ଅନୁଗୋଳରେ ୨୭, ୬୨୫ ନୂଆ, ୭, ୭୪୮ ବରିଷ୍ଠ ମତଦାତା

ଅନୁଗୋଳ, ୧୮ା୩ (ଅମିତ କୁମାର ସାମଲ): ଅନୁଗୋଳ ଜିଲାରେ ଥିବା ବିଧାନସଭା ଆସନ ଏବଂ ଢେଙ୍କାନାଳ ଓ ସମ୍ବଲପୁର ଲୋକ ସଭା ଅଧୀନରେ ଆସୁଥିବା ନିର୍ବାଚନମଣ୍ଡଳୀରେ ମେ ୨୫ ତାରିଖରେ ଭୋଟ୍‌ଗ୍ରହଣ କରାଯିବ। ଏ ନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି। ଜିଲାରେ ୮୯୩ଟି ସ୍ଥାନରେ ୧୧୬୨ ବୁଥ୍‌ ସହ ଗୋଟିଏ ଅକ୍‌ଜୁଲାରୀ ବୁଥ୍‌ କରାଯିବ ବୋଲି ଜିଲା ପ୍ରଶାସନ ପକ୍ଷରୁ ରବିବାର ସୂଚନା ପ୍ରଦାନ କରାଯାଇଛି। ଜିଲାରେ ମୋଟ ୯ ଲକ୍ଷ ୭୧ ହଜାର ୮୩୦ ଜଣ ଭୋଟର ରହିଥିବା ବେଳେ ସମାନଙ୍କ ମଧ୍ୟରୁ ୪ ଲକ୍ଷ ୯୯ ହଜାର ୫୭୧ ଜଣ ପୁରୁଷ ଓ ୪ ଲକ୍ଷ ୭୨ ହଜାର ୧୨୩ ଜଣ ମହିଳା ଭୋଟର ଅଛନ୍ତି। ଚଳିତ ନିର୍ବାଚନରେ ୨୭ ହଜାର ୬୨୫ ଜଣ ନୂଆ ମତଦାତା ପ୍ରଥମ କରି ଭୋଟ ଦେବେ। ୭ ହଜାର ୭୪୮ ଜଣ ବରିଷ୍ଠ ନାଗରିକ (୬୦ ବର୍ଷରୁ ଉର୍ଦ୍ଧ୍ୱ) ମଧ୍ୟ ନିଜ ମତଦାନ ସାବ୍ୟସ୍ତ କରିବେ। ଜିଲାରେ ୧୧,୮୩୨ ଭିନ୍ନକ୍ଷମ ଭୋଟର ରହିଥିବାବେଳେ ୧,୧୪୦ ଜଣ ସେନା କିମ୍ବା ଅର୍ଦ୍ଦସାମରିକ ବାହିନୀରେ କାର୍ଯ୍ୟ କରୁଥିବା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଜିଲାରେ ୧୩୬ ଜଣ କିନ୍ନର ଭୋଟର ରହିଛନ୍ତି। ବୟସ୍କ ଓ ଭିନ୍ନକ୍ଷମମାନେ ଚାହିଁଲେ ସେମାନଙ୍କ ମତଦାନ ଘରେ କରିପାରିବେ। ଏ ନେଇ ପୂର୍ବରୁ ଫର୍ମ -୧୨ ପୂରଣ କରିବାକୁ ପଡ଼ିବ। ଯଦି କୌଣସି ଭିନ୍ନକ୍ଷମ ବା ବରିଷ୍ଠ ମତଦାତା ବୁଥ୍‌କୁ ଆସି ମତଦାନ କରିବାକୁ ଚାହିଁବେ, ସେମାନେ କରିପାରିବେ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ଯଦି ସେମାନେ ଫର୍ମ-୧୨ ପୂରଣ କରିଥିବେ ତେବେ ଆଉ ମତଦାନ କେନ୍ଦ୍ରକୁ ଆସି ସେମାନେ ନିଜର ମତଦାନ ସାବ୍ୟସ୍ତ କରିପାରିବେ ନାହିଁ ବୋଲି ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ମହମ୍ମଦ ଅବଦଲ ଅଖତାର ସୂଚନା ଦେଇଛନ୍ତି। ତାଳଚେର ନିର୍ବାଚନ ମଣ୍ଡଳୀର କଣ୍ଢାଳଠାରେ ଥିବା ୯୮ ନମ୍ବର ବୁଥ୍‌ରେ ମତଦାତାଙ୍କ ସଂଖ୍ୟା ୧,୫୦୦ ପାର୍‌ ହେଉଥିବାରୁ ସେଠାରେ ଅକ୍‌ଜୁଲାରୀ ବୁଥ୍‌ (ମତଦାନ କେନ୍ଦ୍ର ପରିସରରେ ହୋଇଥିବା ଅନ୍ୟ ଏକ କୋଠରୀ) କରାଯିବ। ଏଥିସହ ନିର୍ବାଚନ ଶେଷ ହେବା ପରେ ଭୋଟ ଗଣତି ପର୍ଯ୍ୟନ୍ତ ଜିଲାର ୪ଟି ସ୍ଥାନରେ ଇଭିଏମ୍‌ ଗୁଡ଼ିକ କଡ଼ା ସୁରକ୍ଷା ବଳୟରେ ରଖାଯିବ। ପାଲଲହଡ଼ା ନିର୍ବାଚନମଣ୍ଡଳୀର ମାଲ୍ୟଗିରି ମହାବିଦ୍ୟାଳୟରେ ଷ୍ଟ୍ରଙ୍ଗରୁମ୍‌ ଓ ଭୋଟ ଗଣତି କରାଯିବ। ତାଳଚେର ନିର୍ବାଚନମଣ୍ଡଳୀ ପାଇଁ ତାଳଚେର ସ୍ବୟଂଶାସିତ ମହାବିଦ୍ୟାଳୟ, ଅନୁଗୋଳ ଓ ଛେଣ୍ଡିପଦା ନିର୍ବାଚନମଣ୍ଡଳୀ ପାଇଁ ଅନୁଗୋଳ ସରକାରୀ ସ୍ବୟଂ ଶାସିତ ମହାବିଦ୍ୟାଳୟ ଏବଂ ଆଠମଲ୍ଲିକ ନିର୍ବାଚନମଣ୍ଡଳୀ ପାଇଁ ଆଠମଲ୍ଲିକ କଲେଜରେ ଷ୍ଟ୍ରଙ୍ଗ ରୁମ୍‌ କରାଯିବ ବୋଲି ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଅଖତାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri