ଗଞ୍ଜାମ ଜିଲାରେ ବର୍ଦ୍ଧିତ ଭତ୍ତା ପାଇଲେ ୨୬୧୩୪ ଜଣ ହିତାଧିକାରୀ

ଛତ୍ରପୁର,୧୫ା୧(ଦିଲ୍ଲୀପ ସାମଲ): ସରକାର ଲୋକଙ୍କ ହିତ ପାଇଁ ବହୁ ଯୋଜନା ପ୍ରଣୟନ କରିଛନ୍ତି। ସେଥିମଧ୍ୟରୁ ପେନ୍‌ସନ୍‌ ଯୋଜନା ଅନ୍ୟତମ। ଯୋଗ୍ୟ ହିତାଧିକାରୀ ତଥା ଦିବ୍ୟାଙ୍ଗ, ବିଧବା, ବାର୍ଦ୍ଧକ୍ୟ ଭତ୍ତା ସରକାରଙ୍କ ପକ୍ଷରୁ ପ୍ରତି ମାସରେ ପେନସନ ଯୋଜାନରେ ସାମିଲ କରି ସେମାନଙ୍କୁ ଭତ୍ତା ପ୍ରଦାନ କରିଥାନ୍ତି। ୮୦ ପ୍ରତିଶତ ଅଧିକ ଦିବ୍ୟାଙ୍ଗ ଏବଂ ୮୦ ବର୍ଷରୁ ଅଧିକ ହିତାଧିକାରୀ ଏଣିକି ୩୫ଶହ ଟଙ୍କା ମିଳିବ। ଏହି ଅବସରରେ ଜିଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ବାଣିଜ୍ୟ, ପରିବହନ, ଖଣି ଓ ଇସ୍ପାତ ବିଭାଗୀୟ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଯୋଗଦେଇ ବର୍ଦ୍ଧିତ ଭତ୍ତା ବଣ୍ଟନ କରିଥିଲେ। ଗଞ୍ଜାମ ଜିଲାରେ ୨୬ ହଜାର ୧୩୪ ଜଣ ହିତାଧିକାରୀ ଏଥିରେ ଉପକୃତ ହୋଇଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି। ମଧୁବାବୁ ପେନ୍‌ସନ୍‌ ଯୋଜନାରେ ୮୦ ବର୍ଷରୁ ଅଧିକ ୮୯୦୬ ଜଣ ରହିଥିବା ବେଳେ ଜାତୀୟ ସାମାଜିକ ସହାୟତା ପେନ୍‌ସନ୍‌ ଯୋଜନାରେ ୧୦ହଜାର ୬୧୮ ଜଣ ରହିଛନ୍ତି।

ସେହିପରି ମଧୁବାବୁ ପେନ୍‌ସନ୍‌ ଯୋଜାନରେ ୮୦ ପ୍ରତିଶତରୁ ଅଧିକ ଭିନ୍ନକ୍ଷମ ୩୯୦୯ ଜଣ ଓ ଜାତୀୟ ସାମାଜିକ ସହାୟତା ପେନ୍‌ସନ୍‌ ଯୋଜନାରେ ୮୦ ପ୍ରତିଶତରୁ ଅଧିକ ଭିନ୍ନକ୍ଷମ ୨୭୦୧ ଜଣ ରହିଥିବା ବିଭାଗ ପକ୍ଷରୁ କୁହାଯାଇଛି। କଥା ଦେଇ କଥା ରଖିଲେ ମୋହନ ସରକାର। ଲୋକଙ୍କୁ ଯେଉଁ ପ୍ରତିଶ୍ରୁତି ଦିଆଯାଇଥିଲା ଏବେ ତାହା ପୁରଣ କରାଯାଉଛି ବୋଲି ମନ୍ତ୍ରୀ କହିଥିଲେ। ଏଥି ସହିତ ଚୟନ ହୋଇଥିବା ଛତ୍ରପୁର ଉପଖଣ୍ଡର ଜୀବନ ଜୀବିକା ଯୋଜନର ହିତାଧିକାରୀଙ୍କୁ ଇ-ରିକ୍ସା ବଣ୍ଟନ କରାଯାଇଛି। ଅନ୍ୟମାନଙ୍କ ମଧ୍ୟରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଛତ୍ରପୁର ବ୍ଲକ ଅଧ୍ୟକ୍ଷା କିରଣ କୁମାରୀ ଦାଶ, ଉପାଧ୍ୟକ୍ଷା ଏସ୍‌. ସାରଦା ରେଡ୍ଡୀ, ଜିଲାପରିଷଦ ସିଡିଓ ମଧୁମିତା, ଜିଲା ସାମାଜିକ ସୁରକ୍ଷା ଅଧିକାରୀ କୃଷ୍ଣଚନ୍ଦ୍ର ବେହେରାଙ୍କ ସମେତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri