୨୭ରୁ ମିନି ମହୋତ୍ସବ, ପଲ୍ଲିଶ୍ରୀ ମେଳା

ଢେଙ୍କାନାଳ ଅଫିସ,୧୭ା୧: ବିଶ୍ୱକପ୍‌ ହକି ଉପଲକ୍ଷେ ସମଗ୍ର ଓଡ଼ିଶା ଉତ୍ସବ ମୁଖର ହୋଇପଡ଼ିଥିବା ବେଳେ ଢେଙ୍କାନାଳ ଜିଲାରେ ମଧ୍ୟ ମେଳା ମହୋତ୍ସବର ଆୟୋଜନ ହୋଇଛି। ଆସନ୍ତା ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ମିନି ଷ୍ଟାଡିୟମ ଓ ମୁଖ୍ୟ ଷ୍ଟାଡିୟମରେ ସାଂସ୍କୃତିକ ତଥା ମିନି ମହୋତ୍ସବ ଏବଂ ପଲ୍ଲିଶ୍ରୀ ମେଳା ଅନୁଷ୍ଟିତ ହେବ। ଏହି ଉତ୍ସବରେ ଜିଲା, ରାଜ୍ୟ ତଥା ଜାତୀୟସ୍ତରରେ କ୍ରୀଡ଼ା, କଳା ସଂସ୍କୃତି କ୍ଷେତ୍ରରେ ପାରଦର୍ଶିତା ହାସଲ କରିଥିବା ବ୍ୟକ୍ତି ବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯିବ। ଏଥିପାଇଁ ଆସନ୍ତା ୨୨ ତାରିଖ ସୁଦ୍ଧା ଜିଲା କ୍ରୀଡ଼ା ଅଧିକାରୀ ଓ ଜିଲା ସଂସ୍କୃତି ଅଧିକାରୀଙ୍କ ନିକଟରେ ଯୋଗ୍ୟ ବ୍ୟକ୍ତିମାନେ ଆବେଦନ କରିବା ପାଇଁ ସୋମବାର ପ୍ରଶାସନ ପକ୍ଷରୁ ଆୟୋଜିତ ପ୍ରସ୍ତୁତି ବୈଠକରେ ଜଣାଇ ଦିଆଯାଇଥିଲା। ସେହିପରି ଜିଲାର କ୍ରୀଡ଼ା ଓ ସାଂସ୍କୃତିକ କାର୍ଯ୍ୟକ୍ରମକୁ ନେଇ ଏକ ସ୍ମରଣିକା ପ୍ରକାଶ ପାଇବ। ଢେଙ୍କାନାଳ ସମେତ ଅନ୍ୟ ଜିଲାର ସ୍ବୟଂ ସହାୟକ ଗୋଷ୍ଠୀ ଓ ବିଭିନ୍ନ ପ୍ରମୁଖ ବିଭାଗକୁ ନେଇ ପ୍ରାୟ ୬୦ଟି ଷ୍ଟଲ ସହିତ ଏକ ଫୁଡଷ୍ଟଲ ମଧ୍ୟ ଖୋଲାଯିବ।
ଅପରାହ୍ନ ସାଢେ ୩ଟାରେ ଅନୁଷ୍ଠିତ ଏହି ପ୍ରସ୍ତୁତି ବୈଠକରେ ଅଧ୍ୟକ୍ଷତା କରି ଜିଲାପାଳ ସରୋଜ କୁମାର ସେଠୀ ସାଂସ୍କୃତିକ ଓ ପଲ୍ଲିଶ୍ରୀ ମେଳାକୁ ସରସ ସୁନ୍ଦର କରିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ଉତ୍ସବ ପାଳନକୁ ଅଧିକ ଶୃଙ୍ଖଳିତ କରିବା ପାଇଁ ସ୍ଥାନୀୟ ମହାବିଦ୍ୟାଳୟର ସ୍ବେଚ୍ଛାସେବୀ ଛାତ୍ରୀଛାତ୍ରଙ୍କ ସହଯୋଗ ନିଆଯିବ। ପ୍ରାରମ୍ଭରେ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ପ୍ରସ୍ତୁତ ଏଜେଣ୍ଡାରେ ଏହାକୁ ଢେଙ୍କାନାଳ ଜିଲା ମହୋତ୍ସବ ଲେଖା ଯାଇଥିଲା। ହେଲେ ଜିଲା ସଂସ୍କୃତି ପରିଷଦ ଗଠନ ହୋଇ ନ ଥିବା ବେଳେ କିଭଳି ଜିଲା ମହୋତ୍ସବ ଆୟୋଜିତ ହେଉଛି ବୋଲି କେତୋଟି ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନର କର୍ମକର୍ତ୍ତାମାନେ ଦୃଷ୍ଟି ଆକର୍ଷଣ କରିଥିଲେ। ଏଥିସହିତ ସରକାରୀ ସ୍ତରରେ ବିଶେଷକରି ଜିଲା ସଂସ୍କୃତି ବିଭାଗ ପକ୍ଷରୁ ଅନୁଷ୍ଠିତ ହେଉଥିବା ବିଭିନ୍ନ ସାଂସ୍କୃତିକ ଉତ୍ସବରେ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ସହିତ ଜଡିତ ବ୍ୟକ୍ତି ବିଶେଷଙ୍କୁ ବିଭାଗ ପକ୍ଷରୁ ଡକାଯାଉନାହିଁ ବୋଲି ଅଭିଯୋଗ କରିଥିଲେ। ଏ ସଂକ୍ରାନ୍ତରେ ଜିଲାପାଳ କହିଥିଲେ, ହକି ବିଶ୍ୱକପ୍‌ ଉପଲକ୍ଷେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ଏହି ମିନି ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ଅନୁଷ୍ଠିତ ହେଉଛି। ପରର୍ତ୍ତୀ ସମୟରେ ଜିଲାବାସୀ ଯେବେ ଚାହିଁବେ ସେତେବେଳେ ଢେଙ୍କାନାଳ ମହୋତ୍ସବ ବଡ ଧରଣର ଅନୁଷ୍ଠିତ ହେବ। ଯେହେତୁ ଏହି ସାଂସ୍କୃତିକ କାର୍ଯ୍ୟକ୍ରମ ହକି ବିଶ୍ୱକପ୍‌କୁ ନେଇ ହେଉଛି, ଏଥିରେ ସମସ୍ତେ ସହଯୋଗ କରିବା ପାଇଁ ଜିଲାପାଳ ଅନୁରୋଧ କରିଥିଲେ। ଏହାପରେ ଉତ୍ସବ ପାଇଁ ବିଭିନ୍ନ କମିଟି ଗଠନ କରାଯାଇଥିଲା। ସେହିପରି ସାଂସ୍କୃତିକ ଉତ୍ସବ ଓ ପଲ୍ଲିଶ୍ରୀ ମେଳା ସମୟରେ ଶାନ୍ତିଶୃଙ୍ଖଳା ରକ୍ଷା ଓ ଟ୍ରାଫିକ ନିୟନ୍ତ୍ରଣକୁ ଅଧିକ ଗୁରୁତ୍ୱ ଦିଆଯିବ ବୋଲି ଏସ୍‌ପି ଜ୍ଞାନ ରଞ୍ଜନ ମହାପାତ୍ର କହିଥିଲେ। ଜିଲା ସଂସ୍କୃତି ଅଧିକାରୀ ପ୍ରିୟମ୍ବଦା ବେହେରା ମିନି ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ସମ୍ପର୍କରେ ସୂଚନା ଦେଇଥିଲେ। ବୈଠକରେ ଅତିରିକ୍ତ ଜିଲାପାଳ(ସାଧାରଣ) ରମେଶ ଚନ୍ଦ୍ର ସେଠୀ, ଅତିରିକ୍ତ ଜିଲାପାଳ(ରାଜସ୍ବ) ଉଦୟ କୁମାର ମହାପାତ୍ର, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାଶ, ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ, ସଦର ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତନ୍ମୟ କୁମାର ଦରୱାନ ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?