Posted inରାଜ୍ୟ

ରାଞ୍ଚିରେ ଅମିତ ଶାହଙ୍କ ଉପସ୍ଥିତିରେ ଏକାଠି ବସିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ମମତା…

ରାଞ୍ଚି,୧୦।୭: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ଆଜି ୨୭ତମ ଇଷ୍ଟର୍ଣ୍ଣ ଜୋନାଲ କାଉନସିଲ ବୈଠକ ଅନୁଷ୍ଠିତ ହେଉଛି। କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଓଡ଼ିଶା, ବିହାର, ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀମାନେ ଯୋଗଦେବେ। ଏହା ସହିତ ଏହି ରାଜ୍ୟଗୁଡ଼ିକର ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ମଧ୍ୟ ବୈଠକରେ ଉପସ୍ଥିତ ରହିବେ।

ଏହି ବୈଠକରେ ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକର ଆଭ୍ୟନ୍ତରୀଣ ସୁରକ୍ଷା, ମାଓବାଦୀ ସମସ୍ୟା, ଅନ୍ତଃରାଜ୍ୟ ସମନ୍ୱୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ ଆଞ୍ଚଳିକ ପ୍ରସଙ୍ଗ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଚାଲିଥିବା ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ସମେତ ଅନ୍ୟ ପ୍ରଶାସନିକ ଓ ସୁରକ୍ଷା ସମ୍ବନ୍ଧୀୟ ପ୍ରସଙ୍ଗ ଉଠାଇବେ ବୋଲି ଜଣାପଡ଼ିଛି।

ଇଷ୍ଟର୍ଣ୍ଣ ଜୋନାଲ କାଉନସିଲ ବୈଠକ ହେଉଛି ଏକ ଗୁରୁତ୍ୱପୂର୍ଣ ମଞ୍ଚ, ଯେଉଁଠାରେ ପୂର୍ବ ଭାରତର ରାଜ୍ୟଗୁଡ଼ିକ ନିଜ ନିଜର ସମସ୍ୟା ଓ ଆବଶ୍ୟକତା ଉପରେ ଆଲୋଚନା କରି କେନ୍ଦ୍ର ସରକାରଙ୍କ ସହ ସମନ୍ୱୟ ରକ୍ଷା କରିଥାନ୍ତି। ଅମିତ ଶାହଙ୍କ ନେତୃତ୍ୱରେ ଏହି ବୈଠକରୁ ଆଞ୍ଚଳିକ ସମସ୍ୟାର ସମାଧାନ ଓ ନୀତିଗତ ନିଷ୍ପତ୍ତି ନେଇ ଗୁରୁତ୍ୱପୂର୍ଣ ପଦକ୍ଷେପ ନିଆଯିବ ବୋଲି ଆଶା କରାଯାଉଛି।

ଏହି ବୈଠକ ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକରେ ବିକାଶ ଓ ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରିବ ବୋଲି ସୂଚନା ମିଳିଛି। ବୈଠକ ଶେଷରେ ଏକ ଯୌଥ ବିବୃତି ଜାରି କରାଯାଇ ଆଲୋଚନାରୁ ଉଠିଥିବା ଗୁରୁତ୍ୱପୂର୍ଣ ନିଷ୍ପତ୍ତିଗୁଡ଼ିକୁ ସାଧାରଣରେ ପ୍ରକାଶ କରାଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri