୨୬ରୁ ପରବ ମହୋତ୍ସବ

କୋରାପୁଟ, ୧୦।୧୦(ଅମିତାଭ ବେହେରା) ରାଜ୍ୟସ୍ତରୀୟ ଆଦିବାସୀ ସାଂସ୍କୃତିକ ମହୋସତ୍ବ ପରବ ୨୦୨୩ ଚଳିତମାସ ୨୬ ତାରିଖରେ କୋରାପୁଟ ଜିଲାର ବୋରିଗୁମ୍ମାର ଭୈରବ ମନ୍ଦିରରୁ ଶୁଭାରମ୍ଭ ହେବ। ଏଥିସହ ନଭେମ୍ବର ମାସ ୨୫,୨୬ ଓ ୨୭ ତାରିଖ ୩ଦିନ ବ୍ୟାପି କୋରାପୁଟ ସରକାରୀ ମହାବିଦ୍ୟାଳୟ ପଡିଆରେ ପରବର ମୁଖ୍ୟ ମହୋସତ୍ବ ଅନୁଷ୍ଠିତ ହେବ ବୋଲି ମଙ୍ଗଳବାର ପରବର ପ୍ରସ୍ତୁତି ବୈଠକରେ ନିଷ୍ପତି ହୋଇଛି ା କୋରାପୁଟସ୍ଥିତ ଡିଆରଡିଏ ସଦଭାବନା ସଭାଗୃହ ପରିସରରେ ମହୋସତ୍ବ ପରବ ଉପରେ ଆୟୋଜିତ ଜିଲାପ୍ରଶାସନର ପ୍ରସ୍ତୁତି ବୈଠକରେ ଉପରୋକ୍ତ ତାରିଖ ନିଷ୍ପତ୍ତି ହୋଇଛି ା କୋରାପୁଟ ଜିଲାପାଳ ତଥା ପରବ କମିଟିର ସଭାପତିଙ୍କ ଅନୁପସ୍ଥିତରେ ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଗୈରବ ଶିବାଜୀ ଇସଲ୍ଲୱାରଙ୍କ ଅଧକ୍ଷତାରେ ଆୟୋଜିତ ବୈଠକରେ କୋରାପୁଟ ଜିଲା ଆରକ୍ଷୀ ଅଧିକ୍ଷକ ଅଭିନବ ସୋନକାର, ଜୟପୁର ବିଧାୟକ ତାରା ପ୍ରସାଦ ବାହିନିପତି, ପଟ୍ଟାଙ୍ଗି ବିଧାୟକ ପ୍ରୀତମ ପାଢି, ଲକ୍ଷ୍ମୀପୁର ବିଧାୟକ ପ୍ରଭୁ ଜାନି, ଜିଲାପରିଷଦ ଅଧକ୍ଷର ସସ୍ମିତା ମେଲକା, ଅତିରିକ୍ତ ଜିଲାପାଳ ରାଜେନ୍ଦ୍ର ମାଝି, ସୋମନାଥ ପ୍ରଧାନ, କୋରାପୁଟ ଉପଜିଲାପାଳ ବେଣୁଧର ଶବର, ଜିଲା ଯୋଜନା ଓ ପର୍ଯ୍ୟବେକ୍ଷଣ ଅଧିକାରୀ ସୂର୍ଯ୍ୟକାନ୍ତ ବେହେରା,
ଜିଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ସ୍ବାରାଜ୍ୟ ଶିଶା, ଜିଲା କ୍ରୀଡା ଅଧିକାରୀ ଜ୍ଞାନଜିତ ତ୍ରିପାଠୀ, କୋରାପୁଟ ମୁନିସପାଲଟି ନିର୍ବାହୀ ଅଧିକାରୀ ସ୍ବସ୍ତିକ ଜମାଦାରଙ୍କ ସମେତ ବହୁ ଜିଲାସ୍ତରୀୟ ଅଧିକାରୀ , ଗଣମାଧ୍ୟମ ପ୍ରତିନିଧି, ବୁଦ୍ଧିଜିବୀ, ଲୋକପ୍ରତିନିଧି ପ୍ରମୁଖ ଯୋଗଦେଇ ପରବ ମହୋତ୍ସବକୁ ମହାଆଡମ୍ବରରେ ପାଳନ ନେଇ ସେମାନଙ୍କ ମତ ରଖିଥିଲେ ା ଏହି ପ୍ରସ୍ତୁତି ବୈଠକ ଆରମ୍ଭରେ ଜୟପୁର ବିଧାୟକ ଶ୍ରୀ ବାହିନିପତି ସମେତ ବହୁ ବୁଦ୍ଧିଜୀବୀ ଓ ଖବରଦାତାମାନେ ୨୬ ବର୍ଷ ବିତିଯାଇଥିବାବେଳେ ଏଯାଏ ପରବ ସମାରୋହ ପାଇଁ ସ୍ଥାୟୀ ପଡିଆ କରାଯାଇନଥିବାରୁ କ୍ଷୋଭ ପ୍ରକାଶ କରିବା ସହିତ କିଛି ସମୟ ପାଇଁ ବୈଠକରେ ହଟ୍ଟଗୋଳ କରିଥିଲେ ଏବଂ ପରବର ସ୍ଥାୟୀ ପଡିଆ ଯଥାଶୀଘ୍ର କରାଯିବା ନେଇ ସେମାନେ କମିଟିର ଦୃଷ୍ଟି ଆକର୍ଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ) – ସିନେ ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

କଙ୍କୋରଡ଼ା ପଞ୍ଚାୟତକୁ ଅବହେଳା ପ୍ରତିବାଦ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚ-ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ପଞ୍ଚାୟତକୁ ବ୍ଲକ ପ୍ରଶାସନ ପକ୍ଷରୁ ଦୀର୍ଘଦିନ ଧରି ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି।…

ଭାଜପା ପକ୍ଷରୁ ସହିଦ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସ ପାଳିତ: ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ମହୁରୀ କାଳୁଆ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ମହାନ ସ୍ୱାଧୀନତା…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri