ଓଡ଼ିଶାରେ ଏନ୍‌ଏଲ୍‌ସି ଇଣ୍ଡିଆର ୨୭,୨୧୨ କୋଟି ନିବେଶ

ଭୁବନେଶ୍ୱର,୩।୨: ଏନ୍‌ଏଲ୍‌ସି ଇଣ୍ଡିଆ ଲିମିଟେଡ୍‌ର ୨୪୦୦ ମେଗାୱାଟ୍‌ କ୍ଷମତା ବିଶିଷ୍ଟ ତାପଜ ବିଦ୍ୟୁତ୍‌ କେନ୍ଦ୍ରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଆନୁଷ୍ଠାନିକ ଭାବେ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ବୋଲି କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ଏ ନେଇ ଶୁକ୍ରବାର ସମ୍ବଲପୁରଠାରେ ଏକ ଖବରଦାତା ସମ୍ମିଳନୀ କରାଯାଇଥିଲା। ଉଲ୍ଲେଖଯୋଗ୍ୟ, ଏନ୍‌ଏଲ୍‌ସି ଇଣ୍ଡିଆ ଲିମିଟେଡ୍‌ ଓଡ଼ିଶାର ଝାରସୁଗୁଡ଼ା ଜିଲା ଅଧୀନ ତାଲାବିରାଠାରେ ପ୍ରାୟ ୨୭,୨୧୨ କୋଟି ଟଙ୍କା ପୁଞ୍ଜି ବିନିଯୋଗରେ ମୋଟ ୨୪୦୦ ମେଗାୱାଟ୍‌ କୋଇଲା ଆଧାରିତ ଅଲ୍‌ଟ୍ରା ସୁପର କ୍ରିଟିକାଲ ପିଟ୍‌ ହେଡ୍‌ ଥର୍ମାଲ ପାଓ୍ବାର ପ୍ରୋଜେକ୍ଟ ସ୍ଥାପନ କରୁଛି। ସେହିଭଳି ୨ୟ ପର୍ଯ୍ୟାୟରେ କମ୍ପାନୀ ପ୍ରାୟ ୮୦୦୦ କୋଟିରୁ ଅଧିକ ଟଙ୍କା ବିନିଯୋଗ ସହିତ ୮୦୦ ମେଗାୱାଟ୍‌ ତାପଜ ବିଦ୍ୟୁତ୍‌ କେନ୍ଦ୍ରର ପ୍ରତିଷ୍ଠା ପାଇଁ ମଧ୍ୟ ଯୋଜନା କରୁଛି। ବିଶେଷକରି ଏକ ପିଟ୍‌ ହେଡ୍‌ ପ୍ରକଳ୍ପ ପାଇଁ ଏନ୍‌ଏଲ୍‌ସି ଇଣ୍ଡିଆ ଲିମିଟେଡ୍‌ର ନିକଟବର୍ତ୍ତୀ ତଲାବିରା-୨ ଏବଂ-୩ ଖଣିରୁ ଏହି ୟୁନିଟ୍‌ ପାଇଁ କୋଇଲା ଯୋଗାଣ କରାଯିବ। ଇକୋ-ଫ୍ରେଣ୍ଡଲି କନଭେୟର ସିଷ୍ଟମ ମାଧ୍ୟମରେ ସଡ଼କ ଏବଂ ରେଳ ପରିବହନ ପାଇଁ କୌଣସି ଖର୍ଚ୍ଚକୁ ସାମିଲ ନ କରି ଏହି ପ୍ରକଳ୍ପ ଦ୍ୱାରା ଦେଶର ସମସ୍ତ ତାପଜ ବିଦ୍ୟୁତ୍‌୍‌ କେନ୍ଦ୍ର ମଧ୍ୟରେ ସବୁଠାର ଶସ୍ତା ଦରରେ ବିଦ୍ୟୁତ୍‌ ଯୋଗାଣ ହୋଇପାରିବ। ଏହି ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟରେ ଓଡ଼ିଶା ଏବଂ ଅନ୍ୟ ଦକ୍ଷିଣ ହିତାଧିକାରୀ ରାଜ୍ୟଗୁଡ଼ିକୁ ୧୭୮୭କୋଟି ୟୁନିଟ୍‌ ବିଜୁଳି ଯୋଗାଇଦେବ ଓ ଏହି ପ୍ରକଳ୍ପ ଉଭୟ ଷ୍ଟେଶନର ନିର୍ମାଣ ଏବଂ ପରିଚାଳନା ପର୍ଯ୍ୟୟରେ ବିପୁଳ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ଏହି ପ୍ରକଳ୍ପ ଦ୍ୱାରା ଅନେକ ପରୋକ୍ଷ ନିଯୁକ୍ତି ସୁଯୋଗ ମଧ୍ୟ ସୃଷ୍ଟି ହେବ। ଏହି ପ୍ରକଳ୍ପ ସମ୍ପୃକ୍ତ ଅଞ୍ଚଳର ଲୋକଙ୍କ ଜୀବନରେ ପରିବର୍ତ୍ତନ ଆଣିବ ଏବଂ ସାମାଜିକ-ଅର୍ଥନୈତିକ ବିକାଶକୁ ଯଥେଷ୍ଟ ପ୍ରୋତ୍ସାହନ ଦେବ। ଏହି ପ୍ରକଳ୍ପ ସ୍ବଦେଶୀ ଉପକରଣ ସହ ଆତ୍ମନିର୍ଭର ଭାରତର ଏକ ସ୍ଥାୟୀ ଉଦାହରଣ ଏବଂ ଏହାର ଅନ୍ତର୍ନିହିତ ଲାଭ ହେତୁ ମିଶନ ମୋଡ୍‌ରେ ଅଧିକ ପିଟ୍‌ ହେଡ୍‌ ଥର୍ମାଲ ପାୱାର ଷ୍ଟେଶନ ପ୍ରତିଷ୍ଠା କରିବାରେ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣକୁ ପୂରଣ କରିବାର ଏକ ଉପଯୁକ୍ତ ଉଦାହରଣ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଗ୍ରହଙ୍କ ଖାସ୍‌ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…

୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ।…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri