ଓଡ଼ିଶାକୁ ୨୭୨୫ କୋଟି ଋଣ ଉଠାଣ ଅନୁମତି

ଭୁବନେଶ୍ୱର,୮ା୪(ବ୍ୟୁରୋ): ବିଦ୍ୟୁତ୍‌ ସଂସ୍କାର ପାଇଁ ଓଡ଼ିଶାକୁ ୨୭୨୫ କୋଟି ଟଙ୍କାର ଋଣ ଉଠାଣ ନିମନ୍ତେ ମଞ୍ଜୁରୀ ମିଳିଛି । ଓଡ଼ିଶା ସମେତ ଦେଶର ୧୦ଟି ରାଜ୍ୟକୁ ୨୦୨୧-୨୨ ଆର୍ଥିକ ବର୍ଷରେ ବିଦ୍ୟୁତ୍‌ କ୍ଷେତ୍ରରେ ସଂସ୍କାର ପାଇଁ ଅର୍ଥ ମନ୍ତ୍ରଣାଳୟ ବ୍ୟୟ ବିଭାଗ ପକ୍ଷରୁ ଅତିରିକ୍ତ ୨୮ ହଜାର ୨୦୪ କୋଟି ଟଙ୍କାର ଋଣ ଉଠାଣ ପାଇଁ ଅନୁମତି ଦିଆଯାଇଛି । ବିଦ୍ୟୁତ୍‌ କ୍ଷେତ୍ରରେ ବିଭିନ୍ନ ରାଜ୍ୟଗୁଡ଼ିକ ପକ୍ଷରୁ କରାଯାଇଥିବା ସଂସ୍କାରକୁ ଆଧାର କରି ୨୦୨୧-୨୨ ଆର୍ଥିକ ବର୍ଷରୁ ୨୦୨୪-୨୫ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ପ୍ରତି ବର୍ଷ ରାଜ୍ୟ ଜିଡିପିର ୦.୫ ପ୍ରତିଶତ ଅତିରିକ୍ତ ଋଣ ଉଠାଣ ନିମନ୍ତେ ଅନୁମତି ଦେବା ଲାଗି ଅର୍ଥ ମନ୍ତ୍ରଣାଳୟ ନିଷ୍ପତ୍ତି ନେଇଥିଲା। ପଞ୍ଚଦଶ ଅର୍ଥ ଆୟୋଗଙ୍କ ସୁପାରିସକୁ ଆଧାର କରି ଏହି ମଞ୍ଜୁରୀ ଦେବାକୁ ମନ୍ତ୍ରଣାଳୟ ନିଷ୍ପତ୍ତି ଗ୍ରହଣ କରିଥିଲା। କେନ୍ଦ୍ର ଅର୍ଥମନ୍ତ୍ରୀ ୨୦୨୧-୨୨ ବଜେଟ ଭାଷଣରେ ଏ ସମ୍ପର୍କରେ ଘୋଷଣା କରିଥିଲେ। ବିଦ୍ୟୁତ୍‌ କ୍ଷେତ୍ରରେ ପରିଚାଳନା ଏବଂ ଆର୍ଥିକ ଦକ୍ଷତାରେ ସୁଧାର ଆଣିବା ସହିତ ବିଦ୍ୟୁତ୍‌ ବ୍ୟବହାର କ୍ଷେତ୍ରରେ ଦୀର୍ଘସ୍ଥାୟୀ ବୃଦ୍ଧିକୁ ପ୍ରୋତ୍ସାହିତ କରିବା ଲାଗି ଅତିରିକ୍ତ ଆର୍ଥିକ ପ୍ରୋତ୍ସାହନ ସକାଶେ ଅନୁମତି ଦେବାକୁ ଲକ୍ଷ୍ୟ ରଖାଯାଇଛି । ବିଦ୍ୟୁତ୍‌ କ୍ଷେତ୍ରରେ ସଂସ୍କାର କାର୍ଯ୍ୟକାରୀ କରୁଥିବା ରାଜ୍ୟଗୁଡ଼ିକୁ ଅତିରିକ୍ତ ଋଣ ଉଠାଣ ନିମନ୍ତେ ଅନୁମତି ଦିଆଯିବାର ବ୍ୟବସ୍ଥା କରାଯାଇଛି। ଏଥିପାଇଁ ୨୦୨୧ ଜୁନ୍‌ ୯ରେ ଅର୍ଥ ମନ୍ତ୍ରଣାଳୟ ବ୍ୟୟ ବିଭାଗ ପକ୍ଷରୁ ଆବଶ୍ୟକ ବିସ୍ତୃତ ମାର୍ଗଦର୍ଶିକା ଏବଂ ନିୟମାବଳୀ ଜାରି କରାଯାଇଥିଲା। ଅତିରିକ୍ତ ଋଣ ଉଠାଣ ନିମନ୍ତେ ବିଦ୍ୟୁତ୍‌ କ୍ଷେତ୍ରରେ ରାଜ୍ୟ ସରକାରମାନଙ୍କୁ ବାଧ୍ୟତାମୂଳକ ସଂସ୍କାର କାର୍ଯ୍ୟକାରୀ କରିବାକୁ ହେବ ଏବଂ ନିର୍ଦ୍ଧାରିତ ପ୍ରଦର୍ଶନ ବେଞ୍ଚମାର୍କ ପ୍ରସ୍ତୁତ କରିବାକୁ ପଡ଼ିବ । ବିଦ୍ୟୁତ୍‌ ବିତରଣ କମ୍ପାନୀର ଘରୋଇକରଣ ପାଇଁ ରାଜ୍ୟଗୁଡ଼ିକ ବୋନସ ପ୍ରୋତ୍ସାହନ ପାଇବା ଲାଗି ଯୋଗ୍ୟ ହୋଇପାରିବେ। ରାଜ୍ୟମାନଙ୍କର ପ୍ରଦର୍ଶନ ଏବଂ ଅତିରିକ୍ତ ଋଣ ଉଠାଣ ଅନୁମତି ପାଇଁ ଯୋଗ୍ୟତା ଆକଳନ କରିବା ଲାଗି ଶକ୍ତି ମନ୍ତ୍ରଣାଳୟକୁ ନୋଡାଲ ମନ୍ତ୍ରଣାଳୟ ଭାବେ ନିୟୋଜିତ କରାଯାଇଛି । ୨୦୨୨-୨୩ ଆର୍ଥିକ ବର୍ଷରେ ମଧ୍ୟ ରାଜ୍ୟଗୁଡ଼ିକ ବିଦ୍ୟୁତ୍‌ କ୍ଷେତ୍ରରେ ସଂସ୍କାର ସହ ଜଡ଼ିତ ଅତିରିକ୍ତ ଋଣ ଉଠାଣ ସୁବିଧାର ଲାଭ ନେଇପାରିବେ। ଏଥିପାଇଁ ୨୦୨୨-୨୩ ଆର୍ଥିକ ବର୍ଷରେ ୧,୨୨,୫୫୧ କୋଟି ଟଙ୍କାର ଆର୍ଥିକ ପ୍ରୋତ୍ସାହନ ରାଶି ଉପଲବ୍ଧ ରହିଛି । ୨୦୨୧-୨୨ ଆର୍ଥିକ ବର୍ଷରେ ସଂସ୍କାର ପ୍ରକ୍ରିୟା ସମ୍ପୂର୍ଣ୍ଣ କରିପାରି ନ ଥିବା ରାଜ୍ୟଗୁଡ଼ିକ ଚଳିତ ଆର୍ଥିକ ବର୍ଷରେ ସଂସ୍କାର କାର୍ଯ୍ୟକାରୀ କରିପାରିଲେ ୨୦୨୨-୨୩ ଆର୍ଥିକ ବର୍ଷରେ ବ୍ୟବସ୍ଥା ହୋଇଥିବା ଅତିରିକ୍ତ ଋଣ ଉଠାଣର ଲାଭ ନେଇପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ ଲାଲ ହେଲା ଭେନେଜୁଏଲାର ଆକାଶ, Video ଦେଖି ଚମକି ପଡ଼ିଲେ ଭୂକମ୍ପରୁ ଉଠିଥିବା ଲୋକେ

କାରାକାସ୍‌,୨।୭: ଭେନେଜୁଏଲାର ରାଜଧାନୀ କାରାକାସରେ ସମ୍ପ୍ରତି ଦେଖାଯାଇଥିବା ଏକ ଦୃଶ୍ୟ ଲୋକମାନଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲା। ଭୂମିକମ୍ପର ଧ୍ୱଂସଲୀଳାରେ ପୂର୍ବରୁ ସ୍ତବ୍ଧ ଥିବା ସହର ଉପରର ସମଗ୍ର ଆକାଶ…

ନିର୍ବାଚନ ଲଢ଼ିବେ ପ୍ରଶାନ୍ତ କିଶୋର? ଉପନିର୍ବାଚନ ଘୋଷଣା ପରେ ଜୋର ଧରିଛି ଚର୍ଚ୍ଚା

ପାଟନା,୨।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଘୋଷଣା କରାଯାଇଛି। ଏହି ଆସନ ପାଇଁ ଭୋଟ ଜୁଲାଇ ୩୦ ରେ ହେବ ଏବଂ ଭୋଟ ଗଣତି…

ଦୁଇଟି ଦେଶ ଦେଇ ଗତି କରିବ ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ଶୋଭାଯାତ୍ରା; ତାଙ୍କୁ କେଉଁଠାରେ କବର ଦିଆଯିବ ଜାଣନ୍ତୁ

ତେହରାନ,୨।୭: ଇରାନର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପାଇଁ ରାଜ୍ୟସ୍ତରୀୟ ଅନ୍ତିମ ସଂସ୍କାର ଜୁଲାଇ ୪ ରେ ଆରମ୍ଭ ହେବ ଏବଂ ତାଙ୍କୁ ୯…

ଇସ୍ରୋ ମୁଖ୍ୟାଳୟ ଉଡାଇ ଦେବାକୁ ଆସିଲା ଧମକ: ତଦନ୍ତ ଆରମ୍ଭ

ବେଙ୍ଗାଲୁରୁ,୨।୭: ବେଙ୍ଗାଲୁରୁରେ ଥିବା ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ମୁଖ୍ୟାଳୟ ଉଡାଇଦେବାକୁ ଧମକ ମିଳିଛି। ଇସ୍ରୋ ମୁଖ୍ୟାଳୟକୁ ଇମେଲ ମାଧ୍ୟମରେ ଏହି ବୋମା ଧମକ ମିଳିଛି। ଏହାପରେ…

ପ୍ୟାଣ୍ଟ କାଢି…ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୨।୭: ପୂର୍ବତନ ଭାରତୀୟ କ୍ରିକେଟର ରବି ଶାସ୍ତ୍ରୀ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ୧୫ ବର୍ଷୀୟ ବ୍ୟାଟସମ୍ୟାନ ବୈଭବଙ୍କୁ ଆୟରଲାଣ୍ଡ ଗସ୍ତରେ ଡେବ୍ୟୁ…

ଆନ୍ଦୋଳନରେ ଡାକ୍ତର, ହଇରାଣ ହେଉଛନ୍ତି ଗରିବ ରୋଗୀ

ପଦ୍ମପୁର,୨ା୭(ପ୍ରଦୀପ୍ତ ଦାଶ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

‘ଅଦୃଶ୍ୟ ସହ ବିପଜ୍ଜନକ’: ଆଇନଗତ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା(AI)ର ବ୍ୟବହାର ବିରୁଦ୍ଧରେ ଚେତାବନୀ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୭: ନ୍ୟାୟିକ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା (AI) ବ୍ୟବହାର ସମ୍ପର୍କରେ ସୁପ୍ରିମକୋର୍ଟ ଗମ୍ଭୀର ଚିନ୍ତା ପ୍ରକାଶ କରିଛନ୍ତି। ନ୍ୟାୟାଳୟ ଜାତୀୟ କମ୍ପାନୀ ଆଇନ ଟ୍ରିବ୍ୟୁନାଲ (NCLT) ଏବଂ…

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ । ବିଇଓ ଗୁରୁବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri