ଓଡ଼ିଶାକୁ ୨୭୨୫ କୋଟି ଋଣ ଉଠାଣ ଅନୁମତି

ଭୁବନେଶ୍ୱର,୮ା୪(ବ୍ୟୁରୋ): ବିଦ୍ୟୁତ୍‌ ସଂସ୍କାର ପାଇଁ ଓଡ଼ିଶାକୁ ୨୭୨୫ କୋଟି ଟଙ୍କାର ଋଣ ଉଠାଣ ନିମନ୍ତେ ମଞ୍ଜୁରୀ ମିଳିଛି । ଓଡ଼ିଶା ସମେତ ଦେଶର ୧୦ଟି ରାଜ୍ୟକୁ ୨୦୨୧-୨୨ ଆର୍ଥିକ ବର୍ଷରେ ବିଦ୍ୟୁତ୍‌ କ୍ଷେତ୍ରରେ ସଂସ୍କାର ପାଇଁ ଅର୍ଥ ମନ୍ତ୍ରଣାଳୟ ବ୍ୟୟ ବିଭାଗ ପକ୍ଷରୁ ଅତିରିକ୍ତ ୨୮ ହଜାର ୨୦୪ କୋଟି ଟଙ୍କାର ଋଣ ଉଠାଣ ପାଇଁ ଅନୁମତି ଦିଆଯାଇଛି । ବିଦ୍ୟୁତ୍‌ କ୍ଷେତ୍ରରେ ବିଭିନ୍ନ ରାଜ୍ୟଗୁଡ଼ିକ ପକ୍ଷରୁ କରାଯାଇଥିବା ସଂସ୍କାରକୁ ଆଧାର କରି ୨୦୨୧-୨୨ ଆର୍ଥିକ ବର୍ଷରୁ ୨୦୨୪-୨୫ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ପ୍ରତି ବର୍ଷ ରାଜ୍ୟ ଜିଡିପିର ୦.୫ ପ୍ରତିଶତ ଅତିରିକ୍ତ ଋଣ ଉଠାଣ ନିମନ୍ତେ ଅନୁମତି ଦେବା ଲାଗି ଅର୍ଥ ମନ୍ତ୍ରଣାଳୟ ନିଷ୍ପତ୍ତି ନେଇଥିଲା। ପଞ୍ଚଦଶ ଅର୍ଥ ଆୟୋଗଙ୍କ ସୁପାରିସକୁ ଆଧାର କରି ଏହି ମଞ୍ଜୁରୀ ଦେବାକୁ ମନ୍ତ୍ରଣାଳୟ ନିଷ୍ପତ୍ତି ଗ୍ରହଣ କରିଥିଲା। କେନ୍ଦ୍ର ଅର୍ଥମନ୍ତ୍ରୀ ୨୦୨୧-୨୨ ବଜେଟ ଭାଷଣରେ ଏ ସମ୍ପର୍କରେ ଘୋଷଣା କରିଥିଲେ। ବିଦ୍ୟୁତ୍‌ କ୍ଷେତ୍ରରେ ପରିଚାଳନା ଏବଂ ଆର୍ଥିକ ଦକ୍ଷତାରେ ସୁଧାର ଆଣିବା ସହିତ ବିଦ୍ୟୁତ୍‌ ବ୍ୟବହାର କ୍ଷେତ୍ରରେ ଦୀର୍ଘସ୍ଥାୟୀ ବୃଦ୍ଧିକୁ ପ୍ରୋତ୍ସାହିତ କରିବା ଲାଗି ଅତିରିକ୍ତ ଆର୍ଥିକ ପ୍ରୋତ୍ସାହନ ସକାଶେ ଅନୁମତି ଦେବାକୁ ଲକ୍ଷ୍ୟ ରଖାଯାଇଛି । ବିଦ୍ୟୁତ୍‌ କ୍ଷେତ୍ରରେ ସଂସ୍କାର କାର୍ଯ୍ୟକାରୀ କରୁଥିବା ରାଜ୍ୟଗୁଡ଼ିକୁ ଅତିରିକ୍ତ ଋଣ ଉଠାଣ ନିମନ୍ତେ ଅନୁମତି ଦିଆଯିବାର ବ୍ୟବସ୍ଥା କରାଯାଇଛି। ଏଥିପାଇଁ ୨୦୨୧ ଜୁନ୍‌ ୯ରେ ଅର୍ଥ ମନ୍ତ୍ରଣାଳୟ ବ୍ୟୟ ବିଭାଗ ପକ୍ଷରୁ ଆବଶ୍ୟକ ବିସ୍ତୃତ ମାର୍ଗଦର୍ଶିକା ଏବଂ ନିୟମାବଳୀ ଜାରି କରାଯାଇଥିଲା। ଅତିରିକ୍ତ ଋଣ ଉଠାଣ ନିମନ୍ତେ ବିଦ୍ୟୁତ୍‌ କ୍ଷେତ୍ରରେ ରାଜ୍ୟ ସରକାରମାନଙ୍କୁ ବାଧ୍ୟତାମୂଳକ ସଂସ୍କାର କାର୍ଯ୍ୟକାରୀ କରିବାକୁ ହେବ ଏବଂ ନିର୍ଦ୍ଧାରିତ ପ୍ରଦର୍ଶନ ବେଞ୍ଚମାର୍କ ପ୍ରସ୍ତୁତ କରିବାକୁ ପଡ଼ିବ । ବିଦ୍ୟୁତ୍‌ ବିତରଣ କମ୍ପାନୀର ଘରୋଇକରଣ ପାଇଁ ରାଜ୍ୟଗୁଡ଼ିକ ବୋନସ ପ୍ରୋତ୍ସାହନ ପାଇବା ଲାଗି ଯୋଗ୍ୟ ହୋଇପାରିବେ। ରାଜ୍ୟମାନଙ୍କର ପ୍ରଦର୍ଶନ ଏବଂ ଅତିରିକ୍ତ ଋଣ ଉଠାଣ ଅନୁମତି ପାଇଁ ଯୋଗ୍ୟତା ଆକଳନ କରିବା ଲାଗି ଶକ୍ତି ମନ୍ତ୍ରଣାଳୟକୁ ନୋଡାଲ ମନ୍ତ୍ରଣାଳୟ ଭାବେ ନିୟୋଜିତ କରାଯାଇଛି । ୨୦୨୨-୨୩ ଆର୍ଥିକ ବର୍ଷରେ ମଧ୍ୟ ରାଜ୍ୟଗୁଡ଼ିକ ବିଦ୍ୟୁତ୍‌ କ୍ଷେତ୍ରରେ ସଂସ୍କାର ସହ ଜଡ଼ିତ ଅତିରିକ୍ତ ଋଣ ଉଠାଣ ସୁବିଧାର ଲାଭ ନେଇପାରିବେ। ଏଥିପାଇଁ ୨୦୨୨-୨୩ ଆର୍ଥିକ ବର୍ଷରେ ୧,୨୨,୫୫୧ କୋଟି ଟଙ୍କାର ଆର୍ଥିକ ପ୍ରୋତ୍ସାହନ ରାଶି ଉପଲବ୍ଧ ରହିଛି । ୨୦୨୧-୨୨ ଆର୍ଥିକ ବର୍ଷରେ ସଂସ୍କାର ପ୍ରକ୍ରିୟା ସମ୍ପୂର୍ଣ୍ଣ କରିପାରି ନ ଥିବା ରାଜ୍ୟଗୁଡ଼ିକ ଚଳିତ ଆର୍ଥିକ ବର୍ଷରେ ସଂସ୍କାର କାର୍ଯ୍ୟକାରୀ କରିପାରିଲେ ୨୦୨୨-୨୩ ଆର୍ଥିକ ବର୍ଷରେ ବ୍ୟବସ୍ଥା ହୋଇଥିବା ଅତିରିକ୍ତ ଋଣ ଉଠାଣର ଲାଭ ନେଇପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri