Posted inRasifala

ରାଶିଫଳ: ଶନିବାର, ମେ ୨୭ ତାରିଖ – Daily Horoscope

ମେଷ
ସମାଜକଲ୍ୟାଣ କାର୍ଯ୍ୟରେ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନିତ ହେବେ। ଅ-ନାମାକ୍ଷର ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ କାମରେ ଅର୍ଥ ବ୍ୟୟ କରିପାରନ୍ତି। ଦୂରସ୍ଥ ସନ୍ତାନଙ୍କ ପାଇଁ ମନ ଉଦ୍‌ବେଗ ରହିବା ଫଳରେ ମାନସିକ ଅସ୍ଥିରତା ଭିତରେ ଚଳିବାକୁ ବାଧ୍ୟ ହେବେ। ଯାହା ଚିନ୍ତା କରୁଥିଲେ ଆଜି ସନ୍ଧ୍ୟାରେ ତାହା ପାଇବେ।
ବୃଷ
ବୃଷ
କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ବି-ନାମାକ୍ଷର ବ୍ୟକ୍ତିମାନେ କୌଣସି ଘରୋଇ କଥା ଭିତରେ ନିଜର ଅସୁବିଧା ଜଣାଇ ସାହାଯ୍ୟ ଭିକ୍ଷା କରିବେ। ପରିବହନ, ପ୍ରଶାସନ, ଯୋଗାଯୋଗ କାମ ବ୍ୟତିକ୍ରମ ମଧ୍ୟରେ ସମ୍ପନ୍ନ ହେବ। ଆର୍ଥିକ ସଂକଟ ମଧ୍ୟ ଦେଇ ଗତି କରିବାକୁ ବାଧ୍ୟ ହେବେ।
ମିଥୁନ
ମିଥୁନ
ଶାନ୍ତ ପରିବେଶରେ ସୁନ୍ଦର ଓ ସୁଖଦ ଅନୁଭୂତିର ପରଶରେ ମନ ଉଲ୍ଲସିତ ହୋଇଉଠିବ। ଶୁକ୍ରଙ୍କ ସୁପ୍ରଭାବରୁ ବହୁତ ଦିନରୁ ମନରେ ଚିନ୍ତା କରିଥିବା କାମଟିକୁ ଆଜି ସମ୍ପନ୍ନ କରିବେ। କିନ୍ତୁ ସାଧାରଣ ଯୁକ୍ତିତର୍କ ହେତୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ। ରାଜନୈତିକ ତପତ୍ରତା ପରିବେଶକୁ ସରଗରମ କରିପାରେ।
କର୍କଟ
କର୍କଟ
ବଳହୀନ ମଙ୍ଗଳ କେନ୍ଦ୍ରରେ ଅବସ୍ଥାନ କରି ଉଦାର ଭାବନାଯୁକ୍ତ ସୁଚିନ୍ତିତ କାର୍ଯ୍ୟାବଳୀ ପ୍ରତ୍ୟେକଙ୍କର ଦୃଷ୍ଟି ଆକର୍ଷଣ କରିବ। ପରିବାର ଭିତରେ ସୌହାର୍ଦ୍ଦ୍ୟତା ମଧ୍ୟରେ ଶୁଭକାର୍ଯ୍ୟ ସମ୍ପନ୍ନ କରିବେ। ଦେବଦର୍ଶନ ଓ ଭ୍ରମଣ ଲାଗି ମନ ବଳାଇପାରନ୍ତି। ପାରିବାରିକ ଅଭାବ ଅସୁବିଧାକୁ କେନ୍ଦ୍ରକରି ମନ ସାମୟିକ ଅଶାନ୍ତ ରହିପାରେ।
ସି˚ହ
ସି˚ହ
ବ୍ୟୟାଧିପ ଚନ୍ଦ୍ରଙ୍କୁ ଅଷ୍ଟମାଧିପ ଗୁରୁ ସ୍ନେହପୂର୍ଣ୍ଣ ଦୃଷ୍ଟିରେ ଦେଖୁଥିବାରୁ ମାନସିକ ସ୍ଥିତିକୁ ଅସନ୍ତୁଳିତ କରିବ। ଅଭାବନୀୟ ପରିସ୍ଥିତି ସାଙ୍ଗକୁ କେତେକ ଆକସ୍ମିକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିପାରନ୍ତି। ଭାଇ, ଭଉଣୀ କିମ୍ବା ପଡ଼ୋଶୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କରିପାରନ୍ତି। ପାରିବାରିକ ସମସ୍ୟା ଦୂର ହେବ।
କନ୍ୟା
ଅଷ୍ଟମରେ ତିନୋଟିଗ୍ରହ ଥିବାରୁ ଆଜି ଅସ୍ଥିରତା ମଧ୍ୟରେ ଦିନଚର୍ଯ୍ୟା କରିବାକୁ ବାଧ୍ୟ ହେବେ। ବ୍ୟୟବୃଦ୍ଧି, ସନ୍ତାନଙ୍କ ସମସ୍ୟା, ଶତ୍ରୁତା, ବିରୋଧର ସାମ୍ନା କରିବା ଦିଗରେ ଚିନ୍ତିତ ରହିବେ। ଆତ୍ମୀୟଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବନି। କେତେକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ।
ତୁଳା
ତୁଳା
ଆଜି ପ୍ରାପ୍ତିସ୍ବୀକାରରେ ମନ ଏକବାର ଖୁସି ହୋଇଯିବ। ଅତୀତରେ ଶତ୍ରୁତା କରୁଥିବା ଲୋକଠାରୁ ମଧ୍ୟ କାମ ହାସଲ କରିନେବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହୋଇପାରେ,ଏଣୁ ସତର୍କତାର ସହ କିଛି ମତମନ୍ତବ୍ୟ ଦେବା ଭଲ ହେବ। ଆଲୋଚନା କ୍ଷେତ୍ରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।
ବିଛା
ବିଛା
ଦୁଃସ୍ଥାନସ୍ଥ କେତୁ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ଧୋକା ଖାଇ ପରିସ୍ଥିତି ଆପଣଙ୍କୁ ନୀରବଦ୍ରଷ୍ଟା ସଜାଇଦେବ। ଆଜିର ପ୍ରତ୍ୟୁଷ ଯାତ୍ରା ମଙ୍ଗଳମୟ ହେବ। ଲକ୍ଷ୍ୟ ହାସଲରେ କୌଣସି ଅସୁବିଧା ହେବ ନାହିଁ। ପରିବହନ, ଶିଳ୍ପ, ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେବ। କୌଣସି ସମସ୍ୟା ମନଟାକୁ ଗୋଳମାଳିଆ କରିଦେବ।
ଧନୁ
ଧନୁ
ଶନିଙ୍କ ସ୍ଥିତିଜନିତ ଆତ୍ମୀୟଙ୍କ ତରଫରୁ କୌଣସି ସମସ୍ୟା କାମରେ ପ୍ରତିବନ୍ଧକ ସୃଷ୍ଟି କରିବ। ନୂତନ ସ୍ଥାନ ପରିଦର୍ଶନ, ବନ୍ଧୁଙ୍କ ସହ ଭ୍ରମଣ, କ୍ରୀଡ଼ା ଓ ମନୋରଞ୍ଜନରେ ନିଜକୁ ମଜ୍ଜାଇ ରଖିବେ। ସତ୍‌ସଙ୍ଗୀଙ୍କ ସାନ୍ନିଧ୍ୟରେ ସମୟ ଅତିବାହିତ ହେବ। ଆନୁଷ୍ଠାନିକ କାମରେ କିମ୍ବା ସଭାସମିତିରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ମକର
ମକର
ପାରିବାରିକ କ୍ଷେତ୍ରରେ ଅନ୍ତର୍ଦ୍ୱନ୍ଦ୍ୱ ଆପଣଙ୍କ ମୁହଁକୁ ବନ୍ଦ କରିଦେଇପାରେ। ପ୍ରତିଦ୍ୱନ୍ଦ୍ୱୀଙ୍କ ବିରୋଧାଭାସର ଆଭାସ ଅଶାନ୍ତିର କାରଣ ହେବ। ପ୍ରତ୍ୟେକ କ୍ଷେତ୍ରରେ ଚେଷ୍ଟା ସଫଳ ହେବାରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିବେ। ଚତୁର୍ଥ କେନ୍ଦ୍ରରେ ଏକାଧିକଗ୍ରହ ନିଜର ଅନ୍ତରଙ୍ଗ ବନ୍ଧୁଙ୍କ ବ୍ୟବହାରରେ ଅସନ୍ତୋଷ ପ୍ରକାଶ କରିପାରନ୍ତି।
କୁମ୍ଭ
କୁମ୍ଭ
ଆଜିର ଯାତ୍ରା ଯଦିଓ ପ୍ରୀତିପ୍ରଦ ରହି ଲକ୍ଷ୍ୟ ହାସଲରେ ସାହାଯ୍ୟ କରିବ ତଥାପି ସମସ୍ୟା ଲାଗି ରହିବ। ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହେବ। ପର୍ଯ୍ୟଟନ, ପରିଭ୍ରମଣ, ଲୋକ ସମ୍ପର୍କ, ସଙ୍ଗୀତ ଓ ସାହିତ୍ୟରେ ସମସ୍ୟା ସମାଧାନ ହେବ। ପରିବହନ, ଯାନ୍ତ୍ରିକ ଶିଳ୍ପ, ଅଳଙ୍କାର ଦୋକାନୀ ବିଶେଷ ଭାବରେ ଉପକୃତ ହେବେ।
ମୀନମୀନ
ଦ୍ୱିତୀୟଭାବସ୍ଥ ଗ୍ରହ ପ୍ରଭାବରେ ଅନ୍ୟମାନଙ୍କ ଅସୁବିଧାକୁ ନେଇ ମନ ଉଦ୍‌ବେଗ ରହିପାରେ। ପ୍ରତ୍ୟେକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଯୋଜନା କରି ପରିସ୍ଥିତିକୁ ସୁଧାରି ନେବାର ପ୍ରଯନତ୍ କରିପାରନ୍ତି। କିନ୍ତୁ କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିବେ। ଆନୁଷ୍ଠାନିକ କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?