ ଛତୁଆ ଠିକ ଭାବେ ପ୍ରଦାନ କରାଯାଉନାହିଁ। କର୍ମୀମାନଙ୍କୁ ପଚାରିଲେ ଆମକୁ କୈାଣସି ତଥ୍ୟ ଦେବାକୁ ରାଜି ହେଉନାହାନ୍ତି। ତଥ୍ୟ ଦେଲେ କାଳେ କର୍ମୀଙ୍କ ବହୁ ଗୁମର ଫିଟିଯିବ ବୋଲି କାଉନସିଲରମାନେ ଅତିରିକ୍ତ ଜିଲାପାଳଙ୍କୁ କହିଥିଲେ। ଅଙ୍ଗନଓ୍ବାଡି କର୍ମୀଙ୍କ ମନମୁଖୀ କାର୍ଯ୍ୟକଳାପରେ ଅତିଷ୍ଠ ହୋଇ ଶେଷରେ ପ୍ରଶାସନ ନିକଟରେ ଦ୍ୱାରସ୍ଥ ହୋଇଛୁ ବୋଲି


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ...

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri