୨୬ ଲକ୍ଷ ୫ଶହ ଟଙ୍କିଆ ନୋଟ ଜବତ

କଟକ ଅଫିସ,୪।୬: କଟକରୁ ଜଣେ ବ୍ୟକ୍ତିଙ୍କଠାରୁ ୨୬ ଲକ୍ଷ ୫ଶହ ଟଙ୍କିଆ ନୋଟ ଜବତ ହୋଇଛି। ବ୍ୟକ୍ତି ଜଣକ ପଶ୍ଚିମବଙ୍ଗ ଅଞ୍ଚଳର ବୋଲି ଜଣାପଡିଛି। ଏହି ଟଙ୍କା ସେ କେଉଁଠୁ ଆଣିଲେ ତାହାର ପ୍ରମାଣ ଦେଇ ନ ପାରିବାରୁ ପୋଲିସ ଟଙ୍କା ଜବତ କରି ଆୟକର ବିଭାଗକୁ ହସ୍ତାନ୍ତର କରିଛି । ତେବେ ଏହି ଟଙ୍କା ପଛରେ ଜିଏସ୍‌ଟି ଠକେଇ ହୋଇ ଥାଇପାରେ ବୋଲି ପୋଲିସ ସନ୍ଦେହ କରୁଛି । ଦରଘାବଜାର ଥାନା ପୋଲିସ ପାଟ୍ରୋଲିଂ ବେଳେ ଏହି ସନ୍ଦିଗ୍ଧ ଯୁବକଙ୍କୁ ଧରିଥିଲା । ସମ୍ପୃକ୍ତ ବ୍ୟକ୍ତିଙ୍କ ବ୍ୟାଗରୁ ପ୍ରାୟ ୨୬ ଲକ୍ଷ ଟଙ୍କାର ୫ଶହ ଟଙ୍କିଆ ନୋଟ ମିଳିଥିଲା । ତାଙ୍କୁ ପଚାରିବାରୁ ସେ ପଶ୍ଚିମବଙ୍ଗ ଜିଲା ମେଦିନାପୁର ଅଞ୍ଚଳର ରାକେଶ ଧଡ଼ା ବୋଲି କହିଥିଲେ । ସେ ଉକ୍ତ ଟଙ୍କା ୫ଶହ ଗ୍ରାମ୍‌ ସୁନା ବିସ୍କୁଟ ବିକ୍ରି କରିବା ପରେ ଜଣେ ବ୍ୟବସାୟୀଙ୍କଠାରୁ ସଂଗ୍ରହ କରି ନେଇ କୋଲକାତା ଯାଉଥିଲେ ବୋଲି କହିଥିଲେ । ତେବେ ଟଙ୍କା ଜବତ ପରେ ପୋଲିସ ଅଧିକ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

ଆଜି ରାତି ୯:୩୮ ରେ ଚନ୍ଦ୍ର ନିଜର ସ୍ଥାନ ପରିବର୍ତ୍ତନ କରିବେ! ଗୋଟିଏ ରାଶିର ଫିଟିଯିବ ଭାଗ୍ୟ…

ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି । ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ…

କ୍ୟାପଟେନ୍ସି ଯିବା ପରେ ପ୍ରଥମଥର ବଡ଼ ରାଜ୍‌ ଖୋଲିଲେ ସୂର୍ଯ୍ୟକୁମାର, କହିଲେ- ୩ ଦିନ ପୂର୍ବରୁ…

ନୂଆଦିଲ୍ଲୀ,୨୯।୮: ଭାରତୀୟ ଟି-୨୦ ଦଳର କ୍ୟାପ୍ଟେନ୍ସି ହରାଇବା ଏବଂ ଏହା ପରେ ଦଳରୁ ବାଦ ପଡ଼ିବା ନେଇ ପ୍ରଥମଥର ପାଇଁ ଖୋଲାଖୋଲି ମୁହଁ ଖୋଲିଛନ୍ତି ସୂର୍ଯ୍ୟକୁମାର ଯାଦବ।…

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

୨ କିନ୍ନର ଗୋଷ୍ଠୀ ମୁହାଁମୁହିଁ: ୭ ଆହତ, ୩ ଗୁରୁତର

ଭଦ୍ରକ,୨୯।୮(ସନାତନ ରାଉତ): ଭଦ୍ରକ ଚରମ୍ପା ରେଳ ଓଭର ବ୍ରିଜ ନିକଟରେ ଦୁଇ କିନ୍ନର ଗୋଷ୍ଠୀଙ୍କ ମଧ୍ୟରେ ଶୁକ୍ରବାର ରାତିରେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ କିନ୍ନର ଗୋଷ୍ଠୀ ଆକ୍ରମଣରେ…

FD ରେ ଟଙ୍କା ରଖୁଛନ୍ତି କି? ସେପ୍ଟେମ୍ୱର ୧ରୁ ବଦଳିବ…

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ନିଜର କଷ୍ଟଉପାର୍ଜିତ ଟଙ୍କାକୁ ବ୍ୟାଙ୍କରେ ଫିକ୍ସଡ ଡିପୋଜିଟ (Bank FD) ରେ ନିବେଶ କରିବାକୁ ଭାବୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri