ଅଗ୍ନିକାଣ୍ଡରେ ୨୬ ବଖରା ଜଳିଗଲା

ଭଞ୍ଜନଗର/ବେଗୁନିଆପଡ଼ା, ୧୨।୩(ଡି.ଏନ୍‌.ଏ)ଭଞ୍ଜନଗର ଓ ବେଗୁନିଆପଡ଼ା ଅଞ୍ଚଳରେ ପୃଥକ ଭାବେ ନିଆଁ ଲାଗି ୨୬ ବଖରା ପୋଡ଼ି ପାଉଁଶ ହୋଇଯାଇଛି। ଭଞ୍ଜନଗର ତହସିଲ ଅନ୍ତର୍ଗତ ଚାକୁଣ୍ଡାପଲ୍ଲୀରେ ଶନିବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟି ୮ ପରିବାରର ୧୧ ବଖରା ଜଳିଯାଇଛି। ଏଥିସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ମଧ୍ୟ ପୋଡି ପାଉଁଶ ହୋଇଯାଇଛି। ଭଞ୍ଜନଗର ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। କ୍ଷତିଗ୍ରସ୍ତ ପରିବାରଗୁଡିକ ହେଲେ ବୁଦ୍ଧିଆ ପ୍ରଧାନ, କୃଷ୍ଣ ପ୍ରଧାନ, କୁନି ନାୟକ, ହରି ନାୟକ, ଶିବ ନାୟକ, ଦାମ ନାୟକ, ସୁବାସ ନାୟକ, ଆନନ୍ଦ ପ୍ରଧାନ। ସେମାନଙ୍କୁ ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ଦାବି ହୋଇଛି। ‘ବିପଦର ବନ୍ଧୁ’ କର୍ମକର୍ତ୍ତାମାନେ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ ରନ୍ଧା ଖାଦ୍ୟ ସମେତ ଅନ୍ୟାନ୍ୟ ସହାୟତା ପ୍ରଦାନ କରିଥିଲେ।
ସେହିପରି ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଳକ ଅନ୍ତର୍ଗତ ମର୍ଦ୍ଦମେଖ ପଞ୍ଚାୟତର ଗୁଡିଆଳିରେ ଶନିବାର ଅପରାହ୍ନରେ ଭୟାବହ ଅଗ୍ନିକାଣ୍ଡ ଘଟ ୧୫ ବଖରା ଘର ଜଳିପୋଡ଼ି ନଷ୍ଟ ହୋଇଯାଇଛି। ସର୍ଟ ସର୍କିଟ୍‌ ଯୋଗୁଁ ହଠାତ୍‌ ନିଆଁ ଲାଗି ଯାଇଥିଲା। କୋଦଳା ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ବଂଶୀଧର ସ୍ବାଇଁ, ମୁରଲୀ ସ୍ବାଇଁ, କୁମର ସ୍ବାଇଁ, ଜୁମର ସ୍ବାଇଁ, ହରପ୍ରସାଦ ପ୍ରଧାନ, ଜିତେନ୍ଦ୍ର ଜେନା, ଭଗବାନ ସ୍ବାଇଁ, ଅନ୍ତର ସ୍ବାଇଁ, ସୁବାସ ସ୍ବାଇଁଙ୍କ ଚାଳ ଓ ଆଜବେଷ୍ଟସ୍‌ ଘର ଅଗ୍ନିକାଣ୍ଡରେ
କ୍ଷତିଗ୍ରସ୍ତ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri