Posted inଜାତୀୟ

ବଡ଼ ଜାଲିଆତିର ଖୁଲାସା: ଗାଁରେ ଜନସଂଖ୍ୟା ୧୫୦୦, ତିନି ମାସରେ ୨୭,୦୦୦ ଶିଶୁ ଜନ୍ମ!

ମୁମ୍ବାଇ,୧୮ା୧୨: ମହାରାଷ୍ଟ୍ରର ଏକ ଛୋଟ ଗାଁରେ ଏପରି ଏକ ଘଟଣା ଘଟିଛି, ଯାହା ପ୍ରଶାସନର ନିଦ ହଜାଇ ଦେଇଛି। ୟବତମାଲ ଜିଲାର ଆର୍ନି ତହସିଲ ଅନ୍ତର୍ଗତ ଶେନ୍ଦୁରୁସାନି ଗ୍ରାମ ପଞ୍ଚାୟତରେ ମାତ୍ର ୩ ମାସ ମଧ୍ୟରେ ୨୭,୩୯୭ ଜନ୍ମ ପଞ୍ଜିକରଣ କରାଯାଇଥିବା ଜଣାପଡ଼ିଛି। ଆଶ୍ଚର୍ଯ୍ୟର କଥା ହେଉଛି, ଏହି ଗ୍ରାମର ମୋଟ ଜନସଂଖ୍ୟା ମାତ୍ର ୧,୫୦୦।

୨୦୨୫ ସେପ୍ଟେମ୍ବରରୁ ନଭେମ୍ବର ମଧ୍ୟରେ ଜନ୍ମ ଓ ମୃତ୍ୟୁ ପଞ୍ଜିକରଣ ଯାଞ୍ଚ ପାଇଁ ଏକ ସ୍ୱତନ୍ତ୍ର ଅଭିଯାନ ଚାଲିଥିବା ବେଳେ ଏହି ଅନିୟମିତତା ସାମ୍ନାକୁ ଆସିଥିଲା। ପରେ ଜଣାପଡ଼ିଥିଲା ଯେ, ଏହା ଏକ ବଡ଼ ଧରଣର ସାଇବର ଅପରାଧ ଯେଉଁଥିରେ ସରକାରୀ ପୋର୍ଟାଲକୁ ହ୍ୟାକ୍ କରାଯାଇଛି।

ଗ୍ରାମ ପଞ୍ଚାୟତର ‘ସିଭିଲ୍ ରେଜିଷ୍ଟ୍ରେସନ ସିଷ୍ଟମ’ର ଲଗ୍-ଇନ୍ ଆଇଡି (ID) କୁ ଅପବ୍ୟବହାର କରାଯାଇ ମୁମ୍ବାଇରୁ ଏହି ପଞ୍ଜିକରଣ କରାଯାଇଛି। ଭାଜପା ନେତା କିରିଟ ସୋମାୟାଙ୍କ ଅନୁଯାୟୀ, ପଞ୍ଜିକୃତ ହୋଇଥିବା ନାମଗୁଡ଼ିକ ମଧ୍ୟରୁ ୯୯% ପଶ୍ଚିମବଙ୍ଗ ଏବଂ ଉତ୍ତରପ୍ରଦେଶର ଲୋକଙ୍କ ନାମରେ ରହିଛି। ଘଟଣା ସାମ୍ନାକୁ ଆସିବା ପରେ ଜିଲା ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ମନ୍ଦାର ପାଟକୀ ଏକ ଉଚ୍ଚସ୍ତରୀୟ ତଦନ୍ତ କମିଟି ଗଠନ କରିଛନ୍ତି।

ଏତେ ବଡ଼ ସଂଖ୍ୟାରେ ନକଲି ଜନ୍ମ ପ୍ରମାଣପତ୍ର ପ୍ରସ୍ତୁତ କରିବା ପଛରେ କୌଣସି ବଡ଼ ଧରଣର ପରିଚୟ ପ୍ରମାଣ ଜାଲିଆତି କିମ୍ବା ସରକାରୀ ଯୋଜନାର ଅନୁଚିତ ଲାଭ ଉଠାଇବା ପାଇଁ ଉଦ୍ୟମ କରାଯାଇଥିବା ସନ୍ଦେହ କରାଯାଉଛି।

ଏହି ଘଟଣା ପରେ ୟବତମାଲ ପୋଲିସ ଭାରତୀୟ ନ୍ୟାୟ ସଂହିତା ଏବଂ ଆଇଟି ଆକ୍ଟ ଅନୁଯାୟୀ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି। ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍‌ଙ୍କୁ ଭେଟି ସମସ୍ତ ନକଲି ପ୍ରମାଣପତ୍ର ରଦ୍ଦ କରିବାକୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

୩୬ ଘଣ୍ଟାରେ ଜ୍ଞାନେଶ କୁମାରଙ୍କୁ ୩ ବଡ଼ ଆଶ୍ୱସ୍ତି, ନୀରବ ରହି ମଜବୁତ କଲେ ନିଜ ସ୍ଥିତି

ନୂଆଦିଲ୍ଲୀ,୨୮।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଗତ କିଛି ଦିନ ହେବ ରାଜନୀତି ସରଗରମ ରହିଛି। ସେପ୍ଟେମ୍ବର ୨୩ରେ ପ୍ରକାଶିତ ଏକ ରିପୋର୍ଟରେ…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?