୨୬ରେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ

କକଟକ ଅଫିସ,୨୫ା୫: ଆସନ୍ତା ୨୬ ତାରିଖରେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ଦ୍ୱାଦଶତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହେବ। ଏହାକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ବୁଧବାର ବିଶ୍ୱବିଦ୍ୟାଳୟ ପରିସରରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସମାବର୍ତ୍ତନ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅଧ୍ୟକ୍ଷତା କରିବାକୁ ଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଆର୍‌. ବାଲକ୍ରିଷ୍ଣନ୍‌ ଦୀକ୍ଷାନ୍ତ ଅଭିଭାଷଣ ଦେବେ। ଏଥିରେ ୮୫ ଜଣଙ୍କୁ ପିଏଚ୍‌.ଡି. ଉପାଧି ତଥା ୨୦୨୨ରେ ସ୍ନାତକ ଓ ସ୍ନାତକୋତ୍ତର ପରୀକ୍ଷାର ବିଭିନ୍ନ ବିଷୟରେ ପ୍ରଥମ ସ୍ଥାନ ଅଧିକାର କରିଥିବା କୃତୀ ପରୀକ୍ଷାର୍ଥୀଙ୍କୁ ସ୍ବର୍ଣ୍ଣପଦକ ପ୍ରଦାନ କରାଯିବ। ଏଥିସହ ବୋରାସମ୍ବର ସେନାପତି ତର୍କ ପ୍ରତିଯୋଗିତାର ୩ ଜଣ ବିଜେତାଙ୍କୁ ସ୍ବର୍ଣ୍ଣ ପଦକ ପ୍ରଦାନ କରାଯିବ। ଚଳିତ ବର୍ଷଠାରୁ ଦୁଇଟି ନୂତନ ସମ୍ମାନ ପ୍ରଦାନ କରାଯିବ। ଇଂଲିଶ ବିଭାଗର ସ୍ନାତକ ପରୀକ୍ଷାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଅଧ୍ୟାୟୀଙ୍କୁ ଜଷ୍ଟିସ ହରିହର ମହାପାତ୍ର ସ୍ମାରକୀ ସ୍ବର୍ଣ୍ଣପଦକ ଏବଂ କମ୍ପ୍ୟୁଟେସ୍ନାଲ୍‌ ହ୍ୟୁମାନିଟିଜ୍‌ ପିଜି ସାର୍ଟିଫିକେଟ୍‌ ପାଠ୍ୟକ୍ରମରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ପ୍ରଫେସର ଡ. ବାସୁଦେବ କର ସ୍ମାରକୀ ସମ୍ମାନ ପ୍ରଦାନ କରାଯିବ। ବିଶ୍ୱବିଦ୍ୟାଳୟ ପକ୍ଷରୁ ଏହି ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି ତଥା ଲେଖକ ଦେବଦାସ ଛୋଟରାୟ, କଣ୍ଠଶିଳ୍ପୀ ପ୍ରଣବ କିଶୋର ପଟ୍ଟନାୟକଙ୍କୁ ସମ୍ମାନ ସୂଚକ ଡି.ଲିଟ୍‌ ଏବଂ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ତଥା ବିଶିଷ୍ଟ ଶିକ୍ଷାବିତ୍‌ ପ୍ରଫେସର ପ୍ରଭାତ କୁମାର ମିଶ୍ର ଓ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟର ରୁମାଟୋଲୋଜି ଓ ଇମ୍ୟୁନୋଲୋଜି ବିଭାଗର ପ୍ରଫେସର ଡା. ବିଦ୍ୟୁତ କୁମାର ଦାସଙ୍କୁ ସମ୍ମାନସୂଚକ ଡି.ଏସ୍‌. ଉପାଧି ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ ବିଶ୍ୱବିଦ୍ୟାଳୟର କୁଳପତି ସଞ୍ଜୟ ନାୟକ, ପିଜି କାଉନସିଲ୍‌ ଅଧ୍ୟକ୍ଷା ଅସୀମା ସାହୁଙ୍କ ସହ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?