Posted inଜାତୀୟ

ସୀତାରାମନ, ଗୋୟଲଙ୍କ ସମେତ ୨୭ ରାଜ୍ୟ ସଭା ସଦସ୍ୟ ଶପଥ ନେଲେ

ନୂଆଦିଲ୍ଲୀ,୯ା୭ :କେନ୍ଦ୍ର ମନ୍ତ୍ରୀ ନିର୍ମଳା ସୀତାରାମନ, ପୀୟୂଷ ଗୋୟଲ, ବିଜେଡି ନେତା ମାନସ ମଙ୍ଗରାଜ ଏବଂ ସୁଲତା ଦେଓଙ୍କ ସମେତ ୨୭ ଜଣ ନବନିର୍ବାଚିତ ରାଜ ସଭ୍ୟ ସଦସ୍ୟ ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି। ରାଜ୍ୟ ସଭା ଅଧ୍ୟକ୍ଷ ଏମ୍‌. ଭେଙ୍କାୟା ନାଇଡୁ ତାଙ୍କ ଚାମ୍ବରରେ ଏହି ନବନିର୍ବାଚିତ ସଦସ୍ୟମାନଙ୍କୁ ସମ୍ବିଧାନର ଆବଶ୍ୟକତା ଅନୁଯାୟୀ କାର୍ଯ୍ୟ କରିବା ନିମନ୍ତେ ଶପଥ ପାଠ କରାଇଥିଲେ। ମୋଟ ୫୭ଜଣ ନବନିର୍ବାଚିତଙ୍କ ମଧ୍ୟରୁ ୧୦ ରାଜ୍ୟର ୨୭ଜଣ ୯ ଭାଷାରେ ତଥା ହିନ୍ଦୀରେ ୧୨ଜଣ, ଇଂଲିଶ୍‌ରେ ୪, ସଂସ୍କୃତ, କନ୍ନଡ଼, ମରାଠୀ, ଓଡ଼ିଆରେ ୨ଜଣ ଲେଖାଏ ଏବଂ ପଞ୍ଜାବୀ, ତାମିଲ, ତେଲୁଗୁରେ ଜଣେ ଲେଖାଏ ସଦସ୍ୟ ଶପଥ ନେଇଛନ୍ତି। ନିକଟରେ ୪ଜଣ ନୂଆ ସଦସ୍ୟ ଶପଥ ନେଇସାରିଛନ୍ତି। ଏହି ଅବସରରେ ରାଜ୍ୟ ସଭା ଅଧ୍ୟକ୍ଷ ନାଇଡୁ କହିଛନ୍ତି ଯେ, ଏଯାଏ ଶପଥ ନେଇ ନ ଥିବା ନିର୍ବାଚିତ ସଦସ୍ୟମାନେ ମଧ୍ୟ ଆସନ୍ତା ୧୮ ତାରିଖରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ଭାଗନେଇପାରିବେ। ଏହାର କାରଣ ସମ୍ପର୍କରେ ସେ ସ୍ପଷ୍ଟ କରିଦେଇଛନ୍ତି ଯେ, ରାଜ୍ୟ ସଭା ନିର୍ବାଚନରେ ଜଣେ ବିଜେତା ଘୋଷଣା ହେବା ଦିନଠାରୁ ତାଙ୍କୁ ଗୃହର ସଦସ୍ୟ ଭାବେ ବିବେଚନା କରାଯାଇଥାଏ। ତେବେ ଗୃହ ଏବଂ ଏହାର କମିଟି କାର୍ଯ୍ୟ ପ୍ରକ୍ରିୟାରେ ଅଂଶଗ୍ରହଣ ନିମନ୍ତେ ନବନିର୍ବାଚିତ ସଦସ୍ୟଙ୍କୁ ଶପଥ ପାଠ କରାଯାଇଥାଏ ବୋଲି ନାଇଡୁ କହିଛନ୍ତି। ଶୁକ୍ରବାର ଶପଥ ନେଇଥିବା ନୂଆ ଏବଂ ପୁନଃ ନିର୍ବାଚିତ ସଦସ୍ୟମାନଙ୍କ ମଧ୍ୟରେ ଜୟରାମ ରମେଶ, ବିବେକ କେ ତଙ୍ଖା, ମୁକୁଲ ଓ୍ବାସନିକ୍‌ (କଂଗ୍ରେସ), ସୁରେନ୍ଦ୍ର ସିଂ ନାଗର, କେ. ଲକ୍ଷ୍ମଣ, ଲକ୍ଷ୍ମୀକାନ୍ତ ବାଜପେୟୀ (ଭାଜପା), ଜୟନ୍ତ ଚୌଧାରୀ, କଳ୍ପନା ସାଇନି ଏବଂ ଆର୍‌. ଧରମାର ପ୍ରମୁଖ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri