ବେସରକାରୀ କଲେଜରେ ୨୭୪ ଅଧ୍ୟାପକ ନିଯୁକ୍ତ

ଭୁବନେଶ୍ୱର, ୩୧ା୮ (ବ୍ୟୁରୋ): ଉଚ୍ଚଶିକ୍ଷାର ବିକାଶ କରିବା ସହ ଏହାକୁ ଗତିଶୀଳ କରିବା ଦିଗରେ ଶିକ୍ଷକମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଅଧ୍ୟାପକମାନେ ଛାତ୍ରୀଛାତ୍ରମାନଙ୍କୁ କେବଳ ପାଠ୍ୟକ୍ରମ(ସିଲାବସ୍‌)ରେ ସୀମିତ ନ ରଖି ସେମାନଙ୍କୁ ବର୍ତ୍ତମାନ ସମାଜରୁ ଶିକ୍ଷାଲାଭ କରିବା ସହ ବାସ୍ତବ ସାମାଜିକ-ରାଜନୈତିକ ବିଷୟଗୁଡ଼ିକୁ ବୁଝିବା ଦିଗରେ ସହାୟତା କରିବା ଆବଶ୍ୟକ। ଅନୁଦାନପ୍ରାପ୍ତ କଲେଜଗୁଡ଼ିକରେ ନୂତନ ଭାବେ ଯୋଗ ଦେଉଥିବା ୨୭୪ ଅଧ୍ୟାପକମାନଙ୍କୁ ମୁଖ୍ୟମନ୍ତ୍ରୀ ଏଭଳି ପରାମର୍ଶ ଦେଇଛନ୍ତି। ଅଧ୍ୟାପକଙ୍କ ନିଯୁକ୍ତି କାର୍ଯ୍ୟକ୍ରମରେ ଭର୍ଚୁଆଲ ପ୍ଲାଟ୍‌ଫର୍ମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଇଂଲିଶ ଅଧ୍ୟାପକ ଇଂଲିଶ ଭାଷା ଶିକ୍ଷାରେ ଗୁଣବତ୍ତା ଆଣିବାରେ ସହାୟତା କରିବେ। ବିଶ୍ୱରେ ବିଭିନ୍ନ ସମସ୍ୟା ଓ ଅର୍ଥନୀତି ସମ୍ପର୍କରେ ବୁଝିବା ପାଇଁ ଇଂଲିଶ ଭାଷା ଛାତ୍ରୀଛାତ୍ରମାନଙ୍କୁ ସାହାଯ୍ୟ କରିବ। ଉଚ୍ଚଶିକ୍ଷା କ୍ଷେତ୍ରରେ ଓଡ଼ିଶା ଅଗ୍ରଣୀ ଭୂମିକା ଗ୍ରହଣ କରିଛି। ବୈଷୟିକ ଓ ବୃତ୍ତିଗତ ଅନୁଷ୍ଠାନ ପ୍ରତିଷ୍ଠା ହେବା ଦ୍ୱାରା ଓଡ଼ିଶା ଉଚ୍ଚଶିକ୍ଷା ହବ୍‌ରେ ପରିଣତ ହୋଇଛି। ପାରମ୍ପରିକ ଡିଗ୍ରୀ ଶିକ୍ଷା ମଧ୍ୟ ଛାତ୍ରୀଛାତ୍ରମାନଙ୍କୁ ସମାଜ ବିଷୟରେ ବୁଝିବାରେ ସହାୟତା କରିବ। ରାଜ୍ୟ ସରକାର ସର୍ବଦା ଉଚ୍ଚଶିକ୍ଷାର ବିକାଶ ପାଇଁ ଉଦ୍ୟମ ଜାରି ରଖିଛନ୍ତି। ସରକାରୀ ଓ ବେସରକାରୀ କଜେଲଗୁଡ଼ିକରେ ଖାଲି ପଦବୀ ପୂରଣ କରିବା ଦିଗରେ ନିଯୁକ୍ତି ପ୍ରକ୍ରିୟାକୁ ବହୁମାତ୍ରାରେ ତ୍ୱରାନ୍ବିତ କରାଯାଉଛି।
ନୂତନ ଭାବେ ନିଯୁକ୍ତି ପାଇଥିବା ୨୭୪ ଜଣ ଅଧ୍ୟାପକମାନଙ୍କ ମଧ୍ୟରେ ୧୫୬ ଜଣ ଇଂଲିଶ, ୧୧୭ ଜଣ ରାଜନୀତି ବିଜ୍ଞାନ ଓ ଜଣେ ଗଣିତ ଅଧ୍ୟାପକଙ୍କୁ ନିଯୁକ୍ତି ଦିଆଯାଇଛି।
ଏହି କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ, ଉନ୍ନୟନ କମିଶନର ପ୍ରଦୀପ ଜେନା ପ୍ରମୁଖ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ.ପାଣ୍ଡିଆନ ନବନିଯୁକ୍ତ ଅଧ୍ୟାପକଙ୍କ ସହ ଆଲୋଚନା ବେଳେ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ସାଧାରଣ ଜୀବନରେ ସର୍ବଦା ସ୍ବଚ୍ଛତାକୁ ସର୍ବାଧିକ ଗୁରୁତ୍ୱ ଦେଇ ଆସିଛନ୍ତି। ରାଜ୍ୟବାସୀଙ୍କୁ ସେ ନିଜର ପରିବାର ଭାବେ ଚିନ୍ତା କରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ସ୍ବଚ୍ଛ ଓ ମେଧାବୀ ଆଧାରରେ ସୁଯୋଗ ପାଇବା ପ୍ରତ୍ୟେକ ନାଗରିକଙ୍କ ଅଧିକାର। ଉଚ୍ଚଶିକ୍ଷା ସଚିବ ବିଷ୍ଣପଦ ସେଠୀ ସ୍ବାଗତ ଭାଷଣ ଦେଇଥିବା ବେଳେ ଅତିରିକ୍ତ ସଚିବ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri