୨୬ରେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ

କକଟକ ଅଫିସ,୨୫ା୫: ଆସନ୍ତା ୨୬ ତାରିଖରେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ଦ୍ୱାଦଶତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହେବ। ଏହାକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ବୁଧବାର ବିଶ୍ୱବିଦ୍ୟାଳୟ ପରିସରରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସମାବର୍ତ୍ତନ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅଧ୍ୟକ୍ଷତା କରିବାକୁ ଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଆର୍‌. ବାଲକ୍ରିଷ୍ଣନ୍‌ ଦୀକ୍ଷାନ୍ତ ଅଭିଭାଷଣ ଦେବେ। ଏଥିରେ ୮୫ ଜଣଙ୍କୁ ପିଏଚ୍‌.ଡି. ଉପାଧି ତଥା ୨୦୨୨ରେ ସ୍ନାତକ ଓ ସ୍ନାତକୋତ୍ତର ପରୀକ୍ଷାର ବିଭିନ୍ନ ବିଷୟରେ ପ୍ରଥମ ସ୍ଥାନ ଅଧିକାର କରିଥିବା କୃତୀ ପରୀକ୍ଷାର୍ଥୀଙ୍କୁ ସ୍ବର୍ଣ୍ଣପଦକ ପ୍ରଦାନ କରାଯିବ। ଏଥିସହ ବୋରାସମ୍ବର ସେନାପତି ତର୍କ ପ୍ରତିଯୋଗିତାର ୩ ଜଣ ବିଜେତାଙ୍କୁ ସ୍ବର୍ଣ୍ଣ ପଦକ ପ୍ରଦାନ କରାଯିବ। ଚଳିତ ବର୍ଷଠାରୁ ଦୁଇଟି ନୂତନ ସମ୍ମାନ ପ୍ରଦାନ କରାଯିବ। ଇଂଲିଶ ବିଭାଗର ସ୍ନାତକ ପରୀକ୍ଷାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଅଧ୍ୟାୟୀଙ୍କୁ ଜଷ୍ଟିସ ହରିହର ମହାପାତ୍ର ସ୍ମାରକୀ ସ୍ବର୍ଣ୍ଣପଦକ ଏବଂ କମ୍ପ୍ୟୁଟେସ୍ନାଲ୍‌ ହ୍ୟୁମାନିଟିଜ୍‌ ପିଜି ସାର୍ଟିଫିକେଟ୍‌ ପାଠ୍ୟକ୍ରମରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ପ୍ରଫେସର ଡ. ବାସୁଦେବ କର ସ୍ମାରକୀ ସମ୍ମାନ ପ୍ରଦାନ କରାଯିବ। ବିଶ୍ୱବିଦ୍ୟାଳୟ ପକ୍ଷରୁ ଏହି ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି ତଥା ଲେଖକ ଦେବଦାସ ଛୋଟରାୟ, କଣ୍ଠଶିଳ୍ପୀ ପ୍ରଣବ କିଶୋର ପଟ୍ଟନାୟକଙ୍କୁ ସମ୍ମାନ ସୂଚକ ଡି.ଲିଟ୍‌ ଏବଂ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ତଥା ବିଶିଷ୍ଟ ଶିକ୍ଷାବିତ୍‌ ପ୍ରଫେସର ପ୍ରଭାତ କୁମାର ମିଶ୍ର ଓ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟର ରୁମାଟୋଲୋଜି ଓ ଇମ୍ୟୁନୋଲୋଜି ବିଭାଗର ପ୍ରଫେସର ଡା. ବିଦ୍ୟୁତ କୁମାର ଦାସଙ୍କୁ ସମ୍ମାନସୂଚକ ଡି.ଏସ୍‌. ଉପାଧି ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ ବିଶ୍ୱବିଦ୍ୟାଳୟର କୁଳପତି ସଞ୍ଜୟ ନାୟକ, ପିଜି କାଉନସିଲ୍‌ ଅଧ୍ୟକ୍ଷା ଅସୀମା ସାହୁଙ୍କ ସହ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri