କଟକରେ ମାଡିଲାଣି କରୋନା: ଆଜି ଚିହ୍ନଟ ହେଲେ ୨୭ ନୂଆ ପଜିଟିଭ

କଟକ ଅଫିସ, ୧୪।୭(ବ୍ୟୁରୋ): କଟକ ସହରରେ ମଙ୍ଗଳବାର ଆଉ ୨୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ସରକାରୀ କ୍ୱାରାଣ୍ଟାଇନରୁ ୨୦ଜଣ, ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ୪ ଏବଂ ଲୋକାଲ କେସ୍‌ ୩ ରହିଛି। ଏ ନେଇ ସିଏମ୍‌ସି ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି।
ସରକାରୀ କ୍ୱାରାଣ୍ଟାଇନରୁ ଚିହ୍ନଟ ୨୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୭(୧୨ ପୁରୁଷ, ୫ ମହିଳା) ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲରର ରୋଗୀ ଓ ଆଟେଣ୍ଡାଣ୍ଟ। ବାକି ୩ ଜଣଙ୍କର ଟ୍ରାଭେଲ ହିଷ୍ଟ୍ରୀ ରହିଛି। ସେମାନେ ଅନ୍ୟ ଜିଲାକୁ ଯାଇଥିଲେ।
ଯେଉଁ ୪ଜଣ ହୋମ୍‌ କ୍ୱାରାଣ୍ଟାଇନରେ ଥିଲେ, ସେମାନଙ୍କ ମଧ୍ୟରୁ ୩ଜଣ ଗୌଡ଼ସାହିର ପ୍ରତାପନଗରୀ ଅଞ୍ଚଳର। ଅନ୍ୟ ଜଣେ ଶଙ୍କରପୁରର ମଙ୍ଗଳା ଲୋନ୍‌ର। ଏମାନେ ସମସ୍ତେ ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇଥିବା ଲୋକଙ୍କ ସଂଶ୍ପର୍ଶରେ ଆସିଥିଲେ।
ସେହିପରି ୩ ଲୋକାଲ କେସ୍‌ ମଧ୍ୟରୁ ୨ ପୁରୁଣା ରାଉସା ପାଟଣାର ଓ ଗୋଟିଏ ଜୋବ୍ରାର ମୁରାଦ ଖାନ୍‌ ପାଟଣା ଅଞ୍ଚଳର।
ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇ କେବଳ କଟକ ସହରରେ ୨୯୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି। ସେମାନଙ୍କ ମଧ୍ୟରୁ ୧୩୪ଜଣ ସୁସ୍ଥ ହୋଇଥିବା ବେଳେ ୧୫୦ ଜଣ ଚିକିତ୍ସାଧିନ ଅଛନ୍ତି। ୭ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri