ଥାମ୍ପିଙ୍କ ଗୋଟିଏ ଓଭରରେ ୨୬ ରନ୍‌

ମୁମ୍ବାଇ,୨।୪: ଡିୱାଇ ପାଟିଲ ଷ୍ଟାଡିୟମରେ ଶନିବାର ମୁମ୍ବାଇ ଇଣ୍ଡିଆନ୍ସ- ରାଜସ୍ଥାନ ରୟାଲ୍ସ ମଧ୍ୟରେ ମ୍ୟାଚ୍‌ ଜାରି ରହିଛି। ଏଥିରେ ଧୂଆଁଧାର ବ୍ୟାଟିଂ କରି ଚର୍ଚ୍ଚାରେ ଅଛନ୍ତି ଜୋସ୍‌ ବଟ୍‌ଲର। ସେ ୬୬ ବଲ୍‌ରେ ନିଜର ଶତକ ପୂରଣ କରିଛନ୍ତି। ଏଥିରେ ତାଙ୍କର ୧୧ ଚୌକା ଏବଂ ୫ ଛକା ରହିଛି। ବିଶେଷକରି ମୁମ୍ବାଇ ବୋଲର୍‌ ବେସିଲ ଥାମ୍ପିଙ୍କ ଗୋଟିଏ ଓଭରରେ ସେ ୨୬ ରନ୍‌ କରିଥିଲେ।

ମୁମ୍ବାଇ ଅଧିନାୟକ ରୋହିତ ଶର୍ମା ଟସ ଜିତିବା ପରେ ରାଜସ୍ଥାନ ବ୍ୟାଟିଂ କରିବାକୁ ମଇଦାନକୁ ଓହ୍ଲାଇଥିଲା। ପ୍ରଥମରୁ ଦଳ ୪୮ ରନ୍‌ରେ ଦୁଇଟି ଉଇକେଟ ହରାଇଥିଲା। ଏହାପରେ ବଟଲର୍‌ ନିଜର ବିସ୍ଫୋରକ ଇନିଂସ ଆରମ୍ଭ କରିଥିଲେ। ଅଧିନାୟକ ସଞ୍ଜୁ ସାମସନ ମଧ୍ୟ ତାଙ୍କୁ ଭରପୂର ସହଯୋଗ କରିଥିଲେ। କ୍ୟାରିୟରର ୩୦୦ତମ ଟି୨୦ ମ୍ୟାଚ୍‌ ଖେଳୁଥିବା ବଟ୍‌ଲର ଇନିଂସର ଚତୁର୍ଥ ଓଭରରେ ୬ ବଲ୍‌ରେ ୨୬ ରନ୍‌ କରିଥିଲେ। ଥାମ୍ପିଙ୍କ ଓଭରରେ ସେ ୦,୪,୬,୬,୪,୬ ରନ୍‌ ସ୍କୋର କରିଥିଲେ। ପରେ ୬୬ବଲ୍‌ରେ ବଟ୍‌ଲର ୧୧ ଚୌକା ଏବଂ ୫ ଛକା ସହାୟତାରେ ଆଇପିଏଲ୍‌ରେ ଶତକ ପୂରଣ କରିଥିଲେ।

୧୫ ତମ ସିଜିନର ପ୍ରଥମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ୩୫ ରନ ସ୍କୋର କରିଥିବା ବଟଲର୍‌ ୬୦ ରନ ମାର୍କ ଅତିକ୍ରମ କରିବା ମାତ୍ରେ ଆଇପିଏଲ୍‌ର ସର୍ବାଧିକ ରନ ସ୍କୋରର୍‌ ପାଲଟିଛନ୍ତି। ସେ ତାଲିକାରେ ଆନ୍ଦ୍ରେ ରସେଲଙ୍କୁ ପଛରେ ପକାଇ ଅରେଞ୍ଜ କ୍ୟାପ୍‌ରେ ଉପରେ କବ୍ଜା କରିଛନ୍ତି । ୨ ଟି ମ୍ୟାଚରେ ବଟଲରଙ୍କ ୧୩୫ ରନ କରିଛନ୍ତି। ସେ ରସେଲଙ୍କଠାରୁ ୪୦ ରନ୍‌ରେ ଆଗୁଆ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?