ଧର୍ମେନ୍ଦ୍ରଙ୍କ ରୋଡ ଶୋରେ ଭାଜପା-ବିଜେଡି କର୍ମୀ ମୁହାଁମୁହିଁ

ଧର୍ମେନ୍ଦ୍ରଙ୍କ ରୋଡ ଶୋରେ ଭାଜପା-ବିଜେଡି କର୍ମୀ ମୁହାଁମୁହିଁ
ବାରିପଦା ଅଫିସ,୨୫।୪: ମୟୂରଭଞ୍ଜ ଜିଲା ଅଧୀନ ଲୋକ ସଭା ଓ ୭ ବିଧାନସଭା ପାଇଁ ଆସନ୍ତା ୨୯ ତାରିଖରେ ଚତୁର୍ଥ ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ଆସନ ଗୁଡିକରେ ନିଜ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ଉଭୟ ଭାଜପା ଓ ବିଜେଡି ପକ୍ଷରୁ ଜିଲା ସାରା ପ୍ରତିଦିନ ବିଭିନ୍ନ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ପରିପ୍ରେକ୍ଷୀରେ ବାରିପଦା ସହରରେ ଭାଜପା ଲୋକ ସଭା ପ୍ରାର୍ଥୀ ଇଂ ବିଶେଶ୍ୱର ଟୁଡୁ ଓ ବାରିପଦା ବିଧାନସଭା ପ୍ରାର୍ଥୀ ପ୍ରକାଶ ସୋରେନଙ୍କୁ ସାଙ୍ଗରେ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅପରାହ୍ନରେ ରୋଡ ଶୋ କରିଥିଲେ। ଏହି ରୋଡ ଶୋ ବିଜେଡି କାର୍ଯ୍ୟାଳୟ ନିକଟରେ ପହଞ୍ଚିବା ବେଳକୁ ବିଜେଡି-ଭାଜପା କର୍ମୀମାନେ ମୁହାଁ ମୁହିଁ ହେବା ଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା। ପରେ ପୋଲିସର ହସ୍ତକ୍ଷେପ ପରେ ପରିସ୍ଥିତି ଶାନ୍ତ ପଡିଥିଲା।
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ଦିନିକିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସି ଯଶିପୁର ନିର୍ବାଚନମଣ୍ଡଳୀର ମହର୍ଦ୍ଧାପଳାସ, ରାଇରଙ୍ଗପୁର ନିର୍ବାଚନମଣ୍ଡଳୀର ଭିତରମୁଣ୍ଡା, ସାରସକଣା ନିର୍ବାଚନମଣ୍ଡଳୀର ବିଜାତଳା, ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀର କୁଳିଅଣା ଓ ଉଦଳା ନିର୍ବାଚନମଣ୍ଡଳୀର ଉଦଳାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ ସାଧାରଣ ସଭାରେ ଉଦ୍‌ବୋଧନ ଦେଇଥିଲେ। ଭାଜପା ନେତା ଓ କର୍ମୀମାନେ ରୋଡ ଶୋରେ ପ୍ରଚାର କରୁଥିବା ବେଳେ ବିଜେଡି କର୍ମୀଙ୍କ ଏଭଳି ଉଦ୍ଦେଶ୍ୟମୂଳକ ଆଚରଣ ନିହାତି ଭାବେ ଅଶୋଭନୀୟ। ବୁଧବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ତଥା ରାଜ୍ୟ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବାରିପଦାରେ ରୋଡ ଶୋ କାର୍ଯ୍ୟକ୍ରମ ରହିଥିବାବେଳେ ଭାଜପା ନେତା ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ରୋଡ ଶୋ ମଧ୍ୟ ରହିଥିଲା। ଏଣୁ କିଏ କେଉଁ ରାସ୍ତାରେ ଯିବେ ତାହା ଏବଂ ସମୟ ସାରଣୀ ପ୍ରସ୍ତୁତ କରି ଅନୁମତି ପ୍ରଦାନ କରିବା କଥା। ହେଲେ ଏଥିରେ ବ୍ୟତିକ୍ରମ ହେବାରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି ବୋଲି ଅଭିଯୋଗ ହୋଇଛି। ଏହି ଘଟଣା ହେବା ଅତ୍ୟନ୍ତ ଦୁଃଖର ବିଷୟ ବୋଲି ସହରର ବୁଦ୍ଧିଜୀବୀ ଯଯାତି ମହାନ୍ତ କହିଛନ୍ତି। ଏହି ଘଟଣାରେ ପୋଲିସ ବିଭାଗ ପକ୍ଷରୁ କାହାରି ମତାମତ ମିଳିପାରିନାହିଁ।


All Right Reserved By Dharitri.Com

୧୦ରେ ଓଡ଼ିଶା ଜର୍ନାଲିଜିମ୍‌ ଆଓ୍ବାର୍ଡ: ‘ଓଡ଼ିଶା ପୋଷ୍ଟ’, ‘ଧରିତ୍ରୀ’ର ସସ୍ମିତା ହେବେ ସମ୍ମାନିତ

ଭୁବନେଶ୍ୱର,୨୮।୭(ବ୍ୟୁରୋ): ପଲ୍ଲୀବାଣୀ ମିଶନ ପକ୍ଷରୁ ଅଗଷ୍ଟ ୧୦ରେ ଓଡ଼ିଶା ଜର୍ନାଲିଜିମ୍‌ ଆଓ୍ବାର୍ଡ ପ୍ରଦାନ କରାଯିବ। ନୂଆଦିଲ୍ଲୀର କନ୍‌ଷ୍ଟିଚ୍ୟୁଶନ କ୍ଲବର ସ୍ପିକର ହଲ୍‌ରେ ହେବାକୁ ଥିବା ଏହି...

ହ୍ବାଟ୍ସଆପ୍‌ରେ ପାଠପଢ଼ିବେ ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୪(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣକୁ ନେଇ ବିଦ୍ୟାଳୟଗୁଡ଼ିକ ବନ୍ଦ ରହିଛି। ଛାତ୍ରୀଛାତ୍ରଙ୍କ ପାଠପଢ଼ା ଠପ୍‌ ହୋଇଯାଇଛି। କେତେକ ଘରୋଇ ସ୍କୁଲ୍‌ରେ ଅନ୍‌ଲାଇନ୍‌ ଜରିଆରେ ପାଠପଢ଼ା ଯାଉଛି।...

ମାଲକାନଗିରି ଜିଲାରେ ମୋବାଇଲ ସେବା ବିପର୍ଯ୍ୟସ୍ତ : ଓଡ଼ିଶାର ଲୋକଙ୍କୁ କଥା ହେବାକୁ ଯିବାକୁ ପଡ଼ୁଛି ଆନ୍ଧ୍ର

ମାଲକାନଗିରି,୨୦।୧୦(ଡି.ଏନ.ଏ)- ମାଲକାନଗିରି ଜିଲାରେ ବିଏସଏନଏଲ ମୋବାଇଲ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି ା ଜିଲା ସଦର ମହକୁମାରେ ଗତ ୨୦ ଦିନ ଧରି ୩ଜି ସେବା ନ...

ଏଯାବତ୍‌ ଓଡ଼ିଶାକୁ ୧୦୯ ଟ୍ରେନ୍‌ରେ ଫେରିଲେଣି ୧, ୫୩,୭୩୮ଜଣ ପ୍ରବାସୀ, ଗଞ୍ଜାମକୁ ସର୍ବାଧିକ

ଭୁବନେଶ୍ୱର,୨୬।୫(ବ୍ୟୁରୋ): ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଏବେ ଓଡ଼ିଶା ମୁହାଁ। ଏହି କ୍ରମରେ ମଙ୍ଗଳବାର ସୁଦ୍ଧା ୧୦୯ ଟ୍ରେନ୍‌ରେ ୧,୫୩,୭୩୮ଜଣ ରାଜ୍ୟକୁ ଫେରିଲେଣି। ସେଥିରୁ...

୫ ବିଦେଶ ଫେରନ୍ତାଙ୍କ ସ୍ବାବ୍‌ ପରୀକ୍ଷା ପାଇଁ ପଠାଗଲା

ଖୋର୍ଦ୍ଧା ଅଫିସ,୨୮ା୩: କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଶୁକ୍ରବାର ଜିଲାର ୫ଜଣ ବିଦେଶ ଫେରନ୍ତା...

ଦକ୍ଷିଣ ଏସିଆସ୍ତରୀୟ ସୁଶ୍ରୀ, ଶ୍ରୀମତୀ ପ୍ରତିଯୋଗିତା: ଗୁଣପୁରର ବୋହୂ ଦ୍ବିତୀୟ

ଗୁଣପୁର,୪ା୧(ଡି.ଏନ.ଏ) ଶ୍ରୀଲଙ୍କା ପର୍ଯ୍ୟଟନ ବିଭାଗ ପକ୍ଷରୁ ଦକ୍ଷିଣ ଏସିଆସ୍ତରୀୟ ସୁଶ୍ରୀ ଓ ଶ୍ରୀମତୀ ପ୍ରତିଯୋଗିତାରେ ରାୟଗଡା ଜିଲା ଗୁଣପୁରର ବୋହୂ ଇନ୍ଦ୍ରାଣୀ ସାଇକିଆ ଦ୍ବିତୀୟ ସ୍ଥାନ...

ବାହାକୁଦ ଡଙ୍ଗାବୁଡ଼ିକୁ ୧୬ ବର୍ଷ: କ୍ରିକେଟ ଖେଳ ଦେଖିଲେ ଗ୍ରାମବାସୀଙ୍କ ଆଖିରୁ ଲୁହଝରେ

ପାରାଦୀପ,୧ା୩(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା କୁଜଙ୍ଗ ବ୍ଲକ ଅଧୀନ ନୂଆଗଡ଼ ଗ୍ରାମର ଗ୍ରାମବାସୀ ଏବେବି ଯେଉଁଠି କ୍ରିକେଟ ଖେଳ ଦେଖନ୍ତି ତାଙ୍କ ଆଖିରେ ଲୁହ ଆସିଥାଏ। କାରଣ...

ଶୀତ ନେଇ ୪ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୩ା୨(ବ୍ୟୁରୋ): ରାଜ୍ୟରେ ପୁଣି ଶୀତର ପ୍ରକୋପ ବଢ଼ିଛି। ବର୍ଷା ଛାଡ଼ିବା ପରେ ତାପମାତ୍ରା ଧୀରେ ଧୀରେ ଖସିବାରେ ଲାଗିଛି। ବୁଧବାର ୬ ସ୍ଥାନରେ ପାରଦ...

Leave a comment

Your email address will not be published. Required fields are marked *