ବ୍ଲାକ୍‌ ଫଙ୍ଗସ୍‌ ଆତଙ୍କ, ୫୪୨୪ରୋଗୀ ଚିହ୍ନଟ: ହର୍ଷବର୍ଦ୍ଧନ

ନୂଆଦିଲ୍ଲୀ,୨୪।୫: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଶେଷ ହୋଇ ନ ଥିବା ବେଳେ ଏବେ ବ୍ଲାକ୍‌ ଫଙ୍ଗସ୍‌ ସମସ୍ତଙ୍କ ନିଦ ହଜାଇ ଦେଇଛି। ସୋମବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ.ହର୍ଷବର୍ଦ୍ଧନଙ୍କ ଅଧ୍ୟକ୍ଷତାରେ ଏକ ମନ୍ତ୍ରୀସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ କରୋନା ମହାମାରୀ ସହ ମୁକାବିଲା ଓ ବ୍ଲାକ୍‌ ଫଙ୍ଗସ୍‌ ଉପରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା। ଏହି ସଂକ୍ରମଣକୁ ନେଇ ସମସ୍ତେ ଚିନ୍ତା ପ୍ରକଟ କରିଥିଲେ। ଅନ୍ୟପଟେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଏହାକୁ ନେଇ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପ୍ରକାଶ କରିଛନ୍ତି। ଦେଶରେ ଏପର୍ଯ୍ୟନ୍ତ ୫୪୨୪ ନୂଆ ବ୍ଲାକ୍‌ ଫଙ୍ଗସ୍‌ ମାମଲା ଚିହ୍ନଟ ହୋଇଥିବା ବେଳେ ମୋଟ ୧୮ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ଏଥିରେ ପ୍ରଭାବିତ ହୋଇଛି। ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୫୫୬ଜଣ ଏଭଳି ରୋଗୀ ଅଛନ୍ତି, ଯେଉଁମାନେ କରୋନାରୁ ସୁସ୍ଥ ହୋଇସାରିଛନ୍ତି ଏବଂ ୫୫ପ୍ରତିଶତ ଡାଇବେଟିଜ୍‌ ରୋଗୀ ରହିଛନ୍ତି ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି। ବର୍ତ୍ତମାନ ବ୍ଲାକ୍‌ ଫଙ୍ଗସ୍‌ରୁ ଅଧିକ ପ୍ରଭାବିତ ରାଜ୍ୟ ହେଉଛି ଗୁଜରାଟ। ଏହି ରାଜ୍ୟରେ ଏପର୍ଯ୍ୟନ୍ତ ମୋଟ ୨୧୬୫ ମାମଲା ଚିହ୍ନଟ ହୋଇସାରିଛି। ଏହାପରେ ମହାରାଷ୍ଟ୍ର ୧୧୮୮, ଉତ୍ତରପ୍ରଦେଶ ୬୬୩, ମଧ୍ୟପ୍ରଦେଶ ୫୧୯, ହରିଆଣାରେ ୩୩୯ ଓ ଆନ୍ଧ୍ର ପ୍ରଦେଶରେ ୨୪୮ ମାମଲା ସାମ୍ନାକୁ ଆସିଥିବା ଜଣାପଡ଼ିଛି। ଅନ୍ୟପଟେ କରୋନା ଉପରେ ଚିନ୍ତା ପ୍ରକଟ କରି ହର୍ଷବର୍ଦ୍ଧନ କହିଛନ୍ତି, ବର୍ତ୍ତମାନ ଦେଶର ୧୬ଟି ରାଜ୍ୟରେ କରୋନା ପଜିଟିଭ୍‌ ହାର ଅଧିକ ରହିଛି। ଏଥିରେ କର୍ନାଟକ, କେରଳ, ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ, ଓଡ଼ିଶା, ରାଜସ୍ଥାନ, ଜମ୍ମୁ-କଶ୍ମୀର, ରାଜସ୍ଥାନ, ହିମାଚଳ ପ୍ରଦେଶ, ଗୋଆ, ମଣିପୁର ପୁଡ଼ୁଚେରୀ, ମେଘାଳୟ, ଅରୁଣାଚଳ ପ୍ରଦେଶ, ନାଗାଲାଣ୍ଡ, ସିକିମ ଓ ଲାକ୍ଷାଦ୍ୱୀପ ଭଳି ଆଦି ରାଜ୍ୟରେ କରୋନା ଗ୍ରାଫ୍‌ ଉପରମୁହାଁ ରହିଛି ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ରବିବାର ଜଣେ ଯୁବକଙ୍କର ମୃତଦେହ...

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

ସୁଟିଂ ସେଟରେ ଆହତ ହେଲେ ଇମ୍ରାନ, ହସ୍ପିଟାଲରୁ ଭାଇରାଲ ହେଉଛି ଫଟୋ

ମୁମ୍ବାଇ,୨୧ା।୧୨:  ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଇମ୍ରାନ ହାସମୀ । ଆବାରାପନ 2 ଫିଲ୍ମର ଏକ ହାଇ-ଅକ୍ଟେନ୍ ଆକ୍ସନ୍ ସିକ୍ୱେନ୍ସ ସୁଟିଂ ସମୟରେ ତାଙ୍କ ପେଟରେ ଗମ୍ଭୀର...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri