ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ସଜନାଗଡ଼,୧୯।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଜଙ୍ଗଲରୁ ମଙ୍ଗଳବାର ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା। ସେ ହେଲେ ବରହମପୁର ଥାନା ଅଧୀନ କେସିପୁର ପଞ୍ଚାୟତ ତରତରି ଗ୍ରାମର କାଳିନ୍ଦି ମାରାଣ୍ଡିଙ୍କ ଝିଅ ରଶ୍ମି। ମଙ୍ଗଳବାର କାଳବୈଶାଖୀ ପରେ ଜଙ୍ଗଲରୁ ଦୁର୍ଗନ୍ଧ ବାହାରିଥିଲା। ଲୋକେ ଜଙ୍ଗଲ ଭିତରେ ପଶି ଗଛ ଡ଼ାଳରେ ଝିଅଟିର ମୃତଦେହ ଝୁଲୁଥିବା ଦେଖିବାକୁ ପାଇଥିଲେ। ଖବର ପାଇ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ଝିଅକୁ ଚିହିଁଥିଲେ। ଏ ନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାରକରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ବୁଧବାର ସକାଳେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏ ନେଇ ଥାନାରେ ୧୦/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ତେବେ ଏହା ହତ୍ୟା କି ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇ ନାହିଁ।
ପ୍ରକାଶ ଯେ, ରଶ୍ମି ଯୁକ୍ତ ୨ ଦ୍ୱିତୀୟ ବର୍ଷର କଳା ଛାତ୍ରୀ ଥିଲେ। ଶନିବାରଠାରୁ ସେ ନିଖୋଜ ଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି ପରେ ମଧ୍ୟ ଝିଅକୁ ପାଇ ନ ଥିଲେ।


All Right Reserved By Dharitri.Com

କୁପାରୀରେ ମିଶନଶକ୍ତି ସମାବେଶ

ଖଇରା,୧୮।୪(ଡି.ଏନ.ଏ.)- ନବୀନ ସରକାର କ୍ଷମତାକୁ ଆସିବା ପରେ ସ୍ବୟଂସହାୟିକା ଗୋଷ୍ଠୀ ମାଧ୍ୟମରେ ମହିଳାଙ୍କୁ ଆତ୍ମନିର୍ଭରଶୀଳ କରିପାରିଛନ୍ତି। ସେମାନଙ୍କ ଆର୍ଥୀକ ଓ ସାମାଜିକ ବିକାଶ ହେବା ସହିତ...

ଯୁକ୍ତ ୩ ପରୀକ୍ଷା ଫଳ ପ୍ରକାଶିତ : ପାସ୍‌ ହାର ୯୨.୨୧%

କେନ୍ଦୁଝର, ୨ା୬(ସ୍ବ.ପ୍ର.)-ସ୍ଥାନୀୟ ଧରଣୀଧର ସ୍ବୟଂ ଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି ା ପାସ ହାର ରହିଛି ୯୨.୨୧% ରହିଥିବା...

କମେଣ୍ଟମରାକୁ ନେଇ ଗୋଷ୍ଠୀ ସଂଘର୍ଷ, ଫୋର୍ସ ମୁତୟନ

ବନ୍ତ,୧୮।୬(ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡା ଥାନା ଅଧୀନ ପୁରୁଷଣ୍ଢ ଗ୍ରାମର ବଣିଆ ସାହି ଓ କୋଦମଛକି ସାହିର ଯୁବକଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି...

ବିଭିନ୍ନ ଅବ୍ୟବସ୍ଥାରେ ଡାଏଲିସିସ ଓ୍ବାର୍ଡ

କେନ୍ଦୁଝର, ୨୧ା୬ (ସ୍ବ.ପ୍ର.)-କିଡନୀ ରୋଗୀଙ୍କୁ ମାଗଣା ଡାଇଲିସିସ ସୁବିଧା ଦେବା ସରକାର କେନ୍ଦୁଝର ଜିଲା ମୁଖ୍ୟାଳୟ ଡାକ୍ତରଖାନାରେ ଡାଇଲିସିସି ଓାର୍ଡ ଖୋଲିଛନ୍ତି। ୧୦ ବେଡ ବିଶିଷ୍ଟ...

ଫାଣ୍ଡି ସମ୍ମୁଖ ମନ୍ଦିରର ଦାନବାକ୍ସ ତାଡ଼ି ଚୋରି:ପୋଲିସର ତଦନ୍ତ ଜାରି

ବଡବିଲ, ୯।୧୨(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ପୋଲିସକୁ ଅପରାଧୀଙ୍କ ଖୋଲା ଚ୍ୟାଲେଞ୍ଜ। ରବିବାର ବିଳମ୍ବିତ ରାତିରେ ବଡବିଲ ଥାନା ଅଧୀନରେ ଥିବା ଟାଉନ ଫାଣ୍ଡି ନମ୍ବର-୧ ସମ୍ମୁଖରେ...

ସବର୍ଣ୍ଣ, ଅସବର୍ଣ୍ଣଙ୍କ ମଧ୍ୟରେ ସଂଘର୍ଷ ଘଟଣା: ୩ ଦିନ ବିତିଥିଲେ ସୁଦ୍ଧା ଗିରଫ ହୋଇପାରିଲେନି ଅଭିଯୁକ୍ତ, ଚଢ଼ାଉ ଜାରି

ହାଟଡିହୀ,୨୯।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସବର୍ଣ୍ଣ ଓ ଅସବର୍ଣ୍ଣଙ୍କ ମଧ୍ୟରେ ସଂଘର୍ଷ ଘଟିଥିଲା ଏଥିରେ ସବର୍ଣ୍ଣ...

ଗୃହିଣୀ ହାତରେ ବନ୍ଧୁକ

ଭଦ୍ରକ ଅଫିସ, ୨୬।୫ – ଯେଉଁ ନାରୀ ହାତରେ ରୋଷେଇ କରି ଚାରିକାନ୍ଥ ମଧ୍ୟରେ ସୀମିତ ରହେ ସେହି ନାରୀ ବି ବନ୍ଧୁକ ଚାଳନା କରି...

ବସୁନ୍ଧରା ଯୋଜନାରେ ଆନନ୍ଦପୁର ବ୍ଲକର ୫୫ ହିତାଧିକାରୀଙ୍କୁ ପଟ୍ଟା ବଣ୍ଟନ

ଆନନ୍ଦପୁର,୯।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକର ଭୂମିହୀନଙ୍କୁ ବସୁନ୍ଧରା ଯୋଜନାରେ ମଙ୍ଗଳବାର ତହସିଲ ପକ୍ଷରୁ ପଟ୍ଟା ବଣ୍ଟନ କରାଯାଇଛି। ତହସିଲଦାର ତପନ କୁମାର ନାୟକଙ୍କ ସଂଯୋଜନାରେ...

Leave a comment

Your email address will not be published. Required fields are marked *