Posted inUncategorized

ଜଙ୍ଗଲରୁ ଗଛ କାଟି ୨୬ ଗିରଫ

କେନ୍ଦୁଝର,୧୮।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ ଅଧୀନ ଅଟେଇ ଜଙ୍ଗଲରୁ ଗଛ କାଟିବା ଅଭିଯୋଗରେ ୨୬ଜଣଙ୍କୁ ବନ ବିଭାଗ ଶୁକ୍ରବାର ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନଙ୍କଠାରୁ କାଠ, ଗଛକଟା ସରଞ୍ଜାମ ଆଦି ଜବତ କରାଯାଇଛି। ସେମାନଙ୍କ ଘର ଘଟଗାଁ ବ୍ଲକ ଅଞ୍ଚଳରେ ବୋଲି ଜଣାପଡ଼ିଛି।
ପ୍ରକାଶ ଯେ, ଜଙ୍ଗଲ ଜମି ଅଧିକାର ଆଇନରେ ସରକାର ବନବାସୀମାନଙ୍କୁ ସେମାନଙ୍କ ଦଖଲ ଜମିର ଅଧିକାର ବା ଜମିପଟ୍ଟା ପ୍ରଦାନ କରୁଛନ୍ତି। ଜିଲାରେ ବହୁ ଲୋକ ଏହି ଆଇନ ବଳରେ ଜମିପଟ୍ଟା ପାଇ ସାରିଛନ୍ତି। ତେବେ ଅନେକ ବନବାସୀ ଜଙ୍ଗଲ ଜମିପଟ୍ଟା ପାଇବା ପାଇଁ ବିଭିନ୍ନ ସମୟରେ ଜଙ୍ଗଲ କାଟି ପଦା କରି ଦଖଲ କରୁଥିବା ନେଇ ଅଭିଯୋଗ ହୋଇ ଆସୁଛି। ପୂର୍ବରୁ ବନ ବିଭାଗ ପକ୍ଷରୁ ସଚେତନ କରାଯାଇଥିଲେ ହେଁ ସଂଘବଦ୍ଧ ଭାବେ ଜଙ୍ଗଲ କାଟୁଥିବା ବେଳେ ବିଭାଗ ପକ୍ଷରୁ ସ୍ଥାନୀୟ ପୋଲିସ ସହାୟତାରେ ଚଢ଼ାଉ କରାଯାଇଥିଲା। ଏ ନେଇ ଡିଏଫ୍‌ଓ ଧନରାଜ ଡି.ଏଚ୍‌ କହିଛନ୍ତି, ଓଡ଼ିଶା ଜଙ୍ଗଲ ଆଇନ ଅନୁଯାୟୀ ସେମାନଙ୍କୁ ଗିରଫ କରାଯାଇଛି। ଜଙ୍ଗଲ ଜମିପଟ୍ଟା ପାଇବା ଆଶାରେ ସେମାନଙ୍କୁ ବାରଣ କରାଯିବା ସତ୍ତ୍ୱେ ଗଛ କାଟୁଥିଲେ। ଓଡ଼ିଶା ଜଙ୍ଗଲ ଆଇନ କେଶ୍‌ ନଂ. ୬୦ଜି/ ୨୦୨୧-୨୨ ଦଫା ୨୭(୩) (ଏ) ଓ (ସି), ଦଫା ୫୭ ଓ ୬୭(ସି)ରେ ସେମାନଙ୍କୁ ଗିରଫ କରାଯାଇଥିବା ବେଳେ ଘଟଗଁା ଥାନାରେ ମଧ୍ୟ ବିଭାଗ ପକ୍ଷରୁ ଏତଲା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri