୨୭ରୁ ମିନି ମହୋତ୍ସବ, ପଲ୍ଲିଶ୍ରୀ ମେଳା

ଢେଙ୍କାନାଳ ଅଫିସ,୧୭ା୧: ବିଶ୍ୱକପ୍‌ ହକି ଉପଲକ୍ଷେ ସମଗ୍ର ଓଡ଼ିଶା ଉତ୍ସବ ମୁଖର ହୋଇପଡ଼ିଥିବା ବେଳେ ଢେଙ୍କାନାଳ ଜିଲାରେ ମଧ୍ୟ ମେଳା ମହୋତ୍ସବର ଆୟୋଜନ ହୋଇଛି। ଆସନ୍ତା ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ମିନି ଷ୍ଟାଡିୟମ ଓ ମୁଖ୍ୟ ଷ୍ଟାଡିୟମରେ ସାଂସ୍କୃତିକ ତଥା ମିନି ମହୋତ୍ସବ ଏବଂ ପଲ୍ଲିଶ୍ରୀ ମେଳା ଅନୁଷ୍ଟିତ ହେବ। ଏହି ଉତ୍ସବରେ ଜିଲା, ରାଜ୍ୟ ତଥା ଜାତୀୟସ୍ତରରେ କ୍ରୀଡ଼ା, କଳା ସଂସ୍କୃତି କ୍ଷେତ୍ରରେ ପାରଦର୍ଶିତା ହାସଲ କରିଥିବା ବ୍ୟକ୍ତି ବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯିବ। ଏଥିପାଇଁ ଆସନ୍ତା ୨୨ ତାରିଖ ସୁଦ୍ଧା ଜିଲା କ୍ରୀଡ଼ା ଅଧିକାରୀ ଓ ଜିଲା ସଂସ୍କୃତି ଅଧିକାରୀଙ୍କ ନିକଟରେ ଯୋଗ୍ୟ ବ୍ୟକ୍ତିମାନେ ଆବେଦନ କରିବା ପାଇଁ ସୋମବାର ପ୍ରଶାସନ ପକ୍ଷରୁ ଆୟୋଜିତ ପ୍ରସ୍ତୁତି ବୈଠକରେ ଜଣାଇ ଦିଆଯାଇଥିଲା। ସେହିପରି ଜିଲାର କ୍ରୀଡ଼ା ଓ ସାଂସ୍କୃତିକ କାର୍ଯ୍ୟକ୍ରମକୁ ନେଇ ଏକ ସ୍ମରଣିକା ପ୍ରକାଶ ପାଇବ। ଢେଙ୍କାନାଳ ସମେତ ଅନ୍ୟ ଜିଲାର ସ୍ବୟଂ ସହାୟକ ଗୋଷ୍ଠୀ ଓ ବିଭିନ୍ନ ପ୍ରମୁଖ ବିଭାଗକୁ ନେଇ ପ୍ରାୟ ୬୦ଟି ଷ୍ଟଲ ସହିତ ଏକ ଫୁଡଷ୍ଟଲ ମଧ୍ୟ ଖୋଲାଯିବ।
ଅପରାହ୍ନ ସାଢେ ୩ଟାରେ ଅନୁଷ୍ଠିତ ଏହି ପ୍ରସ୍ତୁତି ବୈଠକରେ ଅଧ୍ୟକ୍ଷତା କରି ଜିଲାପାଳ ସରୋଜ କୁମାର ସେଠୀ ସାଂସ୍କୃତିକ ଓ ପଲ୍ଲିଶ୍ରୀ ମେଳାକୁ ସରସ ସୁନ୍ଦର କରିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ଉତ୍ସବ ପାଳନକୁ ଅଧିକ ଶୃଙ୍ଖଳିତ କରିବା ପାଇଁ ସ୍ଥାନୀୟ ମହାବିଦ୍ୟାଳୟର ସ୍ବେଚ୍ଛାସେବୀ ଛାତ୍ରୀଛାତ୍ରଙ୍କ ସହଯୋଗ ନିଆଯିବ। ପ୍ରାରମ୍ଭରେ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ପ୍ରସ୍ତୁତ ଏଜେଣ୍ଡାରେ ଏହାକୁ ଢେଙ୍କାନାଳ ଜିଲା ମହୋତ୍ସବ ଲେଖା ଯାଇଥିଲା। ହେଲେ ଜିଲା ସଂସ୍କୃତି ପରିଷଦ ଗଠନ ହୋଇ ନ ଥିବା ବେଳେ କିଭଳି ଜିଲା ମହୋତ୍ସବ ଆୟୋଜିତ ହେଉଛି ବୋଲି କେତୋଟି ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନର କର୍ମକର୍ତ୍ତାମାନେ ଦୃଷ୍ଟି ଆକର୍ଷଣ କରିଥିଲେ। ଏଥିସହିତ ସରକାରୀ ସ୍ତରରେ ବିଶେଷକରି ଜିଲା ସଂସ୍କୃତି ବିଭାଗ ପକ୍ଷରୁ ଅନୁଷ୍ଠିତ ହେଉଥିବା ବିଭିନ୍ନ ସାଂସ୍କୃତିକ ଉତ୍ସବରେ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ସହିତ ଜଡିତ ବ୍ୟକ୍ତି ବିଶେଷଙ୍କୁ ବିଭାଗ ପକ୍ଷରୁ ଡକାଯାଉନାହିଁ ବୋଲି ଅଭିଯୋଗ କରିଥିଲେ। ଏ ସଂକ୍ରାନ୍ତରେ ଜିଲାପାଳ କହିଥିଲେ, ହକି ବିଶ୍ୱକପ୍‌ ଉପଲକ୍ଷେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ଏହି ମିନି ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ଅନୁଷ୍ଠିତ ହେଉଛି। ପରର୍ତ୍ତୀ ସମୟରେ ଜିଲାବାସୀ ଯେବେ ଚାହିଁବେ ସେତେବେଳେ ଢେଙ୍କାନାଳ ମହୋତ୍ସବ ବଡ ଧରଣର ଅନୁଷ୍ଠିତ ହେବ। ଯେହେତୁ ଏହି ସାଂସ୍କୃତିକ କାର୍ଯ୍ୟକ୍ରମ ହକି ବିଶ୍ୱକପ୍‌କୁ ନେଇ ହେଉଛି, ଏଥିରେ ସମସ୍ତେ ସହଯୋଗ କରିବା ପାଇଁ ଜିଲାପାଳ ଅନୁରୋଧ କରିଥିଲେ। ଏହାପରେ ଉତ୍ସବ ପାଇଁ ବିଭିନ୍ନ କମିଟି ଗଠନ କରାଯାଇଥିଲା। ସେହିପରି ସାଂସ୍କୃତିକ ଉତ୍ସବ ଓ ପଲ୍ଲିଶ୍ରୀ ମେଳା ସମୟରେ ଶାନ୍ତିଶୃଙ୍ଖଳା ରକ୍ଷା ଓ ଟ୍ରାଫିକ ନିୟନ୍ତ୍ରଣକୁ ଅଧିକ ଗୁରୁତ୍ୱ ଦିଆଯିବ ବୋଲି ଏସ୍‌ପି ଜ୍ଞାନ ରଞ୍ଜନ ମହାପାତ୍ର କହିଥିଲେ। ଜିଲା ସଂସ୍କୃତି ଅଧିକାରୀ ପ୍ରିୟମ୍ବଦା ବେହେରା ମିନି ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ସମ୍ପର୍କରେ ସୂଚନା ଦେଇଥିଲେ। ବୈଠକରେ ଅତିରିକ୍ତ ଜିଲାପାଳ(ସାଧାରଣ) ରମେଶ ଚନ୍ଦ୍ର ସେଠୀ, ଅତିରିକ୍ତ ଜିଲାପାଳ(ରାଜସ୍ବ) ଉଦୟ କୁମାର ମହାପାତ୍ର, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାଶ, ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ, ସଦର ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତନ୍ମୟ କୁମାର ଦରୱାନ ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri