୨୭ରୁ ଜି-୨୦ ଶିକ୍ଷା ୱାର୍କିଂ ଗ୍ରୁପ୍‌ର ତୃତୀୟ ବୈଠକ

ଭୁବନେଶ୍ୱର, ୨୯।୩ (ବ୍ୟୁରୋ): ଆସନ୍ତା ଉତ୍କଳ ଦିବସରୁ ଏପ୍ରିଲ ୨୯ ତାରିଖ ପର୍ଯ୍ୟନ୍ତ ପ୍ରାୟ ମାସେବ୍ୟାପୀ ଜି-୨୦ ସମ୍ବନ୍ଧୀୟ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଭାରତ ଜି-୨୦ ସମ୍ମିଳନୀର ଅଧ୍ୟକ୍ଷତାକୁ ସଫଳ ଓ ସୁଦୃଢ଼ କରିବା ଲାଗି ‘ଜନ ଭାଗୀଦାରି’ ପାଇଁ ପ୍ରୟାସ କରାଯାଉଛି। ଏପ୍ରିଲ ୨୭ରୁ ୨୯ ତାରିଖ ୩ଦିନ ପର୍ଯ୍ୟନ୍ତ ଭୁବନେଶ୍ୱର ମେ’ ଫେୟାର ହୋଟେଲରେ ‘ଶିକ୍ଷା ୱାର୍କିଂ ଗ୍ରୁପ୍‌’ର ତୃତୀୟ ବୈଠକ ଆୟୋଜନ କରାଯିବ। ଏଥିରେ ଜି-୨୦ ସମୂହ ଦେଶର ପ୍ରତିନିଧିମଣ୍ଡଳୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ବୋଲି ମଙ୍ଗଳବାର ଆଇଏମ୍‌ଏମ୍‌ଟିରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଶିକ୍ଷା ମନ୍ତ୍ରଣାଳୟର ଯୁଗ୍ମ ସଚିବ ନିତା ପ୍ରସାଦ ଏବଂ ଦକ୍ଷତା ବିକାଶ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୋନାଲ ମିଶ୍ର ସୂଚନା ଦେଇଛନ୍ତି।
ଜି-୨୦ ଶିକ୍ଷା ୱାର୍କିଂ ଗ୍ରୁପ୍‌ର ତୃତୀୟ ବୈଠକକୁ କେନ୍ଦ୍ର ଶିକ୍ଷା ରାଷ୍ଟ୍ର ମନ୍ତ୍ରୀ ସୁଭାଷ ସରକାର ଉଦ୍‌ଘାଟନ କରିବେ। ଏହି ଅଧିକାରୀସ୍ତରୀୟ ବୈଠକରେ ପ୍ରାଥମିକ ସାକ୍ଷରତା ଓ ପରିସଂଖ୍ୟାନ, ପ୍ରଯୁକ୍ତିବିଦ୍ୟା ଆଧାରିତ ଶିକ୍ଷାଦାନ, ଭବିଷ୍ୟତର କାର୍ଯ୍ୟପନ୍ଥା ଏବଂ ଗବେଷଣା ସହଭାଗିତା ଭଳି ୪ଟି ମୁଖ୍ୟ ପ୍ରସଙ୍ଗ ଉପରେ ଆଲୋଚନା ହେବ। ବୈଠକର ପୂର୍ବ ଦିନ ଏପ୍ରିଲ ୨୬ରେ ଭୁବନେଶ୍ୱରସ୍ଥିତ ଆଇଏମ୍‌ଏମ୍‌ଟି ଠାରେ ଜି-୨୦ର ପ୍ରତିନିଧିମଣ୍ଡଳୀ ‘ଭବିଷ୍ୟତର କାର୍ଯ୍ୟପନ୍ଥା’ ଉପରେ ସେମିନାର ଏବଂ ପ୍ରଦର୍ଶନୀରେ ଯୋଗଦେବେ। ଏହାବ୍ୟତୀତ ଏପ୍ରିଲ ୨୩ରୁ ୨୯ ତାରିଖ ପର୍ଯ୍ୟନ୍ତ ଆଇଏମ୍‌ଏମ୍‌ଟି ଠାରେ ‘ଭବିଷ୍ୟତର କାର୍ଯ୍ୟପନ୍ଥା’ ଉପରେ ଜି-୨୦କୁ ନେଇ ପୃଥକ ପ୍ରଦର୍ଶନୀ ଅନୁଷ୍ଠିତ ହେବ। ଏଥିରେ ଜି-୨୦ ଦେଶ ସମୂହ, ଶିଳ୍ପ, ସରକାରୀ ସଂସ୍ଥା, ଆଇଟି କମ୍ପାନୀ ଏବଂ ଦକ୍ଷତା ବିକାଶ ଭଳି ୭୫ଟି ଅନୁଷ୍ଠାନ ଅଂଶଗ୍ରହଣ କରିବେ। କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ର, ଶିକ୍ଷାନୁଷ୍ଠାନ ଏବଂ ଶିଳ୍ପ ସମୂହଙ୍କୁ ଯୋଡ଼ିବା ମୁଖ୍ୟ ଉଦ୍ଦେଶ୍ୟ ରହିବ। ଏହି ଅବସରରେ ଏପ୍ରିଲ ୨୩ରୁ ୨୫ ତାରିଖ ମଧ୍ୟରେ ଆଇଆଇଟି ଭୁବନେଶ୍ୱର, ଆଇଆଇଏମ୍‌ ସମ୍ବଲପୁର, ଆଇଏମ୍‌ଏମ୍‌ଟି ଭୁବନେଶ୍ୱର, ଇଣ୍ଡିଆନ ସ୍କୁଲ ଅଫ ବିଜ୍‌ନେସ୍‌ ହାଇଦ୍ରାବାଦ, ଡେଲୋଏଟ, ସିଆଇଆଇ, ୟୁଏସଆଇବିସି ଭଳି ଅନୁଷ୍ଠାନ ଦ୍ୱାରା ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ ହେବ। ଅନ୍ତଃରାଷ୍ଟ୍ରୀୟ ସହଭାଗିତାକୁ ସୁଦୃଢ଼ କରିବା ସହ ଭବିଷ୍ୟତ କାର୍ଯ୍ୟପନ୍ଥାକୁ ନେଇ ଢାଞ୍ଚା ପ୍ରସ୍ତୁତ କରିବା ଦିଗରେ ଏହି ବିଚାରବିମର୍ଶରେ ଅଧିକ ଗୁରୁତ୍ୱ ଦିଆଯିବ। ସେହିପରି ଜି-୨୦ର ବିଭିନ୍ନ ବୈଠକ ଓ କାର୍ଯ୍ୟକ୍ରମରେ ଓଡ଼ିଶାର ଜନଜାତିଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀକୁ ପ୍ରଦର୍ଶନ କରିବା ଦିଗରେ ବିଶେଷ ଗୁରୁତ୍ୱ ଦିଆଯିବ। ଜି -୨୦ ପାଇଁ ରାଜ୍ୟ ସରକାର ମଧ୍ୟ ସହଯୋଗ ଯୋଗାଇଦେବା ନେଇ ଆଲୋଚନା ହୋଇଥିବା ଯୁଗ୍ମ ସଚିବ ନିତା ପ୍ରସାଦ କହିଛନ୍ତି। ୨୮ ତାରିଖରେ ପ୍ରତିନିଧି ମଣ୍ଡଳୀ କୋଣାର୍କର ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିବେ। ସେମାନଙ୍କୁ ଓଡ଼ିଶାର ଉତ୍କର୍ଷ କଳା, ସଂସ୍କୃତି, ହସ୍ତତନ୍ତ, ହସ୍ତଶିଳ୍ପ ଉପହାର ସ୍ବରୂପ ପ୍ରଦାନ କରାଯିବ। ରାଜ୍ୟର ଅସ୍ମିତା ସହ ଯୋଡ଼ିବା ପାଇଁ ସମସ୍ତଙ୍କୁ ପାରମ୍ପରିକ ବ୍ୟଞ୍ଜନ ସହ ମାଣ୍ଡିଆଯୁକ୍ତ ଖାଦ୍ୟ ପରଷାଯିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

ସାଲେପୁରରୁ ଟିକେଟ ମିଳିବା ପରେ ଏମିତି ପ୍ରତିକ୍ରିୟା ଦେଲେ ଅରିନ୍ଦମ, କହିଲେ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ତାଲିକାରେ ସାଲେପୁରରୁ ଅରିନ୍ଦମ ରାୟଙ୍କୁ ଟିକେଟ ମିଳିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri