ଏଏସ୍‌ଓଙ୍କଠାରୁ ଠକିନେଲେ ୨୭ ଲକ୍ଷ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଓଡ଼ିଶା ସଚିବାଳୟରେ କାର୍ଯ୍ୟ କରୁଥିବା ଜଣେ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ)ଙ୍କୁ ‘ବଜାଜ୍‌ ଫାଇନାନ୍‌ସ’ରୁ ୧୦ଲକ୍ଷ ଟଙ୍କା ଲୋନ୍‌ ଦେବା ଆଳରେ ୨୬.୮୧ ଲକ୍ଷ ଟଙ୍କା ଠକେଇ କରିବା ଅଭିଯୋଗରେ ଭୁବନେଶ୍ୱର ସାଇବର କ୍ରାଇମ ଓ ଅର୍ଥନୈତିକ ଅପରାଧ ଥାନା ପୋଲିସ ମଧ୍ୟପ୍ରଦେଶରୁ ୨ ଭାଇଙ୍କୁ ଗିରଫ କରିଛି। ଅଭିଯୁକ୍ତଦ୍ୱୟ ହେଲେ ମଧ୍ୟପ୍ରଦେଶ ଗ୍ବାଲିୟର ଜିଲା ସିରୋଲ ଥାନା ଅଞ୍ଚଳର ଅଙ୍କିତ କୁମାର ସିଂ (୧୯) ଓ ବଲେନ୍ଦ୍ର ସିଂ (୨୪)। ଭାଇଦ୍ୱୟଙ୍କୁ ଗୁରୁବାର ମଧ୍ୟପ୍ରଦେଶରୁ ଗିରଫ କରାଯିବା ପରେ ସ୍ଥାନୀୟ କୋର୍ଟକୁ ଚାଲାଣ କରାଯାଇଥିଲା। ସେଠାରୁ ଟ୍ରାଞ୍ଜିଟ୍‌ ରିମାଣ୍ଡରେ ଅଣାଯାଇ ରବିବାର ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ଦୁଇଭାଇଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ସେମାନେ ପୂର୍ବରୁ ଏକାଧିକ ଠକେଇ କରିଥିବା ପୋଲିସ ଆଗରେ ସ୍ବୀକାର କରିଛନ୍ତି। ଉଭୟଙ୍କୁ ରିମାଣ୍ଡରେ ଆଣି ଠକେଇ ସଂକ୍ରାନ୍ତରେ ଅଧିକ ତଥ୍ୟ ଯୋଗାଡ଼ କରିବାକୁ ପୋଲିସ ଯୋଜନା କରୁଥିବା ସୂଚନା ମିଳିଛି।
ପୋଲିସ ସୂଚନା ଅନୁଯାୟୀ, ସଚିବାଳୟରେ ଏଏସ୍‌ଓ ଭାବେ କାର୍ଯ୍ୟ କରୁଥିବା ଅଭିଷେକ ହୋତାଙ୍କୁ ଅଭିଯୁକ୍ତ ଦୁଇ ଭାଇ ଫସାଇଥିଲେ। ଗତ ଜୁନରେ ଅଭିଯୁକ୍ତମାନେ ଯୁବତୀଙ୍କ ପରିଚୟ ଦେଇ କଥା ହୋଇଥିଲେ। ସେ ନିଜକୁ ବଜାଜ୍‌ ଫାଇନାନ୍ସର କର୍ମଚାରୀ ବୋଲି ପରିଚୟ ଦେଇଥିଲେ। ଅଭିଯୁକ୍ତମାନେ ୧୦ ଲକ୍ଷ ଟଙ୍କାର ଲୋନ ଦେବାକୁ କହିବାରୁ ଅଭିଷେକ ନେବାକୁ ରାଜି ହୋଇଥିଲେ। ଏଥିପାଇଁ ପ୍ରଥମେ ୨୫ ହଜାର ଟଙ୍କା ଦେବାକୁ ପଡ଼ିବ ବୋଲି କହିଥିଲେ। ଏହାପରେ ବିଭିନ୍ନ ନମ୍ବରରୁ ଅଭିଷେକଙ୍କୁ ଫୋନ କରି ଇନ୍‌ସ୍ୟୁରାନ୍ସ ବାବଦରେ ପୁଣି ୪ ଲକ୍ଷ, ପ୍ରୋସେସିଂ ଫି’ ପାଇଁ ୪୦ ହଜାର ଟଙ୍କା ଦେବାକୁ ପଡ଼ିବ ବୋଲି କହିଥିଲେ। ଏହିପରି ୮ଟି ପର୍ଯ୍ୟାୟରେ ଅଭିଷେକଙ୍କଠାରୁ ଅଭିଯୁକ୍ତମାନେ ୨୬ ଲକ୍ଷ ୮୧ ହଜାର ୨୫୦ ଟଙ୍କା ନେଇଯାଇଥିଲେ। ପରବର୍ତ୍ତୀ ସମୟରେ ଉଭୟ ଅଭିଷେକଙ୍କ ମୋବାଇଲ ନମ୍ବରକୁ ବ୍ଲକ କରି ଦେଇଥିଲେ। ଏନେଇ ଗତ ଅଗଷ୍ଟ ୨୫ରେ ଅଭିଷେକଙ୍କ ଅଭିଯୋଗ କ୍ରମେ ପୋଲିସ ମାମଲା (ନଂ.୩୫/୨୦୨୨) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ମଧ୍ୟପ୍ରଦେଶରେ ୨ ଭାଇ ଏହି ଠକେଇ କରୁଥିବା ଜଣାପଡ଼ିବା ପରେ ପୋଲିସ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri