‘ଦାନା’କୁ ନେଇ ଭଦ୍ରକ ପ୍ରଶାସନ ସଜାଗ: ୫୭୭ ଆଶ୍ରୟସ୍ଥଳକୁ ସ୍ଥାନାନ୍ତର ହେଲେଣି ୨୬,୦୬୪ ଲୋକେ

ଭଦ୍ରକ, ୨୪।୧୦(ସନାତନ ରାଉତ)- ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଦାନା’ ଧାମରା ଠାରୁ ଆଉ ମାତ୍ର ୨୪୦ କିମି ଦୂରରେ ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଗୁରୁବାର ମଧ୍ୟ ରାତ୍ରିରେ ଏହା ଧାମରା ନିକଟରେ ସ୍ଥଳଭାଗ ଛୁଇଁବ । ଏହାକୁ ନେଇ ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଶୂନ ମୃତ୍ୟୁ ଆଭିମୁଖ୍ୟ ରଖି ଲୋକଙ୍କୁ କଚ୍ଚା ଘରୁ ଆଶ୍ରୟ ସ୍ଥଳକୁ ସ୍ଥାନାନ୍ତର କରାଯାଉଛି । ଜିଲାରେ ମୋଟ ୫୭୭ ଆଶ୍ରୟସ୍ଥଳକୁ ପ୍ରସ୍ତୁତ ରଖାଯାଇଥିବା ବେଳେ ୩୬ ହଜାର ୨୨୭ ଲୋକଙ୍କୁ ସ୍ଥାନାନ୍ତର ପାଇଁ ଲକ୍ଷ୍ୟ ରଖାଯାଇଛି । ଏପର୍ଯ୍ୟନ୍ତ ୨୬ ହଜାର ୬୪ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି ବୋଲି ପ୍ରଶାସନ ସୂଚନା ଦେଇଛି। ସୁପରଭାଇଜିଂ ଅଫିସରମାନେ ସ୍ଥାନାନ୍ତର ପାଇଁ ଲୋକଙ୍କୁ ବୁଝାଇ ଆଣୁଛନ୍ତି । ବରିଷ୍ଠ ଆଇଏଏସ ଅଫିସର ତ୍ରିଲୋଚନ ମାଝୀ, ଜିଲାପାଳ ଦିଲ୍ଲୀପ ରାଉତରାଏ, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସରୋଜ କୁମାର ଦତ୍ତ, ଅତିରିକ୍ତ ଜିଲାପାଳ ଶାନ୍ତନୁ ମହାନ୍ତିଙ୍କ ସମେତ ପ୍ରଶାସନିକ ଅଧିକାରୀମାନେ ସ୍ଥାନାନ୍ତର କାର୍ଯ୍ୟକୁ ତ୍ୱରାନ୍ବିତ କରୁଛନ୍ତି । ଆଶ୍ରୟ ସ୍ଥଳରେ ରନ୍ଧା ଖାଦ୍ୟ ବିତରଣ କରାଯାଇଛି ବୋଲି ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କୁଚେଇଯୋର ନିକଟରେ ଓଲଟିଲା ଫ୍ଲାଏ ଆସ୍ ବୋଝେଇ ହାଇୱା: କ୍ୟାବିନ୍‌ରେ ଚାପି ହୋଇ ଡ୍ରାଇଭରଙ୍କ ମୃତ୍ୟୁ, ଯାତାୟାତ ଠପ୍

ଲାଞ୍ଜିଗଡ଼,୧୯।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭବାନୀପାଟଣାରୁ ବିଶାଖାପାଟଣାକୁ ସଂଯୋଗ କରୁଥିବା ୬ ନମ୍ବର ଜାତୀୟ ରାଜପଥର କୁଚେଇଯୋର (ଡେଙ୍ଗେନ୍)…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗାଁ ପାହାଡ଼ପୁରକୁ ଯିବେ ମୋଦି, ଟୁଇଟ୍‌ କରି କହିଲେ…

ଭୁବନେଶ୍ୱର,୧୯।୬: ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନିଜର ଏହି ଆଗାମୀ ଓଡ଼ିଶା ଗସ୍ତ ସମ୍ପର୍କରେ ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆ ମାଧ୍ୟମରେ ସୂଚନା ଦେଇଛନ୍ତି ।…

ଚାମେଲିଙ୍କ ଭାଇଙ୍କୁ ବି ମିଳିଲା ଜାମିନ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କାର୍ଯ୍ୟାଳୟ ପରିସରରେ ଘଟିଥିବା ଗଣ୍ଡଗୋଳ ଘଟଣାରେ ଗିରଫ ହୋଇଥିବା ତିଖିରି ସରପଞ୍ଚ ଚାମେଲି…

ଗିରିଜାଶଙ୍କରଙ୍କ ବିବାହ ସମ୍ପନ୍ନ

ପାଟଣା,୧୯ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ତୁରୁମୁଙ୍ଗା ଗିରିଜାଶଙ୍କର ମନ୍ଦିର ପରିସରରେ ଗୁରୁବାର ରାତିରେ ଦେବ ଦମ୍ପତ୍ତିଙ୍କ ବିବାହ (ଶିବ ବିବାହ ଓ ଶୀତଳଷଷ୍ଠୀ) ଉତ୍ସବ…

ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା ଜାତୀୟ ସ୍ତରରେ କୃତିତ୍ୱ ହାସଲ କଲେ ଶିବ

ଛତ୍ରପୁର,୧୯ା୬(ଦିଲୀପ ସାମଲ): ଜାତୀୟ ସ୍ତରରେ ଆୟୋଜିତ ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତାରେ ଚମକିଛନ୍ତି ଓଡ଼ିଆ ଯୁବକ। ସେ ହେଲେ ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଆଲିଆବାଦ ଗ୍ରାମର ଶିବ…

ବନ୍ଦ ହୋଇଯିବ ବରଗଡ଼ ସିମେଣ୍ଟ କାରଖାନା: ଅଗଷ୍ଟ ୧୯ରୁ ସମ୍ପୂର୍ଣ୍ଣ ବନ୍ଦ କରି ଦେବାକୁ ନିଷ୍ପତ୍ତି…

ବରଗଡ଼,୧୯।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡ଼ୋଲସ୍ଥିତ ଏସିସି ଲିମିଟେଡ୍‌ ପରିଚାଳିତ ବରଗଡ଼ ସିମେଣ୍ଟ କାରଖାନା ବନ୍ଦ ହୋଇଯିବ। ଆସନ୍ତା ଅଗଷ୍ଟ ୧୯ରୁ ଏହାକୁ ସମ୍ପୂର୍ଣ୍ଣଭାବେ ବନ୍ଦ…

ଜମି ବିବାଦରୁ ବାପପୁଅଙ୍କୁ ମରଣାନ୍ତକ ଆକ୍ରମଣ, ୪ ଗିରଫ

ପାରଳାଖେମୁଣ୍ଡି,୧୯ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ସାରିଆପଲ୍ଲୀ ଗ୍ରାମରେ ଜମିଜମା ବିବାଦକୁ କେନ୍ଦ୍ରକରି ଗୁରୁବାର ରାତିରେ ଗ୍ରାମର ଗୋଟିଏ ପରିବାରର ବାପପୁଅଙ୍କ ଉପରେ ମରଣାନ୍ତକ…

ଜଗନ୍ନାଥପୁର ପଞ୍ଚାୟତକୁ ଆଇଏସ୍‌ଓ ୯୦୦୧:୨୦୧୫ ମାନ୍ୟତା

ଲାଞ୍ଜିଗଡ଼,୧୯ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକର ଜଗନ୍ନାଥପୁର ଗ୍ରାମପଞ୍ଚାୟତ ରାଜ୍ୟ ସରକାରଙ୍କ ଦ୍ୱାରା ଆଇଏସ୍‌ଓ ୯୦୦୧ : ୨୦୧୫ ମାନ୍ୟତା ସହିତ ପ୍ରମାଣପତ୍ର ପ୍ରାପ୍ତ କରିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri