୨୬ ବର୍ଷ ପରେ ସ୍ତ୍ରୀ ହତ୍ୟାକାରୀ ନିର୍ଦ୍ଦୋଷ

ଦେବଗଡ଼,୮।୧(ଡି.ଏନ.ଏ.): ଏକ ହତ୍ୟା ମାମଲାର ଦୀର୍ଘ ୨୬ ବର୍ଷ ପରେ ରାୟ ପ୍ରକାଶ ପାଇଛି। ଉକ୍ତ ମାମଲାର ବିଚାର କରି ଦେବଗଡ଼ ଅତିରିକ୍ତ ଜିଲା ଓ ଦୌରାଜଜ୍‌ ଚିନ୍ମୟ ଗୋଚ୍ଛାୟତ ମତୁଆ ମୁଣ୍ଡା ଓରଫ୍‌ ଗାଗାରିନ ନାମକ ଜଣେ ଅଭିଯୁକ୍ତଙ୍କୁ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।
ସୂଚନା ଅନୁଯାୟୀ, ସୁନ୍ଦରଗଡ଼ ଜିଲା ଟିକାୟତପାଲି ଥାନା ଅଧୀନ ଦଲକୀ ଗ୍ରାମର ମତୁଆ ମୁଣ୍ଡା ଓରଫ୍‌ ଗାଗାରିନ ସେହି ଗ୍ରାମର ଦୀନବନ୍ଧୁ ବାଙ୍କିରାଙ୍କ ଘରେ କାମ କରୁଥିଲେ। ଦୀନବନ୍ଧୁଙ୍କ ମୃତ୍ୟୁ ପରେ ତାଙ୍କ (ଦୀନବନ୍ଧୁଙ୍କ) ବିଧବା ସ୍ତ୍ରୀ ରଜନୀ ଓରଫ ରାଇମନି ମୁଣ୍ଡାଙ୍କ ସହ ମତୁଆଙ୍କ ପ୍ରେମ ସମ୍ପର୍କ ଗଢି ଉଠିଥିଲା। ଉଭୟଙ୍କ ମଧ୍ୟରେ ଅନୈତିକ ସମ୍ପର୍କରୁ ରଜନୀ ଗର୍ଭବତୀ ହେବା ପରେ ଘଟଣା ଜଣାପଡ଼ିଥିଲା। ଏହା ପରେ ଗ୍ରାମବାସୀଙ୍କୁ ନେଇ ଅନୁଷ୍ଠିତ ବୈଠକରେ ଗ୍ରାମ୍ୟ କମିଟି ନିଷ୍ପତ୍ତି ଅନୁଯାୟୀ ମତୁଆ ରଜନୀଙ୍କୁ ସ୍ତ୍ରୀ ଭାବେ ଗ୍ରହଣ କରି ନିଜ ଘରକୁ ନେଇଥିଲେ।

ଉଭୟେ କିଛିଦିନ ସେଠାରେ ଏକାଠି ରହିବା ପରେ ସମ୍ବଲପୁର ଯିବା ପାଇଁ ଗତ ୧୯୯୫ ମସିହା ଫେବୃୟାରୀ ୨୦ ତାରିଖରେ ବସ୍‌ ଧରିବା ପାଇଁ ଦେବଗଡ ଥାନା ଅଧୀନ ଲଇମୁରା ଗ୍ରାମକୁ ଯାଇଥିଲେ। ସେହିଦିନଠାରୁ ଉଭୟଙ୍କ ଆଉ କୌଣସି ଖବର ମିଳି ନ ଥିଲା। ଏହାର ୭ ଦିନ ପରେ ରଜନୀଙ୍କ ମୃତଦେହ ଦେବଗଡ ଥାନା (ଲଇମୁରା ଫାଣ୍ଡି) ଅଧୀନ ଢେଙ୍ଗୁରଯୋର ଗ୍ରାମର ଏକ ପୋଖରୀରେ ଭାସୁଥିବା ଦେଖିବାକୁ ମିଳିଥିଲା । ମତୁଆ ରଜନୀଙ୍କୁ ହତ୍ୟା କରି ଉକ୍ତ ପୋଖରୀରେ ଫିଙ୍ଗିଦେଇଥିବା ଅଭିଯୋଗ ହେବା ପରେ ଦେବଗଡ ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଥିଲା । ମତୁଆ ଫେରାର ଥିବାରୁ ତାଙ୍କୁ ଗିରଫ କରିବା ଉଭୟ ଦେବଗଡ ଏବଂ ସୁନ୍ଦରଗଡ ଜିଲା ପୋଲିସ ପାଇଁ ଏକ ବଡ ଆହ୍ବାନ ସାଜିଥିଲା। ଉଭୟ ଜିଲା ପୋଲିସର ମିଳିତ ସହଯୋଗରେ ୨୦୧୪ ଏପ୍ରିଲ ୧୯ରେ ମତୁଆଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା । ଜାମିନ ଆବେଦନ ଖାରଜ ହେବା ପରେ ଉଚ୍ଚ ନ୍ୟାୟାଳୟ ମଧ୍ୟ ତାଙ୍କର ଜାମିନ ନାମଞ୍ଜୁର କରିବାରୁ ସେହି ଦିନଠାରୁ ଦୀର୍ଘ ପ୍ରାୟ ୭ ବର୍ଷରୁ ଊର୍ଦ୍ଧ୍ୱ ହେବ ଜେଲ ହାଜତରେ ବିଚାରାଧୀନ ବନ୍ଦୀ ଭାବେ ରହିଥିଲେ। ଏହି ଘଟଣା ସେହି ସମୟରେ ଉଭୟ ଦେବଗଡ ଏବଂ ସୁନ୍ଦରଗଡ ଜିଲାରେ ଆଲୋଡନ ସୃଷ୍ଟି କରିଥିଲା। ଶେଷରେ ଉକ୍ତ ମାମଲାର ବିଚାର କରି ଅତିରିକ୍ତ ଜିଲା ଓ ଦୌରାଜଜ୍‌ ଗୋଚ୍ଛାୟତ ପ୍ରମାଣ ଅଭାବରୁ ମତୁଆଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ଅଭିଯୁକ୍ତଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଦିଲୀପ କୁମାର ଗୁରୁ ଓ ସିଦ୍ଧେଶ୍ୱର ଗୁରୁ ମକଦ୍ଦମା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା

ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri