ନିଯୁକ୍ତି ପାଇବେ ୨୭୬୭ ଜଣ ଅଧ୍ୟକ୍ଷ, ଶିକ୍ଷକ-ଶିକ୍ଷୟିତ୍ରୀ, ମୁଖ୍ୟମନ୍ତ୍ରୀ କରିବେ…

ଭୁବନେଶ୍ୱର, ୬।୨: ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରି ରାଜ୍ୟରେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ହେଉଛି ଆମ ରାଜ୍ୟ ସରକାରଙ୍କ ପ୍ରାଥମିକତା । ଏହିକ୍ରମରେ ଭୁବନେଶ୍ବର ୟୁନିଟ-୩ ସ୍ଥିତ କ୍ୟାପିଟାଲ୍ ହାଇସ୍କୁଲ ପଡ଼ିଆଠାରେ ଆସନ୍ତାକାଲି ଆୟୋଜିତ ହେବ ନିଯୁକ୍ତି ମେଳା । ଏହି ନିଯୁକ୍ତି ମେଳା ମାଧ୍ୟମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ମୋଟ୍ ୨୭୬୭ ଜଣଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଯୁକ୍ତିପତ୍ର ପ୍ରଦାନ କରିବେ ।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଓ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ନିମନ୍ତେ ୮୯୪ ଜଣ ଅଧ୍ୟକ୍ଷ ଏବଂ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯିବାକୁ ଥିବା ବେଳେ ପୂର୍ଣ୍ଣ ଅନୁଦାନପ୍ରାପ୍ତ ବେସରକାରୀ ଉଚ୍ଚ ବିଦ୍ୟାଳୟର ୧୭୯୮ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ୨୮ ଜଣ କନିଷ୍ଠ ସହାୟକ, ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ୨୭ ଜଣ କନିଷ୍ଠ ସହାୟକ, ମାଧ୍ୟମିକ ଶିକ୍ଷା ପରିଷଦର ୧୮ ଜଣ କନିଷ୍ଠ ସହାୟକ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ଅଧିନରେ ୨ ଜଣ ସମୀକ୍ଷକଙ୍କୁ ଏହି ଅବସରରେ ନିଯୁକ୍ତିପତ୍ର ପ୍ରଦାନ କରିବେ ।

ନିଯୁକ୍ତି ମେଳା ସମାରୋହରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେବାକୁ ଥିବା ବେଳେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସ୍ବାସ୍ଥ୍ୟ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ, ଗୃହ ନିର୍ମାଣ ଓ ନଗରଉନ୍ନୟନ ବିଭାଗ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ର, ଦକ୍ଷତା ଓ ବୈଷୟିକ ଶିକ୍ଷା ବିଭାଗ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ଵାଇଁ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ତଥା ଅତିରିକ୍ତ ଶାସନ ସଚିବ ଅନୁ ଗର୍ଗଙ୍କ ସମେତ ବିଭିନ୍ନ ବିଭାଗର ସଚିବ ମଧ୍ୟ ଉପସ୍ଥିତ ରହିବେ ।

ରାଜ୍ୟ ସରକାର ଆଗାମୀ ୫ ବର୍ଷରେ ଓଡିଶାର ସାମଗ୍ରିକ ବିକାଶ ଲକ୍ଷ୍ୟ ରଖିଛନ୍ତି । ସଂସ୍କାର, ପ୍ରଦର୍ଶନ ଏବଂ ରୂପାନ୍ତରଣ ଦ୍ବାରା ଓଡ଼ିଶାରେ ଦ୍ରୁତ ବିକାଶର ଧାରା ସୃଷ୍ଟି ହେବା ସହ ବିକଶିତ ଭାରତ ଗଠନ ଲକ୍ଷ୍ୟରେ ସମୃଦ୍ଧ, ସଶକ୍ତ ଓ ବିକଶିତ ଓଡ଼ିଶା ନିର୍ମାଣ ସହିତ ଯୁବଶକ୍ତିଙ୍କୁ ସୁଯୋଗ ଦେବା ପାଇଁ ନିଯୁକ୍ତି ମେଳାର ଆୟୋଜନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri