Posted inଜାତୀୟ

ଭେଜାଲ ମଦ ପିଇ ଚାଲିଗଲା ୨୬ ଜଣଙ୍କ ଜୀବନ

ଅମୃତସର, ୩୧।୭: ପଞ୍ଜାବର ୩ ଜିଲା ଅମୃତସର, ବତାଲା ଓ ତାରନତରାନରେ ଗତ ୨୪ ଘଣ୍ଟା ମଧ୍ୟରେ ଭେଜାଲ ମଦ ପିଇ ୨୬ ଜଣ ଲୋକ ପ୍ରାଣ ହରାଇଛନ୍ତି। ପୋଲିସ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ପୋଲିସ ପକ୍ଷରୁ କୁହାଯାଇଛି ଯେ, ମୃତ୍ୟୁବରଣ କରିଥିବା ସମସ୍ତ ଲୋକ ଦାରିଦ୍ର ସୀମାରେଖା ତଳେ ରହୁଥିବା ପରିବାର ସଦସ୍ୟ। ଏହି ସଙ୍ଗୀନ ମାମଲରେ ପୋଲିସ ପକ୍ଷରୁ ଏକ ୪ ଜଣିଆ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (ଏସ୍‌ଆଇଟି) ଗଠନ କରାଯାଇଛି। ସେହିଭଳି ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂ ଏହି ଘଟଣାରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତିି। ଏହାର ବିଭାଗୀୟ ତଦନ୍ତ ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ରାଜ୍ୟରେ ଭେଜାଲ ମଦ ପ୍ରସ୍ତୁତ କରୁଥିବା କୌଣସି ବି ୟୁନିଟ୍‌ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ସର୍ଚ୍ଚ ଅପରେଶନ ଆରମ୍ଭ କରିବାକୁ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲା ସମ୍ପର୍କରେ ସୂଚନା ଦେଇ ଡିଜିପି ଦିନାକର ଗୁପ୍ତା କହିଛନ୍ତିି, ‘ଜୁଲାଇ ୨୯ରେ ଅମୃତସରର ତରସିକା ଥାନା ଅନ୍ତର୍ଗତ ମୁଚ୍ଛଲ ଓ ତଙ୍ଗ୍ରା ଗ୍ରାମରେ ମଦ ପିଇ ୫ ଜଣଙ୍କ ମୃତ୍ୟୁ ହୋଇଥିଲା। ୩୦ ତାରିଖରେ ମଧ୍ୟ ମୁଚ୍ଚଲ ଗ୍ରାମରେ ସନ୍ଦିଗ୍ଧ ଅବସ୍ଥାରେ ଆଉ ୨ ଜଣ ଲୋକ ମୃତ୍ୟୁବରଣ କରିଥିଲେ।’


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ଦମ୍ପତିଙ୍କ ସହ ଚାଲିଗଲା ୪ ଜୀବନ, ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୧୪ା୯: ମଣିପୁରର ତାମେଙ୍ଗଲୋଙ୍ଗ ଜିଲାରେ ରବିବାର ୨ଟି ଘଟଣାରେ ସଶସ୍ତ୍ର ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ ୬ ବର୍ଷର ବାଳକ ଆହତ…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?