ଅକାମୀ ହୋଇପଡିଛି ୨୬ ଲକ୍ଷର ପ୍ରୋଜେକ୍ଟ: ଚାଷୀ ହନ୍ତସନ୍ତ

କେସିଙ୍ଗା,୨୨।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା ଗ୍ରାମ ପଞ୍ଚାୟତ ଅଧିନସ୍ଥ ଭମରମାଲ ଗ୍ରାମ ନିକଟରେ ଜଳସେଚନ ପାଇଁ ଗତ ୨୦୨୦-୨୧ରେ ୨୬ ଲକ୍ଷ ୮୨ ହଜାର ବ୍ୟୟ ଅଟକଳରେ ଏକ ପ୍ରୋଜେକ୍ଟ ନିର୍ମାଣ ହୋଇଥିଲା। ନିର୍ମାଣର ଏକ ମାସ ଯାଏ ଚାଷ ଜମିରେ ଜଳସେଚିତ ହୋଇଥିଲା। ଏହି ପ୍ରୋଜେକ୍ଟ ଓଡିଶା ଲିଫ୍ଟ ଇରିଗେସନ କର୍ପୋରେସନ(Odisha lift irrigation Corporation) ଭବାନୀପାଟଣା ଦ୍ୱାରା ଗତ ୨୦୨୦-୨୧ରେ ଅତି ନିମ୍ନମାନର ଭାବେ ଚାଷ ଜମିରେ ପାଇପ ଲାଇନ ପୋତା ଯାଇଥିଲା, ଯାହାକି ନିର୍ମାଣର ଏକ ମାସ ପରେ ଜଳସେଚିତ ହେଲା ପରେ ଆଜିକୁ ୬ବର୍ଷ ହେଲା ଅକାମି ହୋଇ ପଡିରହିଛି।

ଭମରମାଲ ଗ୍ରାମର ପ୍ରାୟ ଶହେରୁ ଉର୍ଦ୍ଧ୍ବ ଚାଷୀଙ୍କ ପ୍ରାୟ ଦେଢ଼ ଶହ ଏକର ଜମିରେ ଜଳସେଚନ ହୋଇପାରୁ ନାହିଁ। ଯାହାଫଳରେ ଚାଷୀମାନେ ବହୁବାର ବିଭାଗୀୟ ଅଧିକାରୀଙ୍କୁ ଅଭିଯୋଗ କଲେ ସୁଦ୍ଧା କୌଣସି ପଦକ୍ଷେପ ନେଉନାହାନ୍ତି। ରବି ଋତୁରେ ଚାଷ କରିବା ପାଇଁ ଭମରମାଲ ଗ୍ରାମର ଦେହେରେନ ଜୋରରୁ ଏହି ଜଳସେଚନ କରିବା ପାଇଁ ପମ୍ପ ହାଉସରେ ବିଦ୍ୟୁତ ସଂଯୋଗ ହୋଇ ନିର୍ମାଣ ହୋଇଥିଲା। କିନ୍ତୁ ଏକ ମାସ ଜଳସେଚିତ ହେଲା ପରେ ୬ ବର୍ଷ ବିତିଗଲାଣି ଏହା ଅକାମି ହୋଇ ପଡିରହିଛି। ଏହିପରି ଉକ୍ତ ଗ୍ରାମରେ ନିର୍ମାଣ ହୋଇଥିବା ୫ଟି ପ୍ରକଳ୍ପ ଅଚଳ ହୋଇ ପଡିଛି। ଠିକାଦାର ଓ ବିଭାଗୀୟ ଅଧିକାରୀଙ୍କ ମଧୁଚଦ୍ରିକାରେ ନିମ୍ନମାନର ପାଇପ ସଂଯୋଗ କରି ଲକ୍ଷ ଲକ୍ଷ ଟଙ୍କାର ମିଥ୍ୟା ବିଲ ଭାଉଚର କରି ଆତ୍ମସାତ କରୁଥିବା ଚାଷୀମାନେ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଜିଲାପାଳ ଓ ବିଭାଗୀୟ ଏକ୍‌ଜିକ୍ୟୁଟିଭ ଇଞ୍ଜିନିୟର ଦୃଷ୍ଟି ଦେବା ସହ ଯଥା ଶୀଘ୍ର ଏହି ପ୍ରୋଜେକ୍ଟ ପୁନଃମରାମତି କରିବା ପାଇଁ ଚାଷୀମାନେ ଦାବି କରିଛନ୍ତି।
ଏ ସଂକ୍ରାନ୍ତରେ ବିଭାଗୀୟ ଯନ୍ତ୍ରୀ ମାଝୀ ବାବୁଙ୍କୁ ପଚାରିବାରୁ ଭମରମାଲ ଗ୍ରାମର ପ୍ରୋଜେକ୍ଟକୁ ମରାମତି କରାଯିବ ବୋଲି ପ୍ରକାଶ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri