ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୬୦୩ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୫।୧(ବ୍ୟୁରୋ): ଖସିବରେ ଲାଗିଛି ଦୈନିକ କରୋନା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୪୯ ଜଣ ପିଲା ରହିଛନ୍ତି। ସେହିପରି ୧୫୨୧ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୧୦୮୨ଜଣ ଲୋକାଲ କେସ ରହିଛି।
ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷର ୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ନୂଆ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୪୪୪ ଥିବା ବେଳେ ଅନୁଗୋଳରୁ ୧୦୨, ବାଲେଶ୍ୱରରୁ ୪୮, ବରଗଡ଼ରୁ ୫୧, ଭଦ୍ରକରୁ ୩୭, ବଲାଙ୍ଗୀରରୁ ୬୦, ବୌଦ୍ଧରରୁ ୩୭, କଟକରୁ ୨୦୫, ଦେବଗଡ଼ରୁ ୨୧, ଢେଙ୍କାନାଳରୁ ୬୪, ଗଜପତିରୁ ୬୪, ଗଞ୍ଜାମରୁ ୮୫, ଜଗତସିଂହପୁରରୁ ୬୦, ଯାଜପୁରରୁ ୧୩୩, ଝାରସୁଗୁଡ଼ାରୁ ୫୭, କଳାହାଣ୍ଡିରୁ ୬୦, କନ୍ଧମାଳରୁ ୨୬, କେନ୍ଦ୍ରାପଡ଼ାରୁ ୬୩, କେନ୍ଦୁଝରରୁ ୪୩,କୋରାପୁଟରୁ ୯୪, ମାଲକାନଗିରିରୁ ୧୯, ମୟୂରଭଞ୍ଜରୁ ୧୦୪, ନବରଙ୍ଗପୁରରୁ ୬୨, ନୟାଗଡ଼ରୁ ୮୭, ନୂଆପଡ଼ାରୁ ୮୭, ପୁରୀରୁ ୪୧, ରାୟଗଡ଼ାରୁ ୬୧, ସମ୍ବଲପୁରରୁ ୮୮, ସୋନପୁରରୁ ୧୬, ସୁନ୍ଦରଗଡ଼ରୁ ୨୦୪ ଏବଂ ଷ୍ଟେଟ ପୁଲ୍‌ରୁ ୧୦୦ ଜଣ ରହିଥିବା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri