ପୁଣି କେନ୍ଦ୍ରକୁ ଚିଠ: ଆସିଲା ୨ଲକ୍ଷ ୭୧ହଜାର ଡୋଜ୍‌ ଟିକା

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଓଡ଼ିଶାକୁ ସ୍ବଳ୍ପ ଓ ଅନିୟମିତ ଭାବେ କୋଭିଡ୍‌-୧୯ ଟିକା ଯୋଗାଣ ଯୋଗୁ ରାଜ୍ୟରେ ଟିକାକରଣ କାର୍ଯ୍ୟ ବାଧାପ୍ରାପ୍ତ ହେଉଛି। ତେଣୁ ଟିକା ଦେବା ପାଇଁ ପୁଣି କେନ୍ଦ୍ରକୁ ଚିଠି ଲେଖିଲେ ରାଜ୍ୟ ସରକାର। ସୋମବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କୁ ଚିଠି ଲେଖିଛନ୍ତି। ଏପ୍ରିଲ ୩ ଗୋଟିଏ ଦିନରେ ରାଜ୍ୟରେ ୧୪୭୬ ଟିକାକରଣ କେନ୍ଦ୍ରରେ ୨,୭୧,୪୮୦ ଜଣ ହିତାଧିକାରୀ ଟିକା ନେଇଥିଲେ। ଏହାପରଠାରୁ ଟିକା ଯୋଗାଣରେ ଅନିୟମିତତା ଯୋଗୁ ରାଜ୍ୟ ହାରାହାରି ଅଧା ଅର୍ଥାତ୍‌ ପ୍ରାୟ ୭୦୦ ଟିକାକରଣ କେନ୍ଦ୍ର ବନ୍ଦ କରିବାକୁ ବାଧ୍ୟ ହୋଇଛି। ଦୈନିକ ୩ ଲକ୍ଷ ଟିକା ଦେବାର କ୍ଷମତା ରହିଥିଲେ ମଧ୍ୟ ଏବେ ଏହି ସଂଖ୍ୟା ୧ ଲକ୍ଷକୁ ଖସିଆସିଛି। ଏଭଳି ପରିସ୍ଥିତିରେ ଆମ ପକ୍ଷରେ ‘ଟିକାଦାନ ଉତ୍ସବ’କୁ ଠିକ୍‌ ଭାବେ ପାଳନ କରିବା ସମ୍ଭବ ହେଉ ନାହିଁ। ତେଣୁ ଅତ୍ୟନ୍ତପକ୍ଷେ ୧୦ ଦିନ ପାଇଁ ୨୫ ଲକ୍ଷ ଡୋଜ୍‌ କୋଭିଶିଲ୍ଡ ଟିକା ଯୋଗାଇଦେବାକୁ ଅନୁରୋଧ କରିଛନ୍ତି। ଓଡ଼ିଶାର ବାରମ୍ବାର ଦାବି ଓ ଚିଠି ପରେ ବି ଆବଶ୍ୟକ ପରିମାଣର ଟିକା ପଠାଉନି କେନ୍ଦ୍ର। ଏକ୍ଷେତ୍ରରେ ପାତର ଅନ୍ତର କରାଯାଉଥିବା ମଧ୍ୟ କେନ୍ଦ୍ରକୁ ଅବଗତ କରାଯାଇଥିଲା। ଏହାପରେ ଶନିବାର ରାଜ୍ୟକୁ ୨.୫ଲକ୍ଷ ଟିକା ଆସିଥିବାବେଳେ ସୋମବାର ଆଉ ୨ଲକ୍ଷ ୭୧ହଜାର ଡୋଜ୍‌ କୋଭିଶିଲ୍ଡ ଟିକା ଆସି ପହଞ୍ଚତ୍ଥିବା ସୂଚନା ମିଳିଛି। ସେପଟେ ରବିବାରଠାରୁ ଟିକା ଉତ୍ସବ ଚାଲିଥିବାବେଳେ ଟିକା ଅଭାବରୁ ଅଧିକାଂଶ କେନ୍ଦ୍ର ବନ୍ଦ ରହିଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ କହିଛନ୍ତି, ରାଜ୍ୟରେ ୭୦୦ ଟିକା କେନ୍ଦ୍ର ବନ୍ଦ ରହିଛି। ୭୭୫ଟି ଟିକା କେନ୍ଦ୍ରରେ ଟିକାକରଣ ଚାଲିଛି। ସୋମବାର ଗଞ୍ଜାମ, କେନ୍ଦୁଝର, ସୁନ୍ଦରଗଡ଼, କୋରାପୁଟ, ଖୋର୍ଦ୍ଧା, ଭୁବନେଶ୍ୱରର ୱାର୍କ ପ୍ଲେସରେ ଟିକା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri