ଏଏସ୍‌ଓଙ୍କଠାରୁ ଠକିନେଲେ ୨୭ ଲକ୍ଷ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଓଡ଼ିଶା ସଚିବାଳୟରେ କାର୍ଯ୍ୟ କରୁଥିବା ଜଣେ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ)ଙ୍କୁ ‘ବଜାଜ୍‌ ଫାଇନାନ୍‌ସ’ରୁ ୧୦ଲକ୍ଷ ଟଙ୍କା ଲୋନ୍‌ ଦେବା ଆଳରେ ୨୬.୮୧ ଲକ୍ଷ ଟଙ୍କା ଠକେଇ କରିବା ଅଭିଯୋଗରେ ଭୁବନେଶ୍ୱର ସାଇବର କ୍ରାଇମ ଓ ଅର୍ଥନୈତିକ ଅପରାଧ ଥାନା ପୋଲିସ ମଧ୍ୟପ୍ରଦେଶରୁ ୨ ଭାଇଙ୍କୁ ଗିରଫ କରିଛି। ଅଭିଯୁକ୍ତଦ୍ୱୟ ହେଲେ ମଧ୍ୟପ୍ରଦେଶ ଗ୍ବାଲିୟର ଜିଲା ସିରୋଲ ଥାନା ଅଞ୍ଚଳର ଅଙ୍କିତ କୁମାର ସିଂ (୧୯) ଓ ବଲେନ୍ଦ୍ର ସିଂ (୨୪)। ଭାଇଦ୍ୱୟଙ୍କୁ ଗୁରୁବାର ମଧ୍ୟପ୍ରଦେଶରୁ ଗିରଫ କରାଯିବା ପରେ ସ୍ଥାନୀୟ କୋର୍ଟକୁ ଚାଲାଣ କରାଯାଇଥିଲା। ସେଠାରୁ ଟ୍ରାଞ୍ଜିଟ୍‌ ରିମାଣ୍ଡରେ ଅଣାଯାଇ ରବିବାର ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ଦୁଇଭାଇଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ସେମାନେ ପୂର୍ବରୁ ଏକାଧିକ ଠକେଇ କରିଥିବା ପୋଲିସ ଆଗରେ ସ୍ବୀକାର କରିଛନ୍ତି। ଉଭୟଙ୍କୁ ରିମାଣ୍ଡରେ ଆଣି ଠକେଇ ସଂକ୍ରାନ୍ତରେ ଅଧିକ ତଥ୍ୟ ଯୋଗାଡ଼ କରିବାକୁ ପୋଲିସ ଯୋଜନା କରୁଥିବା ସୂଚନା ମିଳିଛି।
ପୋଲିସ ସୂଚନା ଅନୁଯାୟୀ, ସଚିବାଳୟରେ ଏଏସ୍‌ଓ ଭାବେ କାର୍ଯ୍ୟ କରୁଥିବା ଅଭିଷେକ ହୋତାଙ୍କୁ ଅଭିଯୁକ୍ତ ଦୁଇ ଭାଇ ଫସାଇଥିଲେ। ଗତ ଜୁନରେ ଅଭିଯୁକ୍ତମାନେ ଯୁବତୀଙ୍କ ପରିଚୟ ଦେଇ କଥା ହୋଇଥିଲେ। ସେ ନିଜକୁ ବଜାଜ୍‌ ଫାଇନାନ୍ସର କର୍ମଚାରୀ ବୋଲି ପରିଚୟ ଦେଇଥିଲେ। ଅଭିଯୁକ୍ତମାନେ ୧୦ ଲକ୍ଷ ଟଙ୍କାର ଲୋନ ଦେବାକୁ କହିବାରୁ ଅଭିଷେକ ନେବାକୁ ରାଜି ହୋଇଥିଲେ। ଏଥିପାଇଁ ପ୍ରଥମେ ୨୫ ହଜାର ଟଙ୍କା ଦେବାକୁ ପଡ଼ିବ ବୋଲି କହିଥିଲେ। ଏହାପରେ ବିଭିନ୍ନ ନମ୍ବରରୁ ଅଭିଷେକଙ୍କୁ ଫୋନ କରି ଇନ୍‌ସ୍ୟୁରାନ୍ସ ବାବଦରେ ପୁଣି ୪ ଲକ୍ଷ, ପ୍ରୋସେସିଂ ଫି’ ପାଇଁ ୪୦ ହଜାର ଟଙ୍କା ଦେବାକୁ ପଡ଼ିବ ବୋଲି କହିଥିଲେ। ଏହିପରି ୮ଟି ପର୍ଯ୍ୟାୟରେ ଅଭିଷେକଙ୍କଠାରୁ ଅଭିଯୁକ୍ତମାନେ ୨୬ ଲକ୍ଷ ୮୧ ହଜାର ୨୫୦ ଟଙ୍କା ନେଇଯାଇଥିଲେ। ପରବର୍ତ୍ତୀ ସମୟରେ ଉଭୟ ଅଭିଷେକଙ୍କ ମୋବାଇଲ ନମ୍ବରକୁ ବ୍ଲକ କରି ଦେଇଥିଲେ। ଏନେଇ ଗତ ଅଗଷ୍ଟ ୨୫ରେ ଅଭିଷେକଙ୍କ ଅଭିଯୋଗ କ୍ରମେ ପୋଲିସ ମାମଲା (ନଂ.୩୫/୨୦୨୨) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ମଧ୍ୟପ୍ରଦେଶରେ ୨ ଭାଇ ଏହି ଠକେଇ କରୁଥିବା ଜଣାପଡ଼ିବା ପରେ ପୋଲିସ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri